ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ଆଶଙ୍କା

ଭୁବନେଶ୍ୱର,୧୬ା୬(ବ୍ୟୁରୋ): ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ଏ ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନାହାନ୍ତି। ୨୦୨୨ ଫେବୃୟାରୀରେ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହା ପୂର୍ବରୁ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ କରିବା କଥା। ଏ ପର୍ଯ୍ୟନ୍ତ ସେ ନେଇ କୌଣସି କାର୍ଯ୍ୟକ୍ରମ ଆରମ୍ଭ କରାଯାଇ ପାରିନାହିଁ।
ପଞ୍ଚାୟତ ନିର୍ବାଚନ ସମ୍ପନ୍ନ କରିବା ରାଜ୍ୟ ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ୨୦୨୧ ଏପ୍ରିଲ ସୁଦ୍ଧା ଶେଷ କରିବାକୁ କମିଶନ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗକୁ ୨୦୨୧ ଜାନୁୟାରୀ ଓ ମାର୍ଚ୍ଚରେ ଦୁଇଟି ଚିଠି ଲେଖିଥିଲେ। ତେବେ ବିଭାଗ ପକ୍ଷରୁ ଏ ନେଇ କୌଣସି ପଦକ୍ଷେପ ନିଆଯାଇ ନାହିଁ। ପଞ୍ଚାୟତ ନିର୍ବାଚନ ନେଇ ଜିଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ନ ଦେଲେ ନିର୍ଦ୍ଧାରିତ ସମୟରେ ନିର୍ବାଚନ ଶେଷ କରିବା ସମ୍ଭବ ହେବ ନାହିଁ ବୋଲି କମିଶନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ୨୦୧୭ରେ ହୋଇଥିବା ପଞ୍ଚାୟତ ନିର୍ବାଚନ ବେଳେ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ଓ ସ୍ଥାନ ସଂରକ୍ଷଣ ଇତ୍ୟାଦି ଦେଢ଼ମାସ ଭିତରେ ଶେଷ କରିଥିଲେ।
ପଞ୍ଚାୟତ ନିର୍ବାଚନକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଯେ ଗତ ଅଢ଼େଇ ବର୍ଷ ହେବ ରାଜ୍ୟ ସରକାର ପୌର ନିର୍ବାଚନ ଖୁବ୍‌ଶୀଘ୍ର ହେବ ବୋଲି କହି ଆସୁଛନ୍ତି। ତେବେ ଏ ପର୍ଯ୍ୟନ୍ତ ନିର୍ବାଚନ ହୋଇପାରିଲା ନାହିଁ। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନକୁ ନ ଗଡ଼େଇ ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ କାର୍ଯ୍ୟ କରିବାକୁ ସେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ସେହିପରି କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ କହିଛନ୍ତି ଯେ ପଞ୍ଚାୟତ ନିର୍ବାଚନ ହାରିଯିବା ଭୟରେ ରାଜ୍ୟ ସରକାର ନିର୍ବାଚନ କରିବାକୁ ଚାହୁନାହାନ୍ତି। ବିଜେଡି ବିଧାୟକ ଅମର ଶତପଥୀ କହିଛନ୍ତି ଯେ ଆଇନ ଅନୁଯାୟୀ ସରକାର ପଦକ୍ଷେପ ନେବେ।
ରାଜ୍ୟ ସରକାର ଗତ ଦୁଇ ବର୍ଷ ହେବ ପୌର ନିର୍ବାଚନ ନ କରି ଝୁଲାଇ ରଖିଛନ୍ତି। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ ନେଇ ଆଇନରେ ସଂଶୋଧନ କରୁ ନ ଥିବାରୁ ଏହା ବିଳମ୍ବ ହୋଇଚାଲିଛି। ପୌର ନିର୍ବାଚନରେ ଏସ୍‌ସି,ଏସ୍‌ଟି ଏବଂ ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଓଡ଼ିଶା ମ୍ୟୁନିସିପାଲ୍‌ ଆଇନ-୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ରେ ଆବଶ୍ୟକ ସଂଶୋଧନ କରିବାକୁ ହେବ।
ଉଲ୍ଲେଖଯୋଗ୍ୟ ଅଣଅନୁସୂଚିତ ଅଞ୍ଚଳରେ ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କ ପାଇଁ ଥିବା ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ୨୦୧୮ରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଏର କରାଯାଇଥିଲା। ହାଇକୋର୍ଟ ପୌର ନିର୍ବାଚନ ପ୍ରକ୍ରିୟା ଉପରେ ରୋକ୍‌ ଲଗାଇବା ସହ ଆଇନରେ ସଂଶୋଧନ ଆଣିବାକୁ ପରାମର୍ଶ ଦେଇଥିଲେ। ହାଇକୋର୍ଟଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ୨୦୧୮ ସେପ୍ଟେମ୍ବରରେ ସୁପ୍ରିମକୋର୍ଟରେ ମାମଲା ଦାଏର କରିଥିଲେ। ତେବେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ। ଫଳରେ ରାଜ୍ୟ ସରକାର ପୌର ନିର୍ବାଚନ କରିବାରେ ସମର୍ଥ ହୋଇପାରି ନାହାନ୍ତି। ଆଇନରେ ସଂଶୋଧନ ଆଣିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ଦେଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବିଧାନସଭାରେ ସଂଶୋଧନ ବିଧେୟକ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri