ଆଜି ପବିତ୍ର ପଣା ସଂକ୍ରାନ୍ତି; ଜାଣନ୍ତୁ ଦିନର ବୈଶିଷ୍ଟ୍ୟ, ଓଡ଼ିଆ ପରମ୍ପରା…

ଆଜି ହେଉଛି ପବିତ୍ର ପଣା ସଂକ୍ରାନ୍ତି। ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଏହାଛଡ଼ା ଏହି ଦିନକୁ ହନୁମାନ ଜୟନ୍ତୀ, ମହାବିଷୁବ ସଂକ୍ରାନ୍ତି ଭାବେ ମଧ୍ୟ ପାଳନ କରାଯାଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ। ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ। ମେଷ ମାସର ସଂକ୍ରାନ୍ତି ତଥା ମହାବିଷୁବ ପଣାସଂକ୍ରାନ୍ତି। ଏହିଦିନଠାରୁ ୧ ମାସ ପର୍ଯ୍ୟନ୍ତ ସୂର୍ଯ୍ୟଦେବ ମେଷ ରାଶିରେ ଅବସ୍ଥାନ କରିଥାନ୍ତି। ଦୋଳପୂର୍ଣ୍ଣିମାରେ ଦୋଳଗୋବିନ୍ଦଙ୍କ ନିକଟରେ ସମର୍ପଣ ହୋଇଥିବା ପାଞ୍ଜି ପଣାସଂକ୍ରାନ୍ତିରୁ ପ୍ରଚଳନ ହୋଇଥାଏ।

ପୁରାଣ ଅନୁଯାୟୀ, ମହାବିଷୁବ ସଂକ୍ରାନ୍ତି ବେଶ ଗୁରୁତ୍ୱପୂର୍ଣ୍ଣ। ଏହିଦିନ ଜଳବାୟୁରେ ଏକ ପରିବର୍ତ୍ତନ ହୋଇଥାଏ। ସୂର୍ଯ୍ୟ ମଧ୍ୟଭାଗକୁ ଚାଲି ଆସିଥାନ୍ତି। ଏହିଦିନ ସୂର୍ଯ୍ୟ ବିଶୁବରେଖାରେ ଅବସ୍ଥାନ କରିଥାନ୍ତି। ସୂର୍ଯ୍ୟଙ୍କ ପ୍ରବଳ ତାପମାତ୍ରା ଯୋଗୁ ପ୍ରଭୁ ବିଷ୍ଣୁଙ୍କ ପ୍ରିୟ ତୁଳସୀ ମୂଳରେ ପଣା ଅର୍ପଣ କରାଯାଇଥାଏ। ଘରେ ଏଥିପାଇଁ ଛତୁଆ, କଦଳୀ, ନଡ଼ିଆ, ଛେନା, ଆମ୍ବ ଆଦିରେ ସ୍ବତନ୍ତ୍ର ପଣା ପ୍ରସ୍ତୁତ କରାଯାଇଥାଏ। ଆଜିର ଦିନରେ ଓଡ଼ିଆଣୀ ମାନେ ଅଗଣାରେ ଥିବା ତୁଳସୀ ଚଉରା ଉପରେ ଏକ ଛାମୁଣ୍ଡିଆ କରି ଏକ ପାଣିଭର୍ତ୍ତି ଛୋଟ ଠେକି ରଖିଥାନ୍ତି। ଏହା ତଳେ ଏକ ଛୋଟ ଛିଦ୍ର ଥାଏ। ଉକ୍ତ ଛିଦ୍ର ଦେଇ ପାଣଇ ତୁଳସୀ ଗଛରେ ପଡ଼ିଥାଏ।

ଏହି ଦିନ ଓଡ଼ିଶାରେ ହନୁମାନ ଜୟନ୍ତୀ ପାଳନ କରାଯାଏ। ଓଡ଼ିଆ ଲୋକେ ହନୁମାନ ମନ୍ଦିରରେ ୧୦୮ ହନୁମାନ ଚାଳିଶା ପାଠ କରି ନିଜର ମନୋସ୍କାମନା ପୂରଣ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ସ୍ୱପ୍ନର ବାଂଲାଦେଶ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri