Posted inରାଜ୍ୟ

ଏହିଦିନ ସରିବ ସରପଞ୍ଚଙ୍କ କାର୍ଯ୍ୟକାଳ, ପଞ୍ଚାୟତ ନିର୍ବାଚନ ନେଇ ଆସିଲା ଗୁରୁତ୍ୱପୂର୍ଣ୍ଣ ସୂଚନା

ଭୁବନେଶ୍ୱର, ୨୫ା୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ମିଳିଛି ଗୁରୁତ୍ୱପୂର୍ଣ୍ଣ ସୂଚନା। ରାଜ୍ୟ ନିର୍ବାଚନ କମିଶନ ରବିବାର ସବୁ ଦ୍ୱନ୍ଦ୍ୱ ଦୂର କରି ସବିଶେଷ ସୂଚନା ଦେଇଛନ୍ତି। ନିର୍ଦ୍ଧାରିତ ସମୟ ପୂର୍ବରୁ ନୁହେଁ ବରଂ ବର୍ତ୍ତମାନର ପଞ୍ଚାୟତ ପ୍ରତିନିଧିଙ୍କ ୫ ବର୍ଷର କାର୍ଯ୍ୟକାଳ ଶେଷ ହେବା ପରେ ହିଁ ନିର୍ବାଚନ ଅନୁଷ୍ଠିତ ହେବ ବୋଲି ସେ କହିଛନ୍ତି।

ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଆଗୁଆ ନିର୍ବାଚନର ସଙ୍କେତ ଦେବାର ଦିନକ ପରେ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ ଏହି ସ୍ପଷ୍ଟୀକରଣ ଦେଇଛନ୍ତି।

ଶ୍ରୀ ପାଢ଼ୀ କହିଛନ୍ତି ଯେ, ସାମ୍ବିଧାନିକ ବ୍ୟବସ୍ଥା ଅନୁଯାୟୀ ପଞ୍ଚାୟତଗୁଡ଼ିକର କାର୍ଯ୍ୟକାଳ ଶେଷ ହେବା ପରେ ହିଁ ଭୋଟ୍ ଗ୍ରହଣ କରାଯିବ। ପୂର୍ବ ନିର୍ବାଚନ ଫେବୃଆରୀ ୨୦୨୨ରେ ହୋଇଥିବାରୁ ପରବର୍ତ୍ତୀ ନିର୍ବାଚନ ୨୦୨୭ରେ ହେବାର ଅଛି।

ନିର୍ବାଚନ ତାରିଖ ଏବେ ଯାଏଁ ଧାର୍ଯ୍ୟ ହୋଇନଥିଲେ ମଧ୍ୟ ସବ-ଡିଭିଜନ ସ୍ତରରେ ମତଦାନ କେନ୍ଦ୍ର ଚିହ୍ନଟ ଏବଂ ବାଲଟ୍ ବାକ୍ସ ଯାଞ୍ଚ ପ୍ରକ୍ରିୟା ଆରମ୍ଭ ହୋଇଛି। ଗତ ୧୦-୧୨ ଦିନ ଧରି ଜିଲ୍ଲାପାଳମାନଙ୍କ ସହ ଏନେଇ ପ୍ରାଥମିକ ବୈଠକ ମଧ୍ୟ ଶେଷ ହୋଇଛି।

ଗତ ଶନିବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଦଳୀୟ କର୍ମକର୍ତ୍ତାଙ୍କୁ ସୂଚନା ଦେଇଥିଲେ ଯେ, ଆସନ୍ତା ବର୍ଷ ହେବାକୁ ଥିବା ଜନଗଣନା କାର୍ଯ୍ୟ ଯୋଗୁଁ ନିର୍ବାଚନ ପ୍ରାୟ ୨-୩ ମାସ ଆଗୁଆ ହୋଇପାରେ। ସେ କର୍ମକର୍ତ୍ତାମାନଙ୍କୁ ତୃଣମୂଳ ସ୍ତରରେ ପ୍ରସ୍ତୁତି ଜୋରଦାର କରିବାକୁ ନିର୍ଦ୍ଦେଶ ଦେଇଥିଲେ।

୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟ (ଘର ତାଲିକା ପ୍ରସ୍ତୁତି) ଏପ୍ରିଲ ୧ରୁ ସେପ୍ଟେମ୍ବର ୩୦, ୨୦୨୬ ମଧ୍ୟରେ ଅନୁଷ୍ଠିତ ହେବ। ଦ୍ୱିତୀୟ ପର୍ଯ୍ୟାୟ ଅର୍ଥାତ୍ ମୁଖ୍ୟ ଜନଗଣନା ଫେବୃଆରୀ ୨୦୨୭ରେ ହେବାକୁ ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ ଶ୍ରୀ ଉତ୍ସବରେ ଅର୍ଚ୍ଚିତାଙ୍କ ସଫଳତା

ଦିଗପହଣ୍ଡି, ୨୫।୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ କନିଶି ଗ୍ରାମ ପିଏମ୍‌ ଶ୍ରୀ ବାଲାଜୀ ବିଦ୍ୟାପୀଠରେ ଆୟୋଜିତ ଗଞ୍ଜାମ ଜିଲାସ୍ତରୀୟ ପିଏମ୍‌ ଶ୍ରୀ ଉତ୍ସବ…

ପ୍ରତିଷ୍ଠା ଉତ୍ସବର ଦିନକ ପରେ ମନ୍ଦିରରୁ ଚୋରି

ବରଗଡ଼,୨୫।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଆନନ୍ଦନଗରରେ ଅବସ୍ଥିତ ନବନିର୍ମିତ ମା’ ତାରିଣୀ ମନ୍ଦିରର ପ୍ରତିଷ୍ଠା ଉତ୍ସବ ଗତ ୨୩ ତାରିଖରେ ସରିଛି। ମାତ୍ର ପ୍ରତିଷ୍ଠା ଉତ୍ସବର…

କୋରାପୁଟରେ ହାଇକୋର୍ଟ ମୁଖ୍ୟ ବିଚାରପତି, କହିଲେ ଓକିଲାତି ଏକ ପେସା ନୁହେଁ ବ୍ରତୀ ହେବା ଆବଶ୍ୟକ

କୋରାପୁଟ,୨୫।୧(ଅମିତାଭ ବେହେରା ): ତିନି ଦିନିଆ ଗସ୍ତରେ କୋରାପୁଟ ଆସିଥିବା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ତଣ୍ଡନ ରବିବାର କୋରାପୁଟର ସମସ୍ତ କୋର୍ଟ ବୁଲି ଦେଖିବା…

୧୪ ବଲ୍‌ରେ ଅଭିଷେକଙ୍କ ଅର୍ଦ୍ଧଶତକ

ଗୁଆହାଟୀ,୨୫ା୧- ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ କ୍ରିକେଟ୍‌ ମ୍ୟାଚ୍‌ରେ ଭାରତୀୟ ଓପ୍‌ନର ଅଭିଷେକ ଶର୍ମା ବିସ୍ଫୋରକ ଅର୍ଦ୍ଧଶତକ ହାସଲ କରିଛନ୍ତି। ସେ ମାତ୍ର ୧୪…

ପାରିବାରିକ କଳହର କରୁଣ ପରିଣତି, ଗୋଟିଏ ପରିବାରର ୩ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା

ଆନନ୍ଦପୁୁର/ହାଟଡିହି,୨୫।୧(ସୁଶାନ୍ତ କୁମାର ସାହୁ/ ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ଖାଳିଆମେଣ୍ଟା ପଞ୍ଚାୟତ ଅଧୀନ ନିଆଳିଝରଣ ଗ୍ରାମରେ ଜମିବାଡ଼ି ବିବାଦରୁ ରବିବାର ସନ୍ଧ୍ୟାରେ ଟ୍ରିପଲ…

ଗଜପତି ଜିଲାର ବିଜୁ ଯୁବ ଓ ଛାତ୍ର ଜନତା ଦଳର ସଭାପତିଙ୍କ ନାମ ଘୋଷଣା

ଗଜପତି, ୨୫ା୧(ଗିରିଧାରୀ ପରିଛା): ଗଜପତି ଜିଲାରେ ଦଳୀୟ ସଂଗଠନକୁ ଆହୁରି ମଜବୁତ କରିବା ପାଇଁ ଦଳୀୟ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ପରେ…

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନୀତ ହେଲେ ଦିଗପହଣ୍ଡିର ପ୍ରହଲ୍ଲାଦ ନାଟକ ନୃତ୍ୟଗୁରୁ ସିମାଞ୍ଚଳ, ଅଞ୍ଚଳରେ ଖୁସିର ଲହରୀ

ଦିଗପହଣ୍ଡି,୨୫ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ବଡ଼ସାହିର ପୌରାଣିକ ପ୍ରହଲ୍ଲାଦ ନାଟକର ହିରନ୍ୟକଶ୍ୟପ ରାଜା ଭୂମିକାରେ ଅଭିନୟ କରୁଥିବା ନିର୍ଦ୍ଦେଶକ (ଗୁରୁ)…

ଓଡ଼ିଶାର ଏହି ବିଶ୍ୱବିଦ୍ୟାଳୟରେ ପ୍ରଥମ ଆରମ୍ଭ ହେବ AI, ମେସିନ୍ ଲର୍ନିଂ ଲ୍ୟାବ୍‌

ଭୁବନେଶ୍ୱର, ୨୫ା୧: ସମଗ୍ର ବିଶ୍ୱ ଏବେ କୃତ୍ରିମ ବୁଦ୍ଧିମତ୍ତା(AI) ପଛରେ ଦୌଡ଼ିବାରେ ଲାଗିଛି। ଏହି ଦୋୖଡରେ ଏବେ ଓଡିଶାର ଶିକ୍ଷା ବ୍ୟବସ୍ଥା ସାମିଲ ହେବାକୁ ଯାଉଛି। ସମ୍ବଲପୁର…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri