ପାନାସୋନିକ୍‌ର ନୂଆ ଓଏଲ୍‌ଇଡି ଟିଭି

ଭୁବନେଶ୍ୱର,୩୦।୩: ଦେଶର ପ୍ରମୁଖ ବୈଦ୍ୟୁତିକ ସାମଗ୍ରୀ ଉତ୍ପାଦକ ତଥା ଗୃହୋପକରଣ ଏବଂ ଉପଭୋକ୍ତ ଇଲେଟ୍ରୋନିକ୍ସ କମ୍ପାନୀ ପାନାସୋନିକ୍‌ର ୪କେ ଓଏଲ୍‌ଇଡି ଟିଭି ନିକଟରେ ସର୍ବଭାରତୀୟ ଉନ୍ମୋଚନ ହୋଇଥିଲା। ଏହି ପରିପ୍ରେକ୍ଷୀରେ କମ୍ପାନୀ ତା’ର ନ୍ୟୁ ପାନାସୋନିକ୍‌ ଓଏଲ୍‌ଇଡି ଟିଭିର ବଜାର ପ୍ରବେଶ କରାଇଛି। ଏପରିକି କମ୍ପାନୀ ଓଡ଼ିଶା କ୍ଷେତ୍ର ପକ୍ଷରୁ ନିକଟରେ ସ୍ଥାନୀୟ ବାପୁଜୀନଗରସ୍ଥିତ ରାଜ୍‌ ଇଲେକ୍ଟ୍ରୋନିକ୍ସ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ କମ୍ପାନୀର ୪କେ ଓଏଲ୍‌ଇଡି ଟିଭିର ଏଲ୍‌ଜେଡ୍‌୯୫୦ ମଡେଲ ୨ଟି ଓଏଲଇଡିକୁ ଉନ୍ମୋଚନ ଓ ବଜାର ପ୍ରବେଶ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ବ୍ରାଣ୍ଡ୍‌ର ଉକ୍ତ ମଡେଲ ଉଭୟ ୫୫ ଓ ୬୫ ଇଞ୍ଚ ଅତ୍ୟାଧୁନିକ ସ୍କ୍ରିନ୍‌ରେ ଉପଲବ୍ଧ ।

ଏହି ଅବସରରେ କମ୍ପାନୀର ବାଣିଜ୍ୟ ମୁଖ୍ୟ (ଓଡ଼ିଶା ଓ ଛତିଶଗଡ଼) ଦୁର୍ଗେଶ ଶୁକ୍ଲାଙ୍କ ସମେତ କମ୍ପାନୀର ଏରିଆ ମ୍ୟାନେଜର ହର୍ଷ ମିତ୍ତଲ, ମାର୍କେଟିଂ ମ୍ୟାନେଜର ସୋଭିତ ରାଏଜ୍ୟାଦା ଏବଂ ରାଜ୍‌ ଇଲେକ୍ଟ୍ରୋନିକ୍ସର ସ୍ବତ୍ୱାଧିକାରୀ ସନ୍ତୋଷ କୁମାର ବିଶ୍ୱାଳ, ସିଦ୍ଧାର୍ଥ ଶଙ୍କର ବିଶ୍ୱାଳ, ଗୌରବ ବିଶ୍ୱାଳ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଉକ୍ତ ମଡେଲରେ ଅନେକ ବୈଶିଷ୍ଟ୍ୟ ସାଙ୍ଗକୁ ଅତ୍ୟାଧୁନିକ ସୁବିଧା ଓ ବିକ୍ରି ପରବର୍ତ୍ତୀ ସେବାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ବିବାହ ପଞ୍ଜୀକରଣ ପୂର୍ବରୁ ମା’ବାପାଙ୍କୁ ଜଣାଇବେ ପିଲା

ଗାନ୍ଧୀନଗର,୨୨।୨: ବିବାହ ପଞ୍ଜୀକରଣ ପୂର୍ବରୁ ଦମ୍ପତି ସେମାନଙ୍କ ମା’ବାପାଙ୍କୁ ଜଣାଇବା ବାଧ୍ୟତାମୂଳକ ହେବ। ଗୁଜରାଟ ସରକାର ବିବାହ ପଞ୍ଜୀକରଣ ନିୟମାବଳୀରେ ସଂଶୋଧନ ପାଇଁ ବିଧାନସଭାରେ ଶୁକ୍ରବାର ପ୍ରସ୍ତାବ…

ବର୍ଷାରେ ଭିଜିବ ଉପକୂଳ ଓଡିଶା; ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ…

ଭୁବନେଶ୍ୱର, ୨୨।୨: ବଦଳିପାରେ ରାଜ୍ୟର ପାଣିପାଗ। ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ। ଲଘୁଚାପ ସୃଷ୍ଟି…

IND vs PAK: ସେମିଫାଇନାଲରେ ଭାରତକୁ ହରାଇବ ପାକିସ୍ତାନ? ଦାବି କରି ହସିଲେ ପାକିସ୍ତାନୀ ଦିଗଜ୍ଜ; ଦେଖନ୍ତୁ ଭିଡିଓ

ଇସଲାମବାଦ,୨୨।୨: ୨୦୨୬ ଟି୨୦ ବିଶ୍ୱକପର ସେମିଫାଇନାଲରେ ପାକିସ୍ତାନ ଭାରତକୁ ପରାସ୍ତ କରିବ। ଟିମ ଇଣ୍ଡିଆ ସେମିଫାଇନାଲରେ ମଧ୍ୟ ପହଞ୍ଚିପାରିବ ନାହିଁ। ପାକିସ୍ତାନ ପକ୍ଷରୁ ଏପରି ବଡ଼ ଦାବି…

ଘରେ କେହି ନଥିବା ବେଳେ ଭିନ୍ନକ୍ଷମ ଯୁବତୀଙ୍କୁ ବଳାତ୍କାର, ପରିବାର ଲୋକେ ଆସିବାରୁ….

ଦେବଗଡ,୨୨।୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନାଞ୍ଚଳର ଜଣେ ଭିନ୍ନକ୍ଷମ ଯୁବତୀଙ୍କୁ ବଳପୁର୍ବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ତେବେ ଦେବଗଡ ଥାନା ପୋଲିସ ଶନିବାର ଜଣେ…

ହୋଲି ପୂର୍ୱରୁ ବଡ଼ ଉପହାର; ରାଜ୍ୟ ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଭୋଗୀଙ୍କ ବଢିକି ଆସିବ ଦରମା

ନୂଆଦିଲ୍‌ଲୀ,୨୨।୨: ହୋଲି ପୂର୍ୱରୁ ଖୁସି ଖବର। ସରକାରୀ କର୍ମଚାରୀ, ଶିକ୍ଷକ ଓ ପେନସନଧାରୀଙ୍କ ବଢିବ ଦରମା-ଭତ୍ତା। ଏନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟ ସରକାର…

ଯୌନ ନିର୍ଯାତନା: ଅଭିମୁକ୍ତେଶ୍ୱରାନନ୍ଦଙ୍କ ନାଁରେ ମାମଲା ରୁଜୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୨।୨: ଉତ୍ତରାଖଣ୍ଡ ବଦ୍ରିନାଥସ୍ଥିତ ଜ୍ୟୋର୍ତିମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବିରୋଧରେ ଶିଶୁ ଯୌନ ନିର୍ଯ୍ୟାତନା ମାମଲା ରୁଜୁ କରିବାକୁ ଆହ୍ଲାବାଦସ୍ଥିତ ସ୍ବତନ୍ତ୍ର ପକ୍‌ସୋ କୋର୍ଟ ଶନିବାର ନିର୍ଦ୍ଦେଶ…

ବର୍ଡରରେ ପାକିସ୍ତାନର ବଡ଼ ଏୟାରଷ୍ଟ୍ରାଇକ୍‌, ସକାଳୁ ସକାଳୁ ଥରିଲା…

ଇସଲାମବାଦ,୨୨।୨: ପାକିସ୍ତାନର ବଡ଼ ଏୟାର ଷ୍ଟ୍ରାଇକ୍‌। ଆଫଗାନିସ୍ତାନରେ ପାକିସ୍ତାନ ବଡ଼ ଷ୍ଟ୍ରାଇକ୍‌ କରିଥିବା ସମ୍ପର୍କରେ ସୂଚନା ମିଳିଛି। ରିପୋର୍ଟ ଅନୁଯାୟୀ ପାକିସ୍ତାନୀ ବାୟୁସେନା ଆଫଗାନିସ୍ତାନର ପାକତିକା ପ୍ରଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri