ପଞ୍ଚାୟତ ନିର୍ବାଚନ ଘୋଷଣା ଖୁବ୍‌ଶୀଘ୍ର

ଭୁବନେଶ୍ୱର,୧୪।୧୨(ବ୍ୟୁରୋ):  ଆସନ୍ତା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରସୋର ଚାଲିଛି। ୨୦୨୨ ଫେବୃୟାରୀ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହେବ। ଚଳିତ ମାସ ଶେଷ ସପ୍ତାହରେ ନିର୍ବାଚନ ତାରିଖ ଘୋଷଣା ହେବା ନେଇ ସୂଚନା ମିଳିଛି। ଆସନ୍ତା ୩ ଦିନ ପରେ ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଏନେଇ ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ନିର୍ବାଚନ କମିଶନ ଭୋଟର ତାଲିକା ନଭେମ୍ବରରୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ୨୦୨୧ ନଭେମ୍ବର ୧ ସୁଦ୍ଧା ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଭୋଟର ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ପାଖାପାଖି ୬, ୭୯୪ ସରପଞ୍ଚ ଓ ସମିତି ସଭ୍ୟ, ୯୨ ହଜାର ୱାର୍ଡ ମେମ୍ବର, ୮୫୩ ଜିଲା ପରିଷଦ ସଦସ୍ୟ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।
କମିଶନ ଚଳିତ ବର୍ଷ ଓ୍ବାର୍ଡ ମେମ୍ବରଙ୍କଠାରୁ ଆରମ୍ଭ କରି ଜିଲା ପରିଷଦ ସଦସ୍ୟଙ୍କ ପର୍ଯ୍ୟନ୍ତ ଖର୍ଚ୍ଚ ସୀମା ବୃଦ୍ଧି କରିଛନ୍ତି। ମୋଟ ଆସନ ମଧ୍ୟରୁ ୩,୫୦୦ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ପଛୁଆବର୍ଗ ମହିଳାଙ୍କ ପାଇଁ ୪୨୯ଟି ଆସନ ସଂରକ୍ଷିତ ଥିବା ବେଳେ ଅନୁସୂଚିତ ଜାତିର ମହିଳାଙ୍କ ପାଇଁ ୫୨୫ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୭୬ ଆସନ ସଂରକ୍ଷିତ ରହିଛି। ସମିତି ସଭ୍ୟ ପ୍ରାର୍ଥୀ ପାଇଁ ୩,୫୩୮ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି। ଜିଲା ପରିଷଦରେ ୪୩୩ ଆସନ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ଆସନ୍ତା ପଞ୍ଚାୟତ ନିର୍ବାଚନ ୨୯ ଜିଲାର ୬୭୯୪ ପଞ୍ଚାୟତର ୯୧,୯୧୩ ଓ୍ବାର୍ଡରେ ଅନୁଷ୍ଠିତ ହେବ। ତେବେ ବାଲେଶ୍ୱର ଜିଲାକୁ ଏହି ପ୍ରକ୍ରିୟାରୁ ବାଦ୍‌ ଦିଆଯାଇଛି। ରେମୁଣା ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନରେ ହେଉଥିବା ସ୍ଥାନ ସଂରକ୍ଷଣ ଏବଂ ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ସାମୟିକ ବିଳମ୍ବ ହେତୁ ଏହାକୁ ବାଦ୍‌ ଦିଆଯାଇଛି। ପଞ୍ଚାୟତିରାଜ ଅନୁଷ୍ଠାନଗୁଡିକର କାର୍ଯ୍ୟକାଳ ଆସନ୍ତା ୨୦୨୨ ମାର୍ଚ୍ଚ ସୁଦ୍ଧା ଶେଷ ହେଉଛି। ଏହା ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ଶେଷ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?