‘ପଞ୍ଚାୟତ ନିର୍ବାଚନର ଅଭିଜ୍ଞତା ଉପନିର୍ବାଚନରେ ସହାୟକ ହେବ’

ଝାରସୁଗୁଡ଼ା ଅଫିସ,୨୧ା୫: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତିଙ୍କୁ ବିଜୟୀ କରିବା ପାଇଁ ଦଳ ପକ୍ଷରୁ ଜୋରଦାର ପ୍ରଚାର ଚାଲିଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳୀୟ ନେତୃବୃନ୍ଦ ସାଙ୍ଗରେ କର୍ମୀଙ୍କୁ ଧରି ଲାଗି ପଡ଼ିଛନ୍ତି। ଏଭଳି ସ୍ଥିତିରେ ଦଳର ପ୍ରଚାରକୁ ଆହୁରି ମଜଭୁତ କରିବା ପାଇଁ ଶନିବାର ରାଜ୍ୟ ମହିଳା ବିଜେଡି ସଭାନେତ୍ରୀ ତଥା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆ ୨୦ ଜଣିଆ ପ୍ରଚାରକଙ୍କ ତାଲିକା ଘୋଷଣା କରିଛନ୍ତି। ଏଥିରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଝିଅ ଦିପାଲି ଦାସଙ୍କୁ ସଂଯୋଜକ ଦାୟିତ୍ୱ ଦିଆଯାଇଛି। ଏହା ପୂର୍ବରୁ ଦିପାଲି ପଞ୍ଚାୟତ ନିର୍ବାଚନରେ ମହିଳାମାନଙ୍କୁ ନେଇ ସାଙ୍ଗଠନିକ ବୈଠକ ମାଧ୍ୟମରେ ନିର୍ବାଚନ ପରିଚାଳନା କରିଥିଲେ। ଏହି ଅଭିଜ୍ଞତା ବ୍ରଜରାଜନଗର ଉପନିର୍ବାଚନରେ ଅଳକାଙ୍କ ବିଜୟ ପାଇଁ ସହାୟକ ହେବ ବୋଲି ଦିପାଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।
ସେହିପରି ପ୍ରଚାର ତାଲିିକାରେ ହିତେଶ୍ୱରୀ ତିହିରିଆ, ଯାଜ୍ଞସେନୀ ଓରାମ, ରାଣୀ ହାତୀ, ଝରଣା ସାଗର, ପୁଷ୍ପଲତା ସେଠୀ, ଶାନ୍ତି ପ୍ରଧାନ, ପଙ୍କଜ ପଧାନଙ୍କ ସହ ୨୦ ଜଣଙ୍କ ନାମ ପ୍ରଚାର ତାଲିକାରେ ସାମିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ…

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri