ପାନବରଜ ଭାଙ୍ଗିଲେ ୫ଲକ୍ଷ ଜରିମାନା

କୁଜଙ୍ଗ,୧୧।୧(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ଏରସମା ତହସିଲ ଅନ୍ତର୍ଗତ ଢିଙ୍କିଆ ଚାରିଦେଶରେ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ସହମତି ଭିତ୍ତିରେ ପାନବରଜ ଭଙ୍ଗା ଚାଲଛି। ଯେଉଁମାନେ କମ୍ପାନୀ ସପକ୍ଷରେ ପାନବରଜ ଭାଙ୍ଗୁଛନ୍ତି ସେମାନଙ୍କ ଉପରେ ଢିଙ୍କିଆ ଗ୍ରାମ କମିଟି କଙ୍ଗାରୁ କୋର୍ଟ ବସାଇ ଜୋର ଜବରଦସ୍ତ ୫ଲକ୍ଷ ଟଙ୍କା ଜରିମାନା ଆଦାୟ କରୁଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ପାନବରଜ ଦେଇଥିବା ପ୍ରକାଶ ସାହୁ, ଗନ୍ଧର୍ବ ଦାସ, ଫକୀର କାଣ୍ଡି, ରାଜୀବ କାଣ୍ଡିଙ୍କୁ ଗ୍ରାମସଭାକୁ ଡକାଯାଇଥିଲା। ସେମାନେ ପ୍ରକଳ୍ପ ନିମନ୍ତେ ପାନବରଜ ଦେଇଥିବାରୁ ୫ଲକ୍ଷ ଟଙ୍କା ଜରିମାନା ଦେବାକୁ ଲେଖାଇ ନିଆଯାଇଛି ବୋଲି ପ୍ରକାଶ ସାହୁ ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିରୋଧୀ ଆନ୍ଦୋଳନର ନେତା ଦେବେନ୍ଦ୍ର ସ୍ବାଇଁ କହିଛନ୍ତି, ଆମ୍ଭେ କାହାଠାରୁ ଟଙ୍କା ଆଦାୟ କରିନାହୁଁ। ମାତ୍ର ଯେଉଁମାନେ ଗାଁ ବିରୋଧରେ ଯାଇ ପାନବରଜ ଦେଇଛନ୍ତି ସେମାନଙ୍କଠାରୁ ଜରିମାନା ଆଦାୟ କରାଯିବ। ଅପରପକ୍ଷେ ଢିଙ୍କିଆ ପଞ୍ଚାୟତରେ ଏପର୍ଯ୍ୟନ୍ତ ୩୦୮ଟି ପାନବରଜ ମାପଚୁପ ହୋଇଥିବା ବେଳେ ୧୬୬ଟି ଭଙ୍ଗାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ଅନଲାଇନ୍ ଗେମିଂ-ବେଟିଂ ନାଁରେ କୋଟି କୋଟି ଟଙ୍କାର ସାଇବର ଠକେଇ! ଗଞ୍ଜାମରେ ଗିରଫ ହେଲେ ଆଉ ଜଣେ ଅଭିଯୁକ୍ତ

ଛତ୍ରପୁର,୩୦।୯(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : ଅନଲାଇନ୍ ଗେମିଂ, ବେଟିଂ ଓ ଇନଭେଷ୍ଟମେଣ୍ଟ ଆପ୍ ମାଧ୍ୟମରେ ଅଧିକ ଲାଭର ପ୍ରଲୋଭନ ଦେଖାଇ ଠକେଇ କରୁଥିବା ଏକ ସାଇବର ନେଟୱର୍କକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?