୨୦୨୭ ଏହି ମାସରେ ହେବ ପଞ୍ଚାୟତ ନିର୍ବାଚନ: ବଡ ସୂଚନା ଦେଲେ ଓଡ଼ିଶା ନିର୍ବାଚନ କମିଶନର

ଭୁବନେଶ୍ୱର,୧୭।୧: ଓଡ଼ିଶାରେ ଆସନ୍ତା ବର୍ଷ (୨୦୨୭) ଜାନୁଆରୀ ଓ ଫେବୃଆରୀ ମାସରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହୋଇପାରେ। ଶନିବାର ଗଣମାଧ୍ୟମକୁ ସୂଚନା ଦେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଏହି ସଙ୍କେତ ଦେଇଛନ୍ତି।

ବର୍ତ୍ତମାନର ପଞ୍ଚାୟତ ସଂସ୍ଥାଗୁଡ଼ିକର କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବାରୁ ଏହି ନୂତନ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିବାକୁ ଶନିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଶନର କହିଛନ୍ତି ଯେ ନିର୍ବାଚନ ପ୍ରସ୍ତୁତି ନେଇ ବିଭିନ୍ନ ଜିଲାର ଜିଲାପାଳ, ଉପ-ଜିଲାପାଳ ଓ ପୌର କମିଶନରମାନଙ୍କ ସହ ଆଲୋଚନା ଜାରି ରହିଛି।

ନିର୍ବାଚନକୁ ସ୍ୱଚ୍ଛ ଓ ସଠିକ୍ କରିବା ପାଇଁ ପଞ୍ଚାୟତ ଓ ପୌର ନିର୍ବାଚନ ନିମନ୍ତେ ଘରକୁ ଘର ବୁଲି ଭୋଟର ସର୍ଭେ କରାଯିବ। ଏହି ସର୍ଭେ କାର୍ଯ୍ୟ ଚଳିତ ବର୍ଷ ମାର୍ଚ୍ଚ ମାସ ସୁଦ୍ଧା ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଛି। ତେବେ ଜନଗଣନା କାର୍ଯ୍ୟ ଯୋଗୁଁ ଏଥିରେ ପ୍ରାୟ ମାସେ ବିଳମ୍ବ ହୋଇପାରେ ବୋଲି ସେ ସୂଚନା ଦେଇଛନ୍ତି।

ଭୋଟରମାନଙ୍କ ସୁବିଧା ପାଇଁ ଆବଶ୍ୟକ ସ୍ଥଳେ ବୁଥ୍‌ଗୁଡ଼ିକର ପୁନର୍ଗଠନ କରାଯିବ। ପୋଲିଂ ବୁଥ୍ ଯେପରି ଭୋଟରଙ୍କ ଘର ପାଖରେ ରହିବ, ତାହାକୁ ପ୍ରାଥମିକତା ଦିଆଯିବ।

ତେବେ ଏହି ଭୋଟର ସର୍ଭେ ସହିତ ‘ସ୍ପେଶାଲ ଇଣ୍ଟେନ୍ସିଭ୍ ରିଭିଜନ୍’ (SIR) ର କୌଣସି ସମ୍ପର୍କ ନାହିଁ ବୋଲି ପାଢ଼ୀ ସ୍ପଷ୍ଟ କରିଛନ୍ତି।

ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୧୩ରେ ସମ୍ବଲପୁରଠାରେ ଏକ ପ୍ରସ୍ତୁତି ବୈଠକ ଶେଷ ହୋଇଥିବା ବେଳେ ଆସନ୍ତା ଜାନୁଆରୀ ୨୦ ତାରିଖରେ ଛତ୍ରପୁରଠାରେ ପରବର୍ତ୍ତୀ ବୈଠକ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ...

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ...

ଇଣ୍ଡିଗୋ ଉପରେ ଲାଗିଲା ୨୨ କୋଟି ଟଙ୍କା ଜରିମାନା, ସରକାର ନେଲେ ବଡ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୭।୧: ବିମାନ ସେବା ସଂସ୍ଥା ‘ଇଣ୍ଡିଗୋ’ ଉପରେ ୨୨.୨୦ କୋଟି ଟଙ୍କାର ଜରିମାନା ଲଗାଇଛନ୍ତି ସରକାର। ବିମାନ କ୍ରୁ ସଦସ୍ୟଙ୍କ ଉପରେ ଅତ୍ୟଧିକ କାର୍ଯ୍ୟଭାର, ଦୁର୍ବଳ...

ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ...

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା...

କଳାହାଣ୍ଡି ପାଇଁ ଆଣିଲେ ଗୌରବ: ଲୋକକଳା ସମ୍ମାନ ପାଇଲେ ଯୁବ ପ୍ରତିଭା ସତ୍ୟବ୍ରତ ଦାଶ

ଭବାନୀପାଟଣା,୧୭।୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଜୟଦେବ ଭବନ ଠାରେ ରାଜ୍ୟ ସାହିତ୍ୟ ସଂସ୍କୃତି ବିଭାଗ ଏବଂ ସଂସ୍କୃତି ମଞ୍ଚ ଆନୁକୂଲ୍ୟରେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା...

ରାଉରକେଲା ବିମାନ ଦୁର୍ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା… 

ରାଉରକେଲା,୧୭।୧: ରାଉରକେଲା ଚାର୍ଟର ବିମାନ ଦୁର୍ଘଟଣାରେ  ଗୁରୁତର ଥିବା ସୁଶାନ୍ତ ବିଶ୍ୱାଳଙ୍କ ମୃତ୍ୟୁ ଘଟିଛି। ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ସେଠାରେ ତାଙ୍କର...

ଚେତାବନୀ ଦେଲେ ମାଲିକ ସଂଘ, ୨୪ରୁ ବଡ଼ିବନି ଘରୋଇ ବସ୍‌ !

ଭୁବନେଶ୍ୱର,୧୭।୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍‌ କ୍ୱାର୍ଟରକୁ ଆସିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri