ଆଗକୁ ପଞ୍ଚାୟତ ନିର୍ବାଚନ: ଏବେଠୁ ଅଣ୍ଟାଭିଡ଼ିଲାଣି ଭାଜପା ଯୁବମୋର୍ଚ୍ଚା

ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ସୋମବାର ସରାପଶି ଲକ୍ଷ୍ମୀ ମଣ୍ଡପ ପରିସରରେ ଭାଜପା ପାଟଣା ମଣ୍ଡଳ ଯୁବମୋର୍ଚ୍ଚାର କର୍ମକର୍ତ୍ତାମାନଙ୍କୁ ନେଇ ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ଏକ ସାଂଗଠାନିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।

ଆୟୋଜିତ ବୈଠକଟି ପାଟଣା ମଣ୍ଡଳ ଭାଜପା ଯୁବମୋର୍ଚ୍ଚା ସଭାପତି ନୀତେଶ କୁମାର ମହାନ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲା ଭାଜପା ଯୁବମୋର୍ଚ୍ଚା ସଭାପତି ରୁଦ୍ର ପ୍ରସାଦ ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାଂଗଠାନିକ କାର୍ଯ୍ୟର ସମୀକ୍ଷା କରିଥିଲେ।

ବୈଠକରେ ଯୁବମୋର୍ଚ୍ଚାର ପ୍ରଶିକ୍ଷଣ କାର୍ଯ୍ୟକ୍ରମ, ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି, ମଣ୍ଡଳ ସଭାପତି, ଶକ୍ତିକେନ୍ଦ୍ର ପ୍ରମୁଖ ଏବଂ ବୁଥ୍ ସଭାପତିମାନଙ୍କୁ ସହଯୋଗ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥିସହ ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମଗୁଡ଼ିକୁ ସୋସିଆଲ ମିଡିଆ ମାଧ୍ୟମରେ ପ୍ରଚାର କରି ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବାକୁ ପରାମର୍ଶ ଦିଆଯାଇଥିଲା।

ଏହି ବୈଠକରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତା ସଞ୍ଜୟ ମହାନ୍ତ, ଭାଜପା ଜିଲା ସଂଖ୍ୟାଲଘୁ ମୋର୍ଚ୍ଚା ଉପସଭାପତି ମନସୁର ଆଲମ, ତ୍ରିନାଥ ମହାନ୍ତ, ପଙ୍କଜ ସେଠୀ, ଯୁଧିଷ୍ଠିର ମହାନ୍ତ, ମଧୁସୂଦନ ମହାନ୍ତ, ମଳୟ ରଣା, ପ୍ରିୟ ରଞ୍ଜନ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ସାଂଗଠାନିକ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Dharitri – Odisha’s No.1 Odia Daily

 

 

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦି, ପୁଟିନ, ଜିନପିଙ୍ଗ… ବ୍ରିକ୍ସ (BRICS)ର ଏକ ଶକ୍ତିଶାଳୀ ଚିତ୍ର, ବିଶ୍ୱ ପାଇଁ ଦେଉଛି ବଡ଼ ବାର୍ତ୍ତା…

ନୂଆଦିଲ୍ଲୀ,୧୨।୯: ବ୍ରିକ୍ସ (BRICS) ସମ୍ମିଳନୀରୁ ବିଶ୍ୱ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ବହନ କରୁଥିବା ଚିତ୍ର ସାମ୍ନାକୁ ଆସିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ…

ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ଆଦର୍ଶ ଛାତ୍ର ହୋଇ ଲକ୍ଷ୍ୟସ୍ଥଳରେ ପହଞ୍ଚି…

ତୁମୁଡ଼ିବନ୍ଧ, ୧୨।୯ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧସ୍ଥିତ ଜଲେଶପଟ୍ଟା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଯାଇଛି। ବିଦ୍ୟାଳୟର ଅଧ୍ୟକ୍ଷ ଭିକାର…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?