ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି।

ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କେ. ଭି. ସିଂହଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ଏବଂ ଜିଲା ସଭାପତି ଗୋପୀ ଆନନ୍ଦଙ୍କ ଉପସ୍ଥିତିରେ ବିଶ୍ୱନାଥ ଶବର ଭାଜପାରେ ଯୋଗଦେଇଥିଲେ। ଦଳୀୟ ନେତୃବୃନ୍ଦ ତାଙ୍କୁ ଉତ୍ତରୀୟ ଓ ଦଳୀୟ ଟୋପି ପିନ୍ଧାଇ ସ୍ୱାଗତ ଜଣାଇଥିଲେ।

ଦଳରେ ଯୋଗଦେବା ପରେ ବିଶ୍ୱନାଥ ଶବର କହିଥିଲେ ଯେ, ସେ ଭାଜପାର ନୀତି ଓ ଆଦର୍ଶକୁ ଅନୁସରଣ କରି ଦଳର ସାଙ୍ଗଠନିକ ସୁଦୃଢ଼ତା ପାଇଁ କାର୍ଯ୍ୟ କରିବେ।

ବିଶ୍ୱନାଥ ଶବରଙ୍କ ସହ ମଧୁବନ ସରପଞ୍ଚ ବଂଶୀ ଶବର, ସମିତି ସଭ୍ୟା ରଶ୍ମିତା ଶବର, କରଲାଘାଟି ସରପଞ୍ଚ କୌଶଲ୍ୟା ମାମ୍ବଲକା ଏବଂ ଏମ୍.କେ. ରାଇ ପଞ୍ଚାୟତର ସମିତି ସଭ୍ୟ ଅର୍ଜୁନ ଶବର ମଧ୍ୟ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି।

ଏହି ମିଶ୍ରଣ ପର୍ବରେ ଗୁଡାରି ବ୍ଲକ ଭାଜପା ସଭାପତି ଅନନ୍ତ ଦେଓ ଓ ନଗର ସଭାପତି ଜଗଦୀଶ ନାୟକଙ୍କ ସମେତ ବହୁ ଦଳୀୟ କର୍ମୀ ଓ ନେତା ଉପସ୍ଥିତ ଥିଲେ।

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ ଥିବା ବେଳେ ଏହି ମିଶ୍ରଣ ଗୁଡାରି ବ୍ଲକର ରାଜନୈତିକ ସମୀକରଣ ଉପରେ କିଭଳି ପ୍ରଭାବ ପକାଇବ, ତାହା ଦେଖିବାକୁ ବାକି ରହିଛି ବୋଲି ସ୍ଥାନୀୟ ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri