ଆଜି ଢିଙ୍କିଆ ନିର୍ବାଚନ, ପୋଲିସ ଛାଉଣୀରେ ପଞ୍ଚାୟତ

କୁଜଙ୍ଗ,୪।୧୦(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ୍‌ର ବହୁ ଚର୍ଚ୍ଚିତ ଢିଙ୍କିଆ ପଞ୍ଚାୟତର ସରପଞ୍ଚ ଓ ୱାର୍ଡସଭ୍ୟାସଭ୍ୟଙ୍କ ନିମନ୍ତେ ଶୁକ୍ରବାର ଭୋଟ ଗ୍ରହଣ କରାଯିବ। ସକାଳ ୭ ଟାରୁ ଭୋଟ ଗ୍ରହଣ ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଏଥିନିମନ୍ତେ ପ୍ରଶାସନିକ ସ୍ତରରେ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଥିବାବେଳେ ମଧ୍ୟାହ୍ନ ସୁଦ୍ଧା ସମସ୍ତ ପୋଲିଂ ଦଳ ବୁଥ୍‌ରେ ପହଞ୍ଚତ୍ ସାରିଛନ୍ତି। ଶିଳ୍ପ ସପକ୍ଷ ଓ ବିପକ୍ଷକୁ ନେଇ ଏହି ପଞ୍ଚାୟତ ରାଜନୀତି ପ୍ରଭାବିତ। ଅତୀତରେ ବହୁବାର ଉଭୟ ଗୋଷ୍ଠୀ ମୁହଁାମୁହିଁ ହେବାର ନଜିର ରହିଛି। ସେ ଦୃଷ୍ଟିରୁ ଢିଙ୍କିଆ ପଞ୍ଚାୟତ ଉତ୍ତେଜନାପ୍ରବଣ ଅଞ୍ଚଳ ଭାବେ ପରିଚିତ।
୨୬ଟି ୱାର୍ଡ ମଧ୍ୟରୁ ତ୍ରିଲୋଚନପୁରର ୨ଟି ଓ ଢିଙ୍କିଆର ୨ଟି ୱାର୍ଡକୁ ଉତ୍ତେଜନାପ୍ରବଣ ଭାବେ ଚିହ୍ନଟ କରାଯାଇଛି ବୋଲି ଥାନା ଅଧିକାରୀ ରାଜକିଶୋର ବେହେରା କହିଛନ୍ତି। ଏହି ବୁଥ୍‌ଗୁଡ଼ିକରେ ସଶସ୍ତ୍ର ପୋଲିସ ମୁତୟନ କରାଯାଇଛି।
ପଞ୍ଚାୟତରେ ହିଂସାମୁକ୍ତ, ଅବାଧ ଓ ନିରପେକ୍ଷ ନିର୍ବାଚନ କରିବା ପାଇଁ ୫ ଡିଏସ୍‌ପି, ୧୨ ଇନ୍ସପେକ୍ଟର ପାହ୍ୟା ଅଧିକାରୀ ଉପସ୍ଥିତ ରହି ଆଇନ ଶୃଙ୍ଖଳା ପରିସ୍ଥିତି ଅନୁଧ୍ୟାନ କରିବେ। ଏଥିସହ ହିଂସା ଏଡ଼ାଇବା ପାଇଁ ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପଞ୍ଚାୟତ ଭିତରକୁ ବାହାର ଲୋକ ପ୍ରବେଶକୁ କଡ଼ାକଡି ଯାଞ୍ଚ କରାଯାଉଛି। ଗୁରୁବାର ଜଗତ୍‌ସିଂହପୁରର ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ପଣ୍ଡା ପହଞ୍ଚତ୍ ଆଇନ ଶୃଙ୍ଖଳା ପରିସ୍ଥିତି ଅନୁଧ୍ୟାନ କରିବା ସହ ତିର୍ତ୍ତୋଲ ଏସ୍‌ଡିପିଓ ଚିନ୍ମୟ ରାଉତ, ପାରାଦୀପ ଡିଏସ୍‌ପି ସନ୍ତୋଷ ଜେନା, ଅଭୟଚାନ୍ଦପୁର ଥାନା ଅଧିକାରୀ ରାଜକିଶୋର ବେହେରା, ଇନ୍ସପେକ୍ଟର କୁଳମଣି ସେଠୀ ପ୍ରମୁଖଙ୍କ ସହ ଆଲୋଚନା କରିଛନ୍ତି। ଏଥିସହ ଭୋଟ ଗ୍ରହଣ ନିମନ୍ତେ ନିୟୋଜିତ ସମସ୍ତ ସେକ୍ଟର ଅଫିସରଙ୍କ ସହ ନିର୍ବାଚନ ପରିଚାଳନା ଉପରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri