ପଞ୍ଚାୟତ ନିର୍ବାଚନ: ଗାଁ, ଛକ, ବଜାର କମ୍ପୁଛି

ମାର୍ଶାଘାଇ,୩।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମାର୍ଶାଘାଇ ବ୍ଲକର ୨୪ ଟି ପଞ୍ଚାୟତରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇବାରେ ଲାଗିଛି। ନିର୍ବାଚନ ଲଢୁଥିବା ପ୍ରାର୍ଥୀମାନେ ଚିହ୍ନ ପାଇବା ପରେ ପ୍ରଚାରକୁ ଜୋରଦାର କରିଛନ୍ତି। ପ୍ରାର୍ଥୀମାନଙ୍କ ସମର୍ଥକମାନେ ଗାଁକୁ ଗାଁ ଛକ ଜାଗା ଓ ରାସ୍ତା କଡରେ ବାଉଁଶ ପୋତି ଫ୍ଲେକ୍ସ ଓ ବ୍ୟାନର ଲଗାଇ ସାରିଲେଣି। ଗାଁ ଗାଁରେ ଭୋଜି ଭାତର ଆସର ଜମିବାକୁ ଲାଗିଲାଣି। ପ୍ରତ୍ୟେକ ଚା, ପାନ ଦୋକାନ ଓ ଛକ ବଜାରରେ ସମର୍ଥକମାନଙ୍କ ଦ୍ୱାରା ରାଜନୈତିକ ଅଙ୍କ କଷା ଜୋର ଧରିଛି। କରୋନା କଟକଣାକୁ ପଛରେ ପକାଇ ପ୍ରାର୍ଥୀମାନେ ଘରକୁ ଘର ବୁଲି ନିଜ ସପକ୍ଷରେ ଭୋଟ ଭିକ୍ଷା କରୁଛନ୍ତି। ବ୍ଲକର ବିଭିନ୍ନ ପଞ୍ଚାୟତରେ କ୍ଷମତା ଓ ଆସନ ପାଇଁ ହେଉଥିବା ଲଢେଇରେ ରାଜନେତାମାନେ ନିଜ ପ୍ରାର୍ଥୀଙ୍କ ସପକ୍ଷରେ ଭୋଟ ଦେବାକୁ ଭୋଟରଙ୍କୁ ପ୍ରବର୍ତ୍ତାଉଛନ୍ତି। ସ୍ବାମୀ କ୍ଷମତାରେ ଥିବା ପଞ୍ଚାୟତଟି ଯଦି ମହିଳାଙ୍କ ପାଇଁ ସଂରକ୍ଷିତ ହୋଇଛି ତେବେ ସ୍ବାାମୀ ସ୍ତ୍ରୀଙ୍କୁ ପ୍ରାର୍ଥୀ କରିଥିବା ଦେଖିବାକୁ ମିଳୁଛି। ବିଶେଷ କରି ନିର୍ବାଚନ ମଇଦାନରେ ବର୍ତ୍ତମାନର ସରପଞ୍ଚ ଓ ସମିତି ସଭ୍ୟମାନେ ନିଜ ନିଜ ଦବ୍‌ଦବା ରଖିବାକୁ ପରିବାର କୈନ୍ଦ୍ରିକ ରାଜନୀତି କରୁଥିବା ଦେଖିବାକୁ ମିଳୁଛି। ଅନେକ ସ୍ଥାନରେ ପୁରୁଖା ନେତାମାନେ କ୍ଷମତା ଲୋଭରେ ପ୍ରାର୍ଥୀ ହେବାକୁ ସୁଯୋଗ ହାତଛଡା କରିନାହାନ୍ତି। କ୍ଷମତା ଲଢେଇରେ ଗାଁ ଗାଁ ତଥା ଭାଇ, ବନ୍ଧୁ, ସାଙ୍ଗମାନଙ୍କ ମଧ୍ୟରେ ଶତ୍ରୁତା ଓ ନିର୍ବାଚନୀ ହିଂସାକୁ ମଧ୍ୟ ଏଡାଇ ଦିଆଯାଇ ନ ପାରେ। ତେଣୁ ପ୍ରଶାସନ ଶାନ୍ତି ଭଙ୍ଗକାରୀଙ୍କ ଉପରେ କଡା ନଜର ତଥା ଶାନ୍ତି ଶୃଙ୍ଖଳା ସହ ନିର୍ବାଚନ ଶେଷ ପାଇଁ ବୁଦ୍ଧିଜୀବୀମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ...

ଗେଷ୍ଟ ହାଉସ୍‌ରେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ, ଦୁର୍ଗନ୍ଧ ଆସିବା ପରେ…

ଭୁବନେଶ୍ୱର,୧୯।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅନ୍ତର୍ଗତ ଗଜପତି ନଗରର ସୈନିକ ସ୍କୁଲ ନିକଟ ଏକ ଗେଷ୍ଟ ହାଉସରେ ଜଣେ ବ୍ୟବସାୟୀଙ୍କ ସନ୍ଦେହଜନକ ମୃତ୍ୟୁ...

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ନିମାପଡ଼ା ଆସନରେ ମାଷ୍ଟରଷ୍ଟ୍ରୋକ୍‌ ଖେଳିପାରେ କଂଗ୍ରେସ

ନିମାପଡ଼ା,୧୯ା୪(ରଞ୍ଜନ ପଟ୍ଟନାୟକ): ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଏବଂ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା କଂଗ୍ରେସ ପଡ଼ିଛି ପଛରେ। ୨୦୧୯ ନିର୍ବାଚନରେ ଦିଲ୍ଲୀପ ନାୟକକଂଗ୍ରେସରୁ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri