ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି।
ପଞ୍ଚାୟତ ନିର୍ବାଚନ ସମ୍ପନ୍ନ କରିବା ରାଜ୍ୟ ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ୨୦୨୧ ଏପ୍ରିଲ ସୁଦ୍ଧା ଶେଷ କରିବାକୁ କମିଶନ ପଞ୍ଚାୟତିରାଜ ବିଭାଗକୁ ୨୦୨୧ ଜାନୁୟାରୀ ଓ ମାର୍ଚ୍ଚରେ ଦୁଇଟି ଚିଠି ଲେଖିଥିଲେ। ତେବେ ବିଭାଗ ପକ୍ଷରୁ ଏ ନେଇ କୌଣସି ପଦକ୍ଷେପ ନିଆଯାଇ ନାହିଁ। ପଞ୍ଚାୟତ ନିର୍ବାଚନ ନେଇ ଜିଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ନ ଦେଲେ ନିର୍ଦ୍ଧାରିତ ସମୟରେ ନିର୍ବାଚନ ଶେଷ କରିବା ସମ୍ଭବ ହେବ ନାହିଁ ବୋଲି କମିଶନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।
ରାଜ୍ୟ ସରକାର ଗତ ଦୁଇ ବର୍ଷ ହେବ ପୌର ନିର୍ବାଚନ ନ କରି ଝୁଲାଇ ରଖିଛନ୍ତି। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ ଆଇନରେ ସଂଶୋଧନ କରୁ ନ ଥିବାରୁ ଏହା ବିଳମ୍ବ ହୋଇ ଚାଲିଛି। ପୌର ନିର୍ବାଚନରେ ଏସ୍‌ସି,ଏସ୍‌ଟି ଏବଂ ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଓଡ଼ିଶା ମ୍ୟୁନିସିପାଲ ଆଇନ-୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ରେ ଆବଶ୍ୟକ ସଂଶୋଧନ କରିବାକୁ ହେବ। ଉଲ୍ଲେଖଯୋଗ୍ୟ ଅଣଅନୁସୂଚିତ ଅଞ୍ଚଳରେ ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କ ପାଇଁ ଥିବା ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ୨୦୧୮ରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟ ପୌର ନିର୍ବାଚନ ପ୍ରକ୍ରିୟା ଉପରେ ରୋକ୍‌ ଲଗାଇବା ସହ ଆଇନରେ ସଂଶୋଧନ ଆଣିବାକୁ ପରାମର୍ଶ ଦେଇଥିଲେ। ହାଇକୋର୍ଟଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ୨୦୧୮ ସେପ୍ଟେମ୍ବରରେ ସୁପ୍ରିମକୋର୍ଟରେ ମାମଲା ଦାଏର କରିଥିଲେ। ତେବେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ। ଫଳରେ ରାଜ୍ୟ ସରକାର ପୌର ନିର୍ବାଚନ କରିବାରେ ସମର୍ଥ ହୋଇପାରି ନାହାନ୍ତି। ଆଇନରେ ସଂଶୋଧନ ଆଣିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ଦେଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବିଧାନସଭାରେ ସଂଶୋଧନ ବିଧେୟକ ଉପସ୍ଥାପନ ହୋଇପାରି ନାହିଁ। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି।
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ ବୋଲି ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ତାଙ୍କ କାମ ସାରି ନ ଥିବାରୁ ବିଳମ୍ବ ହୋଇପାରେ ବୋଲି ସେ କହିଛନ୍ତି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା କଥା। ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଚିଠି ଲେଖାଯାଇଛି। ଏ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ। ଏଯାଏ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ। ସେ ଦୃଷ୍ଟିରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ସମ୍ଭାବନା ଥିବା ଜଣାପଡ଼ୁଛି ବୋଲି ସେ କହିଛନ୍ତି।
କମିଶନ ଦୁଇଥର ଚିଠି ଲେଖିବା ସତ୍ତ୍ୱେ ଏ ସମ୍ପର୍କରେ ସରକାରଙ୍କଠାରୁ କୌଣସି ଇଣ୍ଟିମେଶନ ମିଳି ନ ଥିବା କମିଶନ ଜଣାଇଛନ୍ତି। ଆସନ ସଂରକ୍ଷଣକୁ ନେଇ ସରକାର ଅଡୁଆରେ ପଡ଼ିଥିବାରୁ ନିଷ୍ପତ୍ତି ନେବାରେ ଜାଣିଶୁଣି ବିଳମ୍ବ କରୁଥିବା କୁହାଯାଉଛି। ତେବେ ସ୍ବାୟତ୍ତ ଶାସନ ବ୍ୟବସ୍ଥାରେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ହରଡ଼ଘଣାରେ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?