ପଞ୍ଚାୟତ ନିର୍ବାଚନ: ଆଦର୍ଶ ଆଚରଣ ବିଧି ପ୍ରକାଶିତ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଘୋଷଣା ହେବାକୁ ଯାଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ। ଏହାପୂର୍ବରୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଗୋଟିଏ ପରେ ଗୋଟିଏ ପ୍ରସ୍ତୁତି କରାଯାଉଛି। ଶନିବାର କମିଶନ ପକ୍ଷରୁ ପଞ୍ଚାୟତ ନିର୍ବାଚନ ପାଇଁ ଆଦର୍ଶ ଆଚରଣ ବିଧି ଉଭୟ ଓଡ଼ିଆ ଏବଂ ଇଂଲିଶ୍‌ରେ ପ୍ରକାଶ ପାଇଛି। ଏହା ନିର୍ବାଚନ ତାରିଖ ଘୋଷଣା ପରଠାରୁ ସମଗ୍ର ରାଜ୍ୟରେ ଲାଗୁ ହେବ ଏବଂ ଭୋଟ ଗଣତି ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ରାଜନୈତକ ଦଳ, କ୍ଷମତାସୀନ ଦଳ ସମେତ ପ୍ରାର୍ଥୀ, ପ୍ରଶାସନିକ ଅଧିକାରୀ କ’ଣ କରିବେ, କ’ଣ ନ କରିବେ ତାହା ଆଦର୍ଶ ଆଚରଣ ବିଧିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି। ବିଶେଷକରି ସଭାସମିତି, ଶୋଭାଯାତ୍ରା, ପ୍ରଚାର, ଭୋଟ ପାଇଁ ନିବେଦନ ସାଙ୍ଗକୁ ଭୋଟଗ୍ରହଣ ଅଞ୍ଚଳ ଏବଂ ଭୋଟ ଗ୍ରହଣ ଦିବସରେ ଦଳ ଓ ପ୍ରାର୍ଥୀଙ୍କ ଆଚରଣ କେଉଁଭଳି ରହିବା ଉଚିତ ବା ଅନୁଚିତ ତାହା ଦର୍ଶାଯାଇଛି। ସେହିପରି ନିର୍ବାଚନ ସମୟରେ ଦୁର୍ନୀତି ଏବଂ ତତ୍‌ସଂକ୍ରାନ୍ତ ଦଣ୍ଡବିଧି ବ୍ୟବସ୍ଥାକୁ ମଧ୍ୟ ଉଲ୍ଲେଖ କରାଯାଇଛି। ମୁକ୍ତ ଏବଂ ଅବାଧ ନିର୍ବାଚନ କରାଯିବା ନିମନ୍ତେ ଭାରତୀୟ ସମ୍ବିଧାନର ଧାରା ୨୪୩-କେ ଓ ପଞ୍ଚାୟତ ଆଇନ ଅନୁଯାୟୀ କମିଶନ ଏହି ଆଦର୍ଶ ଆଚରଣ ବିଧି ପ୍ରକାଶ କରିଛନ୍ତି।
ସୂଚନାଥାଉ କି, ଚଳିତ ଥର ଭୋଟ୍‌ ଗ୍ରହଣ ଦିନ ଗଣତି ହେବ ନାହିଁ। ଜୋନ୍‌ ତଥା ବ୍ଲକର ସାମଗ୍ରିକ ତ୍ରିସ୍ତରୀୟ ନିର୍ବାଚନ ସରିବା ପରେ ବ୍ଲକ ମୁଖ୍ୟାଳୟରେ ଗଣତି କରାଯିବ। ୫ଟି ପର୍ଯ୍ୟାୟରେ ପଞ୍ଚାୟତ ଭୋଟଗ୍ରହଣ ଏବଂ ୩ଟି ପର୍ଯ୍ୟାୟରେ ଗଣତି କରାଯିବ। ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ନିର୍ବାଚନୀ ଖର୍ଚ୍ଚ ରାଶି ସହ ବ୍ୟବହାର ହେବାକୁ ଥିବା ଗାଡ଼ି ସଂଖ୍ୟା ବୃଦ୍ଧି ନେଇ ଘୋଷଣା ସରିଛି। ନିକଟରେ ପଞ୍ଚାୟତ ନିର୍ବାଚନର ଖର୍ଚ୍ଚ ରାଶି ସହ ଗାଡ଼ି ବ୍ୟବହାର ନେଇ କମିଶନଙ୍କ ତରଫରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଖୁବ୍‌ଶୀଘ୍ର ଆଉ ଏକ ସର୍ବଦଳୀୟ ବୈଠକ ଡକାଯାଇ ଚୂଡାନ୍ତ ଭୋଟର ତାଲିକାର ନକଲ ପ୍ରଦାନ କରାଯିବ। ଏହାପରେ ଅର୍ଥାତ୍‌ ଚଳିତ ମାସ ଶେଷସୁଦ୍ଧା ନିର୍ବାଚନ ତାରିଖ ଘୋଷଣା ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri