ମଦମୁକ୍ତ ହେବ ପଞ୍ଚାୟତ ନିର୍ବାଚନ : ବଢ଼ିପାରେ ପ୍ରଚାର ଖର୍ଚ୍ଚ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଶୃଙ୍ଖଳିତ ଓ ତ୍ରୁଟିମୁକ୍ତ କରିବାକୁ ଶନିବାର ସର୍ବଦଳୀୟ ବୈଠକ ଆୟୋଜିତ ହୋଇଥିଲା। ଏହି ବୈଠକରେ ୪ ପ୍ରସ୍ତାବ ଉପସ୍ଥାପନ ହୋଇଛି। ଚଳିତ ପଞ୍ଚାୟତ ନିର୍ବାଚନକୁ ମଦମୁକ୍ତ କରିବା ସହ ଭୋଟର ତାଲିକାକୁ ତ୍ରୁଟିଶୂନ୍ୟ କରିବାକୁ ବୈଠକରେ ପ୍ରସ୍ତାବ ଦିଆଯାଇଛି। ନିର୍ବାଚନର ୭ ଦିନ ପୂର୍ବରୁ ମଦ ବିକ୍ରିକୁ ବନ୍ଦ କରିବାକୁ ପ୍ରସ୍ତାବ ଦିଆଯାଇଛି। ସର୍ବଦଳୀୟ ବୈଠକ ପରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ଆଲୋଚନା କରିଛନ୍ତି।
ପ୍ରାର୍ଥୀଙ୍କ ନିର୍ବାଚନୀ ଖର୍ଚ୍ଚ ରାଶିକୁ ବଢ଼ାଇବା ସହ ଭୋଟିଂ ସମୟକୁ ବଢ଼ାଯିବା ଦିଗରେ ଗୁରୁତ୍ୱ ଦିଆଯାଇଛି। ସର୍ବଦଳୀୟ ବୈଠକରେ ଭୋଟଦାନ ଅବଧି ଆଉ ୨ ଘଣ୍ଟା ବୃଦ୍ଧି କରିବାକୁ ପ୍ରସ୍ତାବ ଦିଆଯାଇଛି। ସରପଞ୍ଚ ଓ ସମିତିସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ପାଇଁ ମଧ୍ୟ ପ୍ରସ୍ତାବ ରଖାଯାଇଛି। ପୂର୍ବରୁ ଥିବା ୮୦ ହଜାରକୁ ୨ ଲକ୍ଷ ଟଙ୍କା କରାଯିବାକୁ ପ୍ରସ୍ତାବ ଦିଆଯାଇଛି। ସେହିପରି ଜିଲା ପରିଷଦ ସଭ୍ୟଙ୍କ ଖର୍ଚ୍ଚ ୨ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି ପ୍ରସ୍ତାବ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

ଅନ୍ଧାରକୁ ଯାଉଛି ଟିମ ଇଣ୍ଡିଆ; ଲଗାତାର ପରାଜୟକୁ ନେଇ ପୂର୍ବତନ କ୍ରିକେଟରମାନେ କହିଲେ…

ନୂଆଦିଲ୍ଲୀ,୯।୭: ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବର୍ତ୍ତମାନ ଦଳର ରଣନୀତିରେ ଗଭୀର ଆଶ୍ଚର୍ଯ୍ୟ ହୋଇଛନ୍ତି ଏବଂ ଦଳ ପରିଚାଳନା ଦ୍ୱାରା ନିଆଯାଇଥିବା ଅନେକ ନିଷ୍ପତ୍ତିକୁ କଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri