ଫେବୃଆରୀରେ ପଞ୍ଚାୟତ ନିର୍ବାଚନ: ସଂରକ୍ଷଣ ନେଇ ବିଧାନସଭାରେ ଆସିବ ପ୍ରସ୍ତାବ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଫେବୃଆରୀରେ ପଞ୍ଚାୟତ ନିର୍ବାଚନ ହେବା ନିଶ୍ଚିତ ହୋଇଯାଇଛି। ଏନେଇ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଆରମ୍ଭ କରିଦେଇଛନ୍ତି । ବିଧାନସଭାରେ ସଂରକ୍ଷଣ ସଂକ୍ରାନ୍ତୀୟ ସଂଶୋଧନ ଆସିବାକୁ ଯାଉଛି ।

ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ ବସିବ। ତେବେ ପଞ୍ଚାୟତ ଓ ପୌର ନିର୍ବାଚନ ପରିପ୍ରେକ୍ଷୀରେ ସଂଶୋଧନ ପ୍ରସ୍ତାବ ଆସିବକି ନାହିଁ ତାହା ସ୍ପଷ୍ଟ ହୋଇ ନ ଥିଲା । କାରଣ ନିର୍ଦ୍ଧାରିତ ମାସରେ ନିର୍ବାଚନ ହେବା ନିମନ୍ତେ ସଂଶୋଧନ ନିତାନ୍ତ ଅପରିହାର୍ଯ୍ୟ । ବୁଧବାର ଏନେଇ ସୂଚନା ଦେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ପଞ୍ଚାୟତ ସଂରକ୍ଷଣ ସଂକ୍ରାନ୍ତୀୟ ସଂଶୋଧନ ବିଲ୍‌ ବିଧାନସଭାରେ ଆସିବ ।

ମନ୍ତ୍ରୀଙ୍କ ଏଭଳି ସୂଚନା ପରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିବ। ପ୍ରଥମେ ଜିଲାପାଳମାନେ ସଂରକ୍ଷଣ ତାଲିକା ପ୍ରଦାନ କରିବେ। ଏନେଇ ଅଭିଯୋଗ ଶୁଣାଣି ନିମନ୍ତେ ମଧ୍ୟ ମାସେ ସମୟ ରହିବ । ଯଦି ସବୁକିଛି ଠିକ୍‌ଠାକ୍‌ ଚାଲେ ତେବେ ଡିସେମ୍ବରରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଡ୍ରାଇଭରଙ୍କ ଘରୁ ମିଳିଲା ୨୦ କୋଟି ଟଙ୍କା, ୧୫ କେ.ଜି. ସୁନା: ପୋଲିସ ତାଜୁବ

କୋଲକାତା,୩୦।୭:ପୂର୍ବରୁ ସରକାରୀ ବସ୍‌ ଡ୍ରାଇଭର ଭାବେ କାମ କରୁଥିବା ପଶ୍ଚିମବଙ୍ଗ ବୀରଭୂମ ଜିଲାର ମିନାର ମଣ୍ଡଳଙ୍କ ଘରୁ ପୋଲିସ ୨୦ କୋଟି ନଗଦ ଟଙ୍କା ଏବଂ ୧୫…

ଭୁଶୁଡ଼ିଲା ପଥରଗଡ଼ ଡ୍ୟାମ୍‌ ହୁଡ଼ା: ୧ଶହ ଏକର ଚାଷ ଜମି ବାଲିଚର

ଲୋଇସିଂହା,୩0୦।୭(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ରେକର୍ଡ ପରିମାଣର ବର୍ଷା ହୋଇଛି। ବୁଧବାର ଦିନକ ଭିତରେ ୨୬୪ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଜିଲାରେ ସର୍ବାଧିକ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

ପ୍ରେମିକା ପାଇଁ ମନ୍ଦିର ଉପରେ ପ୍ରେମିକ: ଆଉ ତା’ପରେ ଘଟିଲା…

କେନ୍ଦୁଝର,୩୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ୍‌ ଅନ୍ତର୍ଗତ ହରିଚନ୍ଦନପୁରରେ ବୁଧବାର ଏକ ହାଇଡ୍ରାମା ଦେଖିବାକୁ ମଳିଛି। ପ୍ରେମିକାଙ୍କୁ ପାଇବା ପାଇଁ କାଳିଆଦୁମା ଗ୍ରାମର ପ୍ରେମିକ ଏକ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କୂଳ ଲଙ୍ଘୁଛି କେନାଲ: ସତ ହେଲା ଆଶଙ୍କା

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ):ବରଗଡ଼-ଭେଡ଼େନ କେନାଲରେ ବକ୍ସ କଣ୍ଡୁଇଟ୍‌ (କେନାଲ ସୌନ୍ଦର୍ଯ୍ୟ ପାଇଁ କରାଯାଇଥିବା କାର୍ଯ୍ୟ)ନିର୍ମାଣରେ ହୋଇଥିବା ଅନିୟମିତତା ଘଟଣାକୁ ନେଇ ଚର୍ଚ୍ଚା ଥମିବାର ନାଁ ନେଉ ନାହିଁ। ମଙ୍ଗଳବାର…

ଆରମ୍ଭ ହେବ ମାଗଣା ମ୍ୟୁଚୁଆଲ ଫଣ୍ଡ୍‌ ସାର୍ଟିଫିକେଟ ପାଠ୍ୟକ୍ରମ

ଭୁବନେଶ୍ୱର, ୩୦ା୭ (ସୁଚିସ୍ମିତା ସାହୁ): ଓଡ଼ିଶାର ସରକାରୀ କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ଆର୍ଥିକ ସାକ୍ଷରତା ଏବଂ ନିଯୁକ୍ତି ସୁଯୋଗ ବୃଦ୍ଧି ପାଇଁ ରାଜ୍ୟ ସରକାର…

ନିଯୁକ୍ତି ନିୟମରେ ଆସିପାରେ ସଂସ୍କାର: ୪ ବିଭାଗଠାରୁ ଲୋଡ଼ାଗଲା ମତାମତ

ଭୁବନେଶ୍ୱର,୩୦ା୭(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ନିଯୁକ୍ତି ନିୟମରେ ଅଧିକ ସଂସ୍କାର ଆଣିବା ପାଇଁ ଲକ୍ଷ୍ୟ ରହିଛିି। ଏହାକୁ ନେଇ ୪ ପ୍ରମୁଖ ବିଭାଗଠାରୁ ତଥ୍ୟ ଲୋଡ଼ାଯାଇଛି। ଏ…

୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ: ଏହି ବିଷୟରେ ହେବ ଚର୍ଚ୍ଚା

ଭୁବନେଶ୍ୱର,୩୦ା୭ (ସୁନୀତ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରଠାରୁ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ କରିଛନ୍ତି। ପ୍ରଥମ ଦିନ ସନ୍ଧ୍ୟାରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri