ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ୨୦୨୨ ମାର୍ଚ୍ଚ ୧୦ରେ ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଛି। ମାତ୍ର ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ଆରମ୍ଭ କରିନାହାନ୍ତି। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ସୃଷ୍ଟି ହୋଇଛି।
ପଞ୍ଚାୟତ ନିର୍ବାଚନ ସମ୍ପନ୍ନ କରିବା ରାଜ୍ୟ ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ କାର୍ଯ୍ୟ ୨୦୨୧ ଏପ୍ରିଲ ସୁଦ୍ଧା ଶେଷ କରିବାକୁ କମିଶନ ପଞ୍ଚାୟତିରାଜ ବିଭାଗକୁ ୨୦୨୧ ଜାନୁୟାରୀ ଓ ମାର୍ଚ୍ଚରେ ଦୁଇଟି ଚିଠି ଲେଖିଥିଲେ। ତେବେ ବିଭାଗ ପକ୍ଷରୁ ଏ ନେଇ କୌଣସି ପଦକ୍ଷେପ ନିଆଯାଇ ନାହିଁ। ପଞ୍ଚାୟତ ନିର୍ବାଚନ ନେଇ ଜିଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ନ ଦେଲେ ନିର୍ଦ୍ଧାରିତ ସମୟରେ ନିର୍ବାଚନ ଶେଷ କରିବା ସମ୍ଭବ ହେବ ନାହିଁ ବୋଲି କମିଶନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି।
ରାଜ୍ୟ ସରକାର ଗତ ଦୁଇ ବର୍ଷ ହେବ ପୌର ନିର୍ବାଚନ ନ କରି ଝୁଲାଇ ରଖିଛନ୍ତି। ଓ୍ବାର୍ଡ ପୁନର୍ଗଠନ ଓ ସ୍ଥାନ ସଂରକ୍ଷଣ ଆଇନରେ ସଂଶୋଧନ କରୁ ନ ଥିବାରୁ ଏହା ବିଳମ୍ବ ହୋଇ ଚାଲିଛି। ପୌର ନିର୍ବାଚନରେ ଏସ୍‌ସି,ଏସ୍‌ଟି ଏବଂ ଓବିସିଙ୍କ ପାଇଁ ସ୍ଥାନ ସଂରକ୍ଷଣ ସକାଶେ ଓଡ଼ିଶା ମ୍ୟୁନିସିପାଲ ଆଇନ-୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଆଇନ-୨୦୦୩ରେ ଆବଶ୍ୟକ ସଂଶୋଧନ କରିବାକୁ ହେବ। ଉଲ୍ଲେଖଯୋଗ୍ୟ ଅଣଅନୁସୂଚିତ ଅଞ୍ଚଳରେ ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କ ପାଇଁ ଥିବା ସ୍ଥାନ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ୨୦୧୮ରେ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଥିଲା। ହାଇକୋର୍ଟ ପୌର ନିର୍ବାଚନ ପ୍ରକ୍ରିୟା ଉପରେ ରୋକ୍‌ ଲଗାଇବା ସହ ଆଇନରେ ସଂଶୋଧନ ଆଣିବାକୁ ପରାମର୍ଶ ଦେଇଥିଲେ। ହାଇକୋର୍ଟଙ୍କ ଏହି ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ୨୦୧୮ ସେପ୍ଟେମ୍ବରରେ ସୁପ୍ରିମକୋର୍ଟରେ ମାମଲା ଦାଏର କରିଥିଲେ। ତେବେ ସୁପ୍ରିମକୋର୍ଟ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ। ଫଳରେ ରାଜ୍ୟ ସରକାର ପୌର ନିର୍ବାଚନ କରିବାରେ ସମର୍ଥ ହୋଇପାରି ନାହାନ୍ତି। ଆଇନରେ ସଂଶୋଧନ ଆଣିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପ୍ରସ୍ତାବ ଦେଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ବିଧାନସଭାରେ ସଂଶୋଧନ ବିଧେୟକ ଉପସ୍ଥାପନ ହୋଇପାରି ନାହିଁ। ପୌର ନିର୍ବାଚନ ଭଳି ପଞ୍ଚାୟତ ନିର୍ବାଚନ ମଧ୍ୟ ବିଳମ୍ବ ହେବା ନେଇ ଆଶଙ୍କା ପ୍ରକାଶ ପାଇଛି।
ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ ବୋଲି ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ରନାଥ ସାହୁ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ତାଙ୍କ କାମ ସାରି ନ ଥିବାରୁ ବିଳମ୍ବ ହୋଇପାରେ ବୋଲି ସେ କହିଛନ୍ତି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା କଥା। ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଚିଠି ଲେଖାଯାଇଛି। ଏ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ। ଏଯାଏ ସୀମା ପୁନଃ ନିର୍ଦ୍ଧାରଣ, ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ। ସେ ଦୃଷ୍ଟିରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବା ସମ୍ଭାବନା ଥିବା ଜଣାପଡ଼ୁଛି ବୋଲି ସେ କହିଛନ୍ତି।
କମିଶନ ଦୁଇଥର ଚିଠି ଲେଖିବା ସତ୍ତ୍ୱେ ଏ ସମ୍ପର୍କରେ ସରକାରଙ୍କଠାରୁ କୌଣସି ଇଣ୍ଟିମେଶନ ମିଳି ନ ଥିବା କମିଶନ ଜଣାଇଛନ୍ତି। ଆସନ ସଂରକ୍ଷଣକୁ ନେଇ ସରକାର ଅଡୁଆରେ ପଡ଼ିଥିବାରୁ ନିଷ୍ପତ୍ତି ନେବାରେ ଜାଣିଶୁଣି ବିଳମ୍ବ କରୁଥିବା କୁହାଯାଉଛି। ତେବେ ସ୍ବାୟତ୍ତ ଶାସନ ବ୍ୟବସ୍ଥାରେ ସଂରକ୍ଷଣ ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବା ପରେ ରାଜ୍ୟ ସରକାର ହରଡ଼ଘଣାରେ ପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri