ଆଜିଠୁ ପଞ୍ଚକ ବ୍ରତ ଆରମ୍ଭ: ଚଳଚଞ୍ଚଳ ଶ୍ରୀକ୍ଷେତ୍ର 

ପୁରୀ,୧୨ା୧୧(ଅଜିତ୍‌ କୁମାର ମହାନ୍ତି)-ମଙ୍ଗଳବାର (୧୨ ତାରିଖ)ଠାରୁ ପଞ୍ଚକ ବ୍ରତ ଆରମ୍ଭ ହେବାକୁ ଯାଉଛି। ପଞ୍ଚକ ବ୍ରତ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ। ଏହାକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ପଞ୍ଚକରେ ଶ୍ରୀମନ୍ଦିରରେ କେବଳ ସିଂହଦ୍ୱାର ଦେଇ ଭକ୍ତଙ୍କୁ ପ୍ରବେଶ ଅନୁମତି ମିଳିବ। ମହାପ୍ରଭୁଙ୍କ ଦର୍ଶନ ସାରି ଭକ୍ତମାନେ ଅନ୍ୟ ୩ଦ୍ୱାର ଦେଇ ପ୍ରସ୍ଥାନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ପଞ୍ଚକ ଓ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ସର୍କିଟ ହାଉସରେ ସୋମବାର ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ପରେ ବ୍ୟବସ୍ଥା ସମ୍ପର୍କରେ ଜିଲାପାଳ ସ୍ବାଇଁ ସୂଚନା ଦେଇ କହିଛନ୍ତି, ୧୨ତାରିଖଠାରୁ ପଞ୍ଚକ ବ୍ରତ ଆରମ୍ଭ ହେଉଛି। ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ଏନେଇ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଛି। ଚଳିତ ବର୍ଷ ପଞ୍ଚକ ୪ଦିନ ପଡୁଛି। ତେଣୁ ଭକ୍ତଙ୍କ ପ୍ରବଳ ସମାଗମ ହେବାର ସମ୍ଭାବନା ରହିଛି। ଭକ୍ତଙ୍କ ସୁବିଧା ଦର୍ଶନ ନିମନ୍ତେ ଟାଉନ ଥାନା ନିକଟରୁ ଅସ୍ଥାୟୀ ବ୍ୟାରିକେଡ୍‌ କରାଯାଇଛି।
ବ୍ୟାରିକେଡ୍‌ ମଧ୍ୟରେ ପିଇବା ପାଣି ଠାରୁ ଆରମ୍ଭ କରି ଆଲୋକ, ଫ୍ୟାନ୍‌ ବ୍ୟବସ୍ଥା ହୋଇଛି। ନୀତି ସମ୍ପର୍କରେ ସୂଚନା ଦେବା ନିମନ୍ତେ ଡିସପ୍ଲେ ଓ ମାଇକ ବ୍ୟବସ୍ଥା ହୋଇଛି। ଭକ୍ତମାନେ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ କରି ଶ୍ରୀବିଗ୍ରହଙ୍କ ଦର୍ଶନ କରିବା ପରେ ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରିବେ।
ସେହିପରି ସମସ୍ତ ତୀର୍ଥ ପୁଷ୍କରିଣୀ ଓ ସମୁଦ୍ରକୂଳରେ ଲାଇଫ୍‌ଗାର୍ଡ, ଅଗ୍ନିଶମ ବାହିନୀ ଏବଂ ସ୍ବେଚ୍ଛାସେବୀମାନଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଭକ୍ତଙ୍କ ସୁବିଧା ନିମନ୍ତେ ପାଇଁ ଶ୍ରୀମନ୍ଦିର ପରିସରରେ ପୋଲିସ ଅଧିକାରୀମାନେ ନିୟୋଜିତ ରହିବେ। ପଞ୍ଚକରେ ବାହାର କାଠ ନିକଟରେ ଦର୍ଶନ ବ୍ୟବସ୍ଥା ହେବ।
ହବିଷିଆଳିମାନେ ଯେପରି ସୁରୁଖୁରୁରେ ଦର୍ଶନ କରିବେ ସେ ନେଇ ବ୍ୟବସ୍ଥା କରାଯାଉଛି। ବଡ଼ଦାଣ୍ଡରେ ବସିଥିବା ଉଠାଦୋକାନୀମାନଙ୍କୁ ଉଠାଯିବ। ଅପରପକ୍ଷରେ କାର୍ତ୍ତିକ ପୂର୍ଣ୍ଣିମା ପର୍ଯ୍ୟନ୍ତ ଭକ୍ତଙ୍କ ଗହଳିକୁ ଦୃଷ୍ଟିକୁ ରଖି ଧ୍ୱଜାବନ୍ଧା ସମୟ ପରିବର୍ତ୍ତନ କରାଯାଇଛି। ଶ୍ରୀଘ ଧ୍ୱଜା ବନ୍ଧାଯାଉଛି। ସମସ୍ତ ବିଭାଗ ପରସ୍ପର ସହ ଆଲୋଚନା କରି ନିଜ ନିଜ କାର୍ଯ୍ୟକୁ ସୂଚାର ରୂପେ କରିବା ନିମନ୍ତେ କୁହାଯାଇଛି। ବୋଲି ଜିଲାପାଳ କହିଛନ୍ତି।
ବୈଠକରେ ଏସ୍‌ପି ବିନୀତ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ (ରାଜସ୍ବ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲାପାଳ (ପ୍ରୋଟୋକଲ) ନୀଳମାଧବ ଭୋଇ, ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ଅତିରିକ୍ତ ଏସ୍‌ପି ସୁନିଲ କୁମାର ମିଶ୍ର, ଉପଜିଲାପାଳ ନୀଳମାଧବ ମାଝୀ, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ ଏବଂ ଅନ୍ୟ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
ସେହିପରି ପଞ୍ଚକକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ପକ୍ଷରୁ  ଶ୍ରୀମନ୍ଦିର ଏବଂ ଶ୍ରୀମନ୍ଦିର ବାହାରେ ଅଧିକ ସଂଖ୍ୟକ ପୋଲିସ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଶ୍ରୀମନ୍ଦିରରେ ୫ଜଣ ଅତିରିକ୍ତ ଏସ୍‌ପି, ୧୫ଜଣ ଡିିଏସ୍‌ପି, ୨୬ ଜଣ ପୋଲିସ ଅଧିକାରୀ, ୩୮ ପ୍ଲାଟୁନ ଫୋର୍ସ ମୁତୟନ ରହିବେ। ଟ୍ରାଫିକ ବ୍ୟବସ୍ଥା ପରିଚାଳନା ପାଇଁ ମଧ୍ୟ ବ୍ୟବସ୍ଥା ହୋଇଛି ବୋଲି ଏସ୍‌ପି କହିଛନ୍ତି। ସେ ଏହି ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ସିଂହଦ୍ୱାର ଥାନା ଆଉଟପୋଷ୍ଟ ନିକଟରେ ହୋଇଥିବା ବ୍ୟବସ୍ଥା ବିଷୟରେ ପୋଲିସ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri