ଏପ୍ରିଲ ୧୩ରେ ପଣା ସଂକ୍ରାନ୍ତି

କଟକ,୯ା୪ (କାର୍ତ୍ତିକ ସାହୁ) ଅଧିବର୍ଷ କାରଣରୁ ୨୦୨୪ ମସିହା ୩୬୫ ଦିନ ବଦଳରେ ୩୬୬ ଦିନ ହୋଇଛି। ଫଳରେ ଚଳିତ ବର୍ଷ ୧୪ ବଦଳରେ ଏପ୍ରିଲ ୧୩ ତାରିଖରେ ମହାବିଷୁବ ପଣା ସଂକ୍ରାନ୍ତି ପାଳିତ ହେବ। ହେଲେ କେତେକ ପଞ୍ଜିକାରେ ଏପ୍ରିଲ ୧୪ ତାରିଖ ଦିନ ପଣା ସଂକ୍ରାନ୍ତୀ ପାଳନ କରାଯିବ ବୋଲି ମୁଦ୍ରିତ ହୋଇଛି। ଏହି ପଞ୍ଜିକାଗୁଡ଼ିକୁ ପୁରୀ ଶ୍ରୀମନ୍ଦିର ମୁକ୍ତିମଣ୍ଡପ ପଣ୍ଡିତ ସଭା ଅନୁମୋଦନ ଦେଇଥିବାରୁ ଏହା ବିରୋଧରେ ସାମନ୍ତ ଚନ୍ଦ୍ରଶେଖର ସ୍ମୃତି ପରିଷଦ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ମଙ୍ଗଳବାର ରୁଜୁ କରାଯାଇଛି।
ମାମଲାର ବିବରଣୀ ଅନୁସାରେ, ଓଡ଼ିଶାର ପ୍ରାୟ ସମସ୍ତ ପାଞ୍ଜି ଗଣନାରେ ବିଶେଷ ଭାବେ ଅବଲମ୍ବନ କରାଯାଉଥିବା ସାମନ୍ତ ଚନ୍ଦ୍ରଶେଖରଙ୍କ ସିଦ୍ଧାନ୍ତ ଦର୍ପଣ, ଯାଜପୁର ଜିଲାରେ ବିରଜା ପାଞ୍ଜି ଗଣନାରେ ବ୍ୟବହୃତ ଶତାନନ୍ଦଙ୍କ ଭାସ୍ବତୀ, ସାରା ଭାରତରେ ପାରମ୍ପରିକ ପାଞ୍ଜି ଗଣନାରେ ବ୍ୟବହୃତ ସୂର୍ଯ୍ୟସିଦ୍ଧାନ୍ତ ଏବଂ ଆଧୁନିକ ବୈଜ୍ଞାନିକ ପଦ୍ଧତି ଗଣନା ଅନୁସାରେ ଏପ୍ରିଲ ୧୩ ତାରିଖରେ ପଣା ସଂକ୍ରାନ୍ତି ପଡ଼ୁଛି। ଓଡ଼ିଶା ତଥା ସର୍ବଭାରତୀୟ ସ୍ତରର ପ୍ରାୟ ସମସ୍ତ ପଞ୍ଜିକାରେ ଏପ୍ରିଲ ୧୩ରେ ହିଁ ମେଷ ରାଶିକୁ ନିରୟଣ ରବି ଚଳନ ହେଉଥିବା ଦର୍ଶାଯାଇଛି। ଭାରତ ସରକାରଙ୍କ ରାଷ୍ଟ୍ରୀୟ ପଞ୍ଚାଙ୍ଗ, ସାମନ୍ତ ଚନ୍ଦ୍ରଶେଖର ସ୍ମୃତି ପରିଷଦର ସାମନ୍ତ ଚନ୍ଦ୍ରଶେଖର ପଞ୍ଜିକା, ଜ୍ୟୋର୍ତିବିଦ୍ୟା ବାଚସ୍ପତି ମେଡେନ କୁମାର ବିଶିଙ୍କ ଦ୍ବାରା ଗଣିତ ଭାଗ୍ୟଜ୍ୟୋତି ପ୍ରକାଶନର ପରମେଶ୍ୱରୀ ପଞ୍ଜିକା ଓ ଶ୍ରୀକ୍ଷେତ୍ର ପାଞ୍ଜି, ସମ୍ବାଦ ଓ ଆମ ଓଡ଼ିଶାର ଆମ ପାଞ୍ଜି, ଭାଗ୍ୟଦୀପ ପଞ୍ଜିକା, ସାରଳା ପାଞ୍ଜି ଓ ରାଧାରମଣ ପ୍ରେସର ବିରଜା ପାଞ୍ଜିରେ ଏପ୍ରିଲ ୧୩ରେ ହିଁ ପଣାସଂକ୍ରାନ୍ତି ବୋଲି ଉଲ୍ଲେଖ କରାଯାଇଛି। ହେଲେ ଅନ୍ୟ କେତେକ ପଞ୍ଜିକାରେ ଏହାର ବ୍ୟତିକ୍ରମ ଦେଖାଦେଇଥିବାରୁ ଆବେଦନକାରୀ ତଥା ପାଞ୍ଜି ଗଣକ ଦୋଳଗୋବିନ୍ଦ ପଣ୍ଡା ହାଇକୋର୍ଟରେ ମାମଲା ନଂ. ଡବ୍ଲୁପି(ସି)/୧୫୯୧୫/୨୦୨୪ ଦାୟର କରିଛନ୍ତି। ଭୁଲ ଦିନରେ ପୁଣ୍ୟପର୍ବାଦି ପାଳନ ବ୍ୟକ୍ତି, ରାଜ୍ୟ ତଥା ସମାଜ ପାଇଁ ହାନିକାରକ ହୋଇଥିବାରୁ ଠିକ ଦିନରେ ଏହି ଧାର୍ମିକ ଦିବସଟି ପାଳନ କରିବା ନିମନ୍ତେ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ଆବେଦନରେ ପ୍ରାର୍ଥନା କରାଯାଇଛି। ଆଇନଜୀବୀ କ୍ଷୀରୋଦ ରାଉତ ମାମଲା ପରିଚାଳନା କରୁଥିବା ବେଳେ ସୁରେନ୍ଦ୍ର କୁମାର ରାଉତ, ବିବୁଧେନ୍ଦୁ ମିଶ୍ର ଓ ଜୟନ୍ତୀ ନାୟକ ସହଯୋଗ କରୁଛନ୍ତି। ଏଥିରେ ମୁକ୍ତିମଣ୍ଡପ ପଣ୍ଡିତ ସଭାର ସେକ୍ରେଟାରୀ, ଶ୍ରୀମନ୍ଦିର ପ୍ରଶାସନ, ସମ୍ପୃକ୍ତ ପ୍ରତିପକ୍ଷ ପଞ୍ଜିକା ଏବଂ ଓଡ଼ିଶା ସରକାରଙ୍କ ସମ୍ପୃକ୍ତ ବିଭାଗକୁ ପକ୍ଷଭୁକ୍ତ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri