ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ କଟା ଖନନ

କୁଚିଣ୍ଡା,୨୩ା୬(ବିରଞ୍ଚତ୍ ଦର୍କା): ବାମରା ବ୍ଲକ ଅନ୍ତର୍ଗତ କେଶାଇବାହାଲ ପଞ୍ଚାୟତ ଭିକାପାଲି ଗ୍ରାମରେ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ଅଜାଣତରେ ଏକ ବୁଢିକଟା ଖନନ (ମାଟିକାମ) ଚାଲିଛି। ଏହି କାର୍ଯ୍ୟ ସମ୍ପର୍କିତ କୌଣସି ସୂଚନା ଫଳକ ନ ଥିବାରୁ ଜନସାଧାରଣ କଟା ଖନନରେ କେତେ ଅର୍ଥ ଓ କେଉଁ ଅନୁଦାନରେ ଚାଲିଛି ତାହା ଜାଣିପାରୁନାହାନ୍ତି। ଜୁନ ୧୫ପରେ ମାଟି କାମ ହୋଇ ନ ପାରିବା ସରକାରୀ ନିୟମ ରହିଥିବା ଜେସିବି ମେଶିନ ଲଗାଇ କଟା ଖନନ ଚାଲିଛି। ୨୦୨୧-୨୨ବର୍ଷରେ ଏହି ବୁଢିକଟା ଉନ୍ନତୀକରଣ ନିମନ୍ତେ ପଞ୍ଚଦଶ ଅର୍ଥ କମିଶନରୁ ୨ଲକ୍ଷ ଟଙ୍କା ଓ ପାହାଚ ନିର୍ମାଣ ନିମନ୍ତେ ୨ଲକ୍ଷ ଟଙ୍କାର ଅନୁଦାନ ପଞ୍ଚୟତକୁ ଆସିଛି। ମାତ୍ର କଟାରେ କେବଳ ପାହାଚ ଘାଟ ନିର୍ମାଣ ହୋଇଥିବାବେଳେ ଏହାର ସୂଚନା ଫଳକ ଥିବା ଜଣାଯାଇଛି। ମାତ୍ର ଅନ୍ୟ ମାଟି କାମର ସୂଚନା ଫଳକ ନ ଥିବାରୁ ଲୋକେ କଟା ଖନନ ସମ୍ପର୍କରେ ତଥ୍ୟ ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏ ସମ୍ପର୍କରେ କେଶାଇବାହାଲ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦୀପକ କୁମାର ପଟେଲଙ୍କୁ ପଚାରିବାରେ ଏହି କଟା ଉନ୍ନତି ପାଇଁ ପଞ୍ଚଦଶ ଅର୍ଥ କମିଶନରୁ ପଞ୍ଚାୟତରେ ୨ଲକ୍ଷ ଟଙ୍କା ଅଛି। ମାତ୍ର ଏଥିପାଇଁ ଫାଇଲ ଖୋଲାହୋଇ ନ ଥିବା ବେଳେ ସେଠାରେ ପୁଣି ମାଟି କାମ ଚାଲିଛି। ତାହା ପଞ୍ଚାୟତର ଅଜାଣତରେ ହେଉଥିବା ଓ ଏଭଳି ବେଆଇନ କାମର କୌଣସି ବିଲ୍‌ ପେମେଣ୍ଟ ହେବନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତି ସଭ୍ୟଙ୍କ ଗଳାକାଟି ହତ୍ୟା, ମାଓବାଦୀଙ୍କ ହାତ ଥିବା ସନ୍ଦେହ

ମାଲକାନଗିରି,୨୭ା୪(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ରେ କଂଗ୍ରେସ ନେତା ତଥା ପୂର୍ବତନ ସମିତି ସଭ୍ୟଙ୍କୁ ଶନିବାର କେହି ଦୁର୍ବୃତ୍ତ ହତ୍ୟା କରିଛନ୍ତି। ଏଥିରେ ମାଓବାଦୀଙ୍କ ହାତ ଥିବା ସନ୍ଦେହ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା...

ପ୍ରମୁଖ ଦଳର ଟିକେଟ୍‌ ଘୋଷଣା ପରେ ଆତସବାଜିରେ କମ୍ପିଲା ନିରାକାରପୁର

ନିରାକାରପୁର,୨୭ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶନିବାର ଅପରାହ୍ନରେ ଖୋର୍ଦ୍ଧା ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ପ୍ରଶାନ୍ତ କୁମାର ଜଗଦେବଙ୍କୁ ପ୍ରାର୍ଥୀ କରିଥିବା...

ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ କାର୍ତ୍ତିକ ପାଣ୍ଡିଆନ

କୋକସରା,୨୭ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାର ନିର୍ବାଚନୀ ପ୍ରଚାରରେ ଭି.କାର୍ତ୍ତିକ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସିଥିଲେ। ପ୍ରଥମେ କଳାହାଣ୍ଡି ଜିଲା କୋକସରା ବ୍ଲକ ଦଣ୍ଡପାଟ ଅଞ୍ଚଳର ଗୋତମୁଣ୍ଡା...

ଖୋର୍ଦ୍ଧାରେ ପ୍ରଶାନ୍ତ-ରାଜେନ୍ଦ୍ର ଲଢ଼େଇ

ଖୋର୍ଦ୍ଧା,୨୭।୪: ସାଧାରଣ ନିର୍ବାଚନକୁ ନେଇ ପୂର୍ବତନ ବେଗୁନିଆ ବିଧାୟକ ତଥା ଚିଲିକାର ବର୍ତ୍ତମାନର ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଖୋର୍ଦ୍ଧା ବିଧାନସଭା ଆସନରୁ ଟିକେଟ ଦେଇଛି ଭାଜପା।...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri