ପଞ୍ଚାୟତ ଓ ପୌରପାଳିକା ଭୋଟର ତାଲିକାରେ ରହିଛି ନାଁ, ପ୍ରାର୍ଥୀଙ୍କ ବିରୋଧରେ ଅଭିଯୋଗ

କେନ୍ଦୁଝର,୯ା୩(ସ୍ବ.ପ୍ର.): ପୌର ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀଙ୍କ ମଧ୍ୟରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ନାମାଙ୍କନପତ୍ର ଯାଞ୍ଚ ବେଳେ କେନ୍ଦୁଝରଗଡ଼ ପୌରପରିଷଦ ପାଇଁ ନିର୍ବାଚନ ଲଢୁଥିବା ବିଜେଡିର ୧୨ ନମ୍ବର ଓ୍ବାର୍ଡର କାଉନସିଲର ପ୍ରାର୍ଥୀ କରୁଣାକର ମାରାଣ୍ଡିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ହୋଇଛି। ସେ ପଞ୍ଚାୟତ ନିର୍ବାଚନ ବେଳେ ସାହାରପଡ଼ା ବ୍ଲକ ଦିଗପଶି ଗ୍ରାମର ୭ ନମ୍ବର ଓ୍ବାର୍ଡରେ ଭୋଟ ଦେଇଥିଲେ। ତାଙ୍କର ନାମ କେନ୍ଦୁଝରଗଡ଼ ପୌରପାଳିକାର ଭୋଟର ତାଲିକାରେ ସିରିଏଲ ନମ୍ବର ୫୧୫ ରେ ରହିଥିବା ବେଳେ ସାହାରପଡ଼ା ବ୍ଲକ ଦିଗପଶି ଗ୍ରାମର ୭ ନମ୍ବର ଓାର୍ଡରେ ସିରିଏଲ ନମ୍ବର ୨୧ରେ ରହିଛି। ସେହିପରି ତାଙ୍କ ସ୍ତ୍ରୀ ପାନମଣି ମାରାଣ୍ଡି ଚଳିତ ପଞ୍ଚାୟତ ନିର୍ବାଚନରେ ଦିଗପଶି ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାବେ ପ୍ରାର୍ଥୀ ହୋଇଥିଲେ। ଏଣୁ ତାଙ୍କର ନାମ କିପରି ଦୁଇଟି ସ୍ଥାନରେ ଭୋଟର ତାଲିକାରେ ରହିଲା ତାହାକୁ ନେଇ ଉପଜିଲାପାଳ ତଥା ନିର୍ବାଚନ ଅଧିକାରୀଙ୍କୁ ଭାଜପା ପ୍ରାର୍ଥୀ ଶିକର ମାଝି ଅଭିଯୋଗ କରିଛନ୍ତି। ଏନେଇ ଉପଜିଲାପାଳ ରାମଚନ୍ଦ୍ର କିସ୍କୁ କହିଛନ୍ତି, ନିର୍ବାଚନ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଅନ୍ୟପକ୍ଷରେ ବିଜେଡି ରାଜ୍ୟ ଯୁବ ଉପସଭାପତି ସୌମ୍ୟ ଶଙ୍କର ଚକ୍ର କହିଛନ୍ତି, ଅଭିଯୋଗର ତର୍ଜମା ପରେ କାର୍ଯ୍ୟାନୁଷ୍ଠାନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?