ନୋଟିସ ବୋର୍ଡରେ ଟଙ୍ଗାହେବ ପଞ୍ଚାୟତ ଆୟବ୍ୟୟ ହିସାବ

ନୂଆପଡ଼ା,୨୩ା୬ (ମକାରୁ ବେମାଲ): ନୂଆପଡ଼ା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ପଞ୍ଚାୟତ କାର୍ଯ୍ୟକ୍ରମର ଏକ ସମୀକ୍ଷା ବୈଠକ ହୋଇଯାଇଛି। ଜିଲାପାଳ ମଧୁସୂଦନ ଦାଶ ଅଧ୍ୟକ୍ଷତା କରିଥିବା ବେଳେ ଜିଲା ପଞ୍ଚାୟତ ଅଧିକାରୀ ଲଛମନ ଓରାମ ଉପସ୍ଥିତ ଥିଲେ। ଜିଲା ପଞ୍ଚାୟତ ଅଧିକାରୀ ଓରାମ ସମସ୍ତ ପଞ୍ଚାୟତର ଆୟବ୍ୟୟ ହିସାବ ବୈଠକରେ ରଖିଥିଲେ।  ସମୀକ୍ଷାରୁ ଜଣାପଡିଲା ଯେ, ଜିଲାର ୧୩୧ ପଞ୍ଚାୟତ ଜୁନ ୨୦ ସୁଦ୍ଧା ପଞ୍ଚମ ରାଜ୍ୟ ଅର୍ଥ କମିଶନରୁ ୩ କୋଟି ୧୯ ଲକ୍ଷ ୫୨ ହଜାର ଟଙ୍କା ଅନୁଦାନ ପାଇ ୧ କୋଟି ୨୧ ଲକ୍ଷ ୫୮ ହଜାର ଟଙ୍କା ଖର୍ଚ୍ଚ କରିଛନ୍ତି। କେନ୍ଦ୍ରୀୟ ଅନୁଦାନରୁ ୨୧ କୋଟି ୯୪ ଲକ୍ଷ ୪୦ ହଜାର ପାଇଥିବା ବେଳେ ୯ କୋଟି ୭୦ ଲକ୍ଷ ୮୬ ହଜାର ଟଙ୍କା ଖର୍ଚ୍ଚ ହୋଇଛି। ବିଭିନ୍ନ ପଞ୍ଚାୟତର ୧୧୮୨ ପୋଖରୀ ନିଲାମରୁ ୬୭ ଲକ୍ଷ ୪୯ ହଜାର ଟଙ୍କା ଆୟ ହୋଇଥିବା ବେଳେ ୪୪ ସପ୍ତାହିକ ବଜାରରୁ ୧୨ ଲକ୍ଷ ୫୭ ହଜାର ଓ ୫୫୫ ମାର୍କେଟ କମ୍ପ୍ଲେକ୍ସରୁ ୬ ଲକ୍ଷ ଟାଙ୍କା ଆୟ ହୋଇଛି। ଜିଲାପାଳ କହିଥିଲେ, ସମସ୍ତ ବିଡିଓ, ଡିପିଓ, ଜିପିଡିଓ ନିୟମିତ ବ୍ୟବଧାନରେ ସମସ୍ତ ପଞ୍ଚାୟତ ନିରୀକ୍ଷଣ କରିବେ। ମାସ ଆରମ୍ଭରେ ଗତ ମାସର ଆୟବ୍ୟୟର ହିସାବ ସମସ୍ତ ବ୍ଲକ ଓ ପଞ୍ଚାୟତର ନୋଟିସ ବୋର୍ଡରେ ଟଙ୍ଗାଯିବ। ପୂର୍ବ ମାସ ସଭାର ବିବରଣୀ ପାଠ କରାଯିବା ସହ କ’ଣ ଉନ୍ନୟନମୂଳକ କାର୍ଯ୍ୟ ହୋଇଛି ସେଠାରେ ସୂଚନା ଦିଆଯିବ। ପ୍ରତି ବୁଧବାର ସମସ୍ତ ପଞ୍ଚାୟତରେ ରୋଜଗାର ଦିବସ ସହ ସ୍ବଚ୍ଛତା ଦିବସ ମଧ୍ୟ ପାଳନ ହେବ। ପଞ୍ଚାୟତର ସମସ୍ତ ଜବରଦଖଲ ଜମି ତହସିଲଦାରମାନଙ୍କ ସହାୟତାରେ ମୁକ୍ତ କରାଯିବବୋଲି ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିପିଙ୍କ କଡ଼ା ନିର୍ଦ୍ଦେଶ: ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍‌

ଭୁବନେଶ୍ୱର,୧୦।୫: ଭୁବନେଶ୍ୱର ଡିଜିପିଙ୍କ କ୍ୟାମ୍ପ ଅଫିସ୍‌ରେ ରବିବାର ପୋଲିସ ଅଧିକାରୀଙ୍କ ଏକ ଉଚ୍ଚସ୍ତରୀୟ ବୈଠକ ହୋଇଥିଲା। ବୈଠକ ପରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ କଡ଼ା…

ବୁର୍ଲାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ

ବୁର୍ଲା,୧୦।୫: ସମ୍ୱଲପୁର ଜିଲା ବୁର୍ଲା ଜଗନ୍ନାଥ ମନ୍ଦିର ନିକଟରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଛି। ପୂର୍ୱ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ କରାଯାଇଥିବା ଜଣାପଡିଛି। ଆକ୍ରମଣରେ…

ହୃଦଘାତରେ ଚାଲିଗଲା କ୍ରୀଡ଼ା ଶିକ୍ଷକଙ୍କ ଜୀବନ

ପାତ୍ରପୁର,୧୦ା୫(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୁରଙ୍ଗି ହାଇସ୍କୁଲର କ୍ରୀଡା ଶିକ୍ଷକ ଶିଖର ମାଝୀଙ୍କ ରବିବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ନିଜ ଗ୍ରାମ…

ମଦ ପିଇବାକୁ ପଇସା ନ ଦେବାରୁ ସ୍ତ୍ରୀଙ୍କୁ ଆକ୍ରମଣ, ଆଉ ତା’ପରେ…

ବୁଗୁଡା,୧୦।୫(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ବାଲିପଦର ଫାଣ୍ଡି ଅଧୀନ ସୋରଡ଼ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ମଦ ପିଇବାକୁ ପଇସା ନ…

ୱାରେଣ୍ଟ ବଳରେ ଜେଲ୍ ଗଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୧୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ଗ୍ରାମର ଅଶ୍ଵିନୀ ଗୌଡ଼ଙ୍କୁ ରବିବାର ପାଟପୁର ପୋଲିସ ଗିରଫ କରି କୋଦଳା କୋର୍ଟକୁ ଚାଲାଣ କରିଛନ୍ତି…

ସୁନାଥର ଗ୍ରାମରେ ଗ୍ଯାସ ଲଗାଇବା ବେଳେ ଫାଟିଗଲା ସିଲିଣ୍ଡର; ଉଡିଗଲା ଟିଣ, ୬….

ପୁରୁଷୋତ୍ତମପୁର,୧୦ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ଭୟଙ୍କର ବିସ୍ଫୋରଣ । ରବିବାର ସଂଧ୍ଯ୍ଯାରେ ରୋଷେଇ ଲାଗି ଗ୍ଯାସ ଲଗାଇବା ବେଳେ ହଠାତ୍…

ବାଲିଅନ୍ତା ଘଟଣାର ସମୀକ୍ଷା ପରେ ମୁହଁ ଖୋଲିଲେ ପୋଲିସ ଡିଜିପି, କହିଲେ…

ଭୁବନେଶ୍ୱର,୧୦।୫: ବାଲିଅନ୍ତା ଏବଂ ବାଲିପାଟଣା ଘଟଣାର ସମୀକ୍ଷା ପରେ ପୋଲିସ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ଏକ ବଡ଼ ବୟାନ ଦେଇଛନ୍ତି। ୩ରୁ ୪ ଦିନ ହେଲା…

ଥୁଆମୂଳ ରାମପୁର: PWD ରାସ୍ତାରେ ଝୁଲୁଛି ମୃତ୍ୟୁର ଖଣ୍ଡା! ଶୁଖିଲା ଗଛ ସାଜିଛି ମରଣଯନ୍ତା

ଥୁଆମୂଳ ରାମପୁର, ୧୦ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଜୀବନରେଖା କୁହାଯାଉଥିବା ଥୁଆମୂଳ ରାମପୁର – କାଶୀପୁର ମୁଖ୍ୟ PWD ରାସ୍ତା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri