ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ପ୍ରସଙ୍ଗ: ଜିଲାପାଳଙ୍କୁ ଡିଟେଲ୍ଡ ପ୍ରୋଜେକ୍ଟ ରିପୋର୍ଟ ପ୍ରଦାନ

ଖୋର୍ଦ୍ଧା ଅଫିସ,୨୨ା୭: ଭୁବନେଶ୍ୱର-ଚେନ୍ନାଇ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ଖୋର୍ଦ୍ଧାସ୍ଥିତ ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ସ୍ଥାନାନ୍ତର ହେବ। ପାଇକ ବିଦ୍ରୋହର ସ୍ମୃତିଚିହ୍ନସ୍ବରୂପ ଗଡ଼ଖୋର୍ଦ୍ଧା ଛକରେ ରହିଛି ଜୟୀ ରାଜଗୁରୁ, ବକ୍ସି ଜଗବନ୍ଧୁ, କୃତ୍ତିବାସ ପାଟ୍ଟଶାଣୀ, ମାଧବ ଚନ୍ଦ୍ର ରାଉତରାୟ ଓ ପିଣ୍ଡିକି ବାହୁବଳେନ୍ଦ୍ରଙ୍କ ପ୍ରତିମୂର୍ତ୍ତି। ଏହି ପ୍ରତିମୂର୍ତ୍ତି ସବୁ ଜାତୀୟ ରାଜପଥ ପାର୍ଶ୍ୱ ଖୋର୍ଦ୍ଧା ମୌଜାସ୍ଥିତ ପ୍ଲଟ୍‌ ନମ୍ବର ୧୩୧କୁ ସ୍ଥାନାନ୍ତର ଲାଗି ସ୍ଥିର ହୋଇଛି। ପ୍ରଶାସନ ପକ୍ଷରୁ ଏହାର ଡିଟେଲ୍ଡ ପ୍ରୋଜେକ୍ଟ ରିପୋର୍ଟ (ଡିପିଆର) ଏବଂ ଡିଜାଇନ ନକ୍ସା ପ୍ରସ୍ତୁତ ଲାଗି ସାମାଜିକ କର୍ମୀ ସଞ୍ଜୟ ପଟ୍ଟନାୟକଙ୍କୁ ଦାୟିତ୍ୱ ଦିଆଯାଇଥିଲା। ଗୁରୁବାର ପଟ୍ଟନାୟକ ଏହି ପ୍ରୋଜେକ୍ଟର ସବିଶେଷ ରିପୋର୍ଟ ସହ ପ୍ରସ୍ତୁତ ନକ୍ସା ଜିଲାପାଳଙ୍କୁ ହସ୍ତାନ୍ତର କରିଛନ୍ତି। ଏହାର ଅଟକଳ ମୂଲ୍ୟ ପ୍ରାୟ ୮୦ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିବା ପଟ୍ଟନାୟକ ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୧୯୯୯ ଡିସେମ୍ବର ୬ରେ ଗଡ଼ଖୋର୍ଦ୍ଧା ଛକଠାରେ ଏହିସବୁ ପ୍ରତିମୂର୍ତ୍ତି ସ୍ଥାପନ ହୋଇଥିଲା। ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ତେଣୁ ପ୍ରତିମୂର୍ତ୍ତିକୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ବିଭିନ୍ନ ମହଲରୁ ଜିଲା ପ୍ରଶାସନ ନିକଟରେ ଦାବି ହୋଇଥିଲା। ଏ ନେଇ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ ମନୋଜ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ ବିଧାୟକ ଜ୍ୟୋତିରୀନ୍ଦ୍ର ନାଥ ମିତ୍ର, ଡ. ଦିଲୀପ ଶ୍ରୀଚନ୍ଦନ, ତହସିଲଦାର ଈପ୍‌ସିତ ସାହୁ, ସାମାଜିକ କର୍ମୀ ସଞ୍ଜୟ ପଟ୍ଟନାୟକ, ନରେନ୍ଦ୍ର ପୃଷ୍ଟି ଏବଂ ୪ ଓ ୬ ନଂ. କାଉନ୍‌ସିଲର ଉପସ୍ଥିତ ଥିଲେ। ଏହି ପଞ୍ଚ ପାଇକଙ୍କ ପ୍ରତିମୂର୍ତ୍ତି ଖୋର୍ଦ୍ଧା ମୌଜାସ୍ଥିତ ପ୍ଲଟ୍‌ ନମ୍ବର ୧୩୧କୁ ସ୍ଥାନାନ୍ତର ଲାଗି ବୈଠକରେ ସ୍ଥିର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri