ଭୋଟ ପାଇଁ ୧୩ ପରିଚୟପତ୍ର, ଏକାଧିକ ପ୍ରାର୍ଥୀଙ୍କୁ ଦେଲେ ନାକଚ

ଭୁବନେଶ୍ୱର,୧୫ା୨(ବ୍ୟୁରୋ): ଫେବୃୟାରୀ ୧୬ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୩୦ ଜିଲାର ୭୧ ବ୍ଲକର ୨୦୦ ଜିଲା ପରିଷଦ ଜୋନ୍‌ର ୧୬୬୯ ଗ୍ରାମପଞ୍ଚାୟତରେ ଜିଲା ପରିଷଦ, ସରପଞ୍ଚ, ସମିତି ସଭ୍ୟ ଓ ୱାର୍ଡମେମ୍ବର ନିମନ୍ତେ ନିର୍ବାଚନ ହେବ। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପୋଲିଂ ପାର୍ଟି ନିଜ ନିଜ ବୁଥ୍‌ରେ ପହଞ୍ଚିଛନ୍ତି। ବୁଧବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ଦିନ ୧ଟା ଯାଏ ଚାଲିବ।

ଭୋଟ ଦେବା ପାଇଁ ଜଣେ ଭୋଟରଙ୍କ ପଞ୍ଚାୟତ ସକାଶେ ପ୍ରସ୍ତୁତ ଓ୍ବାର୍ଡଓ୍ବାରି ଭୋଟର ତାଲିକାରେ ନାମ ଥିବା ଜରୁରୀ। ଭୋଟରମାନେ ଭାରତର ନିର୍ବାଚନ କମିଶନଙ୍କ ଦ୍ୱାରା ପ୍ରଦତ୍ତ ଭୋଟର ପରିଚୟପତ୍ର ଦେଖାଇ ମତଦାନ କରିପାରିବେ। ଯଦି କୌଣସି ବ୍ୟକ୍ତିଙ୍କ ପାଖରେ ଉକ୍ତ ପରିଚୟପତ୍ର ନ ଥାଏ ତେବେ ସେ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରା ୧୩ଟି ପ୍ରମାଣ ପତ୍ର ମଧ୍ୟରୁ ଅନୁମୋଦିତ ରାଶନ କାର୍ଡ, ପ୍ୟାନ୍‌ କାର୍ଡ, ଆଧାର କାର୍ଡ, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଜବ୍‌ କାର୍ଡ, ପାସପୋର୍ଟ, ଡ୍ରାଇଭିଂ ଲାଇସେନ୍ସ, କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟବୀମା କାର୍ଡ, ବ୍ୟାଙ୍କ ପାସ୍‌ବୁକ, ପେନ୍‌ସନ୍‌ ଡକ୍ୟୁମେଣ୍ଟ ଆଦି ଯେ କୌଣସି ଗୋଟିଏ ଦେଖାଇ ଭୋଟ ଦେଇପାରିବେ।

ଭୋଟ ଦେବାବେଳେ ମତଦାତାମାନେ କିଭଳି ସତର୍କ ରହିବେ ଓ ଭୋଟ୍‌ ଯେପରି ନାକଚ ନ ହେବ ସେଥିପାଇଁ ରାଜ୍ୟ ନିର୍ବାଚନ କମିଶନ ଗାଇଡଲାଇନ୍‌ ଜାରି କରିଛନ୍ତି । ଓ୍ବାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଏବଂ ଜିଲା ପରିଷଦ ଆସନ ପାଇଁ ଅଲଗା ଅଲଗା ବାଲଟ ପେପର ରହିଛି। ଗୋଟିଏ ବାଲଟ ପେପରରେ ୧୦ଟି ଚିହ୍ନ ରହିଛି। ବାଲଟ ପେପରରେ ଏକାଧିକ ପ୍ରାର୍ଥୀଙ୍କୁ ଭୋଟ ଦେଇଥିଲେ ତାହା ନାକଚ ହୋଇଯିବ। ଭୋଟ ଦେବା ବେଳେ ସତର୍କ ରହିବାକୁ ମତଦାତାଙ୍କୁ ନିର୍ବାଚନ କମିଶନର ପରାମର୍ଶ ଦେଇଛନ୍ତି। ଯେଉଁ ଚିହ୍ନରେ ଭୋଟ ଦେଉଛନ୍ତି ସେହି ଘର ଭିତରେ ଷ୍ଟାମ୍ପ ମାରିବା ଦରକାର। ଏହା ଯେପରି ଘରର ଗାର ଅତିକ୍ରମ ନ କରିବ ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri