ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ କାମରେ ଲାଗୁନାହିଁ। ୨୦ ବର୍ଷ ପୂର୍ବରୁ ନିର୍ମିତ ଧାମନଗର ପାନ୍ଥଶାଳା ଏଯାଏ କାର୍ଯ୍ୟକ୍ଷମ ହୋଇପାରି ନାହିଁ। ରକ୍ଷଣାବେକ୍ଷଣ ଅଭାବରୁ ପାନ୍ଥଶାଳାର ବାହାର ଓ ଭିତରେ କବାଟ ଭାଙ୍ଗିରୁଜି ନଷ୍ଟ ହୋଇଯାଇଛି। ଏହାର ଚତୁପାର୍ଶ୍ୱରେ ଆବଦ୍ଧ ପାଚେରୀ ଥିବାବେଳେ ଗେଟ୍‌ ଭାଙ୍ଗି ଯାଇଥିବାରୁ ସବୁବେଳେ ଖୋଲା ରହୁଛି।
ପାନ୍ଥଶାଳାରୁ ମାତ୍ର ଅଳ୍ପ ଦୂରରେ ଭାରତ ପ୍ରସିଦ୍ଧ ପୀରବାବା ହଜରତ ମୁଜାହିଦ୍‌-ଏ-ମିଲ୍ଲତଙ୍କ ଖାନକା ସରିଫ ରହିଥିବା ବେଳେ ଓଡ଼ିଶାର ଶେଷ ସ୍ବାଧୀନ ରାଜା ଗଜପତି ମୁକୁନ୍ଦଦେବଙ୍କ ଅନ୍ତିମ ସଂଗ୍ରାମ କ୍ଷେତ୍ର ଐତିହାସିକ ଗୋହିରାଟିକିରି ଅବସ୍ଥାପିତ। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠ ସହ ଶହୀଦନଗରଠାରେ ଶହୀଦ ପୀଠ ଭଳି ଐତିହାସିକ ସ୍ଥାନ ରହିଛି। ଏହିସବୁ ପାରିପାର୍ଶ୍ୱିକ ସ୍ଥିତିକୁ ଲକ୍ଷ୍ୟ ରଖି ୨୦ବର୍ଷ ତଳେ ଧାମନଗରର ତତ୍କାଳୀନ ବିଧାୟକ ସ୍ବର୍ଗତ ମାନସ ରଞ୍ଜନ ମଲ୍ଲିକଙ୍କ ପ୍ରଚେଷ୍ଟାରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ଅନୁଦାନରେ ଧାମନଗରରେ ଏହି ପାନ୍ଥଶାଳା ନିର୍ମାଣ ହୋଇଥିଲା। ୨୦୧୮ରେ ଧାମନଗର ଏନ୍‌ଏସି ଘୋଷଣା ପରେ ତତ୍କାଳୀନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ପ୍ରଚେଷ୍ଟାରେ ସରକାରୀ ଅନୁଦାନରେ ଏହି ପାନ୍ଥଶାଳାର ନବକଳେବର ହୋଇଥିଲା। ଏତେ ପରେ ମଧ୍ୟ ଏଯାଏ ପାନ୍ଥଶାଳା କାର୍ଯ୍ୟକ୍ଷମ ହୋଇପାରୁ ନାହିଁ। ପରିତ୍ୟକ୍ତ ଅବସ୍ଥାରେ ରହିଛି। ଫାଟକ ଭାଙ୍ଗି ଯାଇଥିବା ଯୋଗୁ ଖୋଲା ରହୁଥିବାରୁ ରାତି ହେଉ ବା ଦିନ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଏହି ପାନ୍ଥଶାଳା। ବାରମ୍ବାର ମରାମତି ଆଳରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ପରେ ମଧ୍ୟ ପାନ୍ଥଶାଳା ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ି ରହିବା ସହ ଯାତ୍ରୀଙ୍କ କାମରେ ନ ଆସିବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ ଜିଲା ପ୍ରଶାସନ ପକ୍ଷରୁ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଗଲେ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀମାନେ ବିଶେଷ ଉପକୃତ ହୋଇପାରିବେ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ଏ ସମ୍ପର୍କରେ ଡେପୁଟୀ କଲେକ୍ଟର କାର୍ତ୍ତିକ ନାଥ ମଣ୍ଡଳ କହିଛନ୍ତି, ପର୍ଯ୍ୟଟନ ବିଭାଗକୁ ଚିଠି କରାଯାଇଛି। ସମ୍ପୂର୍ଣ୍ଣ ବିବରଣୀ ହସ୍ତଗତ ହେବା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବଢିଲା ଟେନ୍‌ସନ୍‌: ଲାଗିଲା ପୁଣି ଝଟକା

ନୂଆଦିଲ୍ଲୀ,୨୬।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ମଇଦାନକୁ ଫେରିବା ଅପେକ୍ଷା ଆହୁରି ଲମ୍ବା ହୋଇଛି। ୱେଷ୍ଟଇଣ୍ଡିଜ ବିପକ୍ଷ ଘରୋଇ ଦିନିକିଆ ସିରିଜ୍‌ରୁ ବାଦ…

ଅଧିକାରୀଙ୍କ ପାଇଁ ଏଆଇ

ଭାରତର ପ୍ରଶାସନିକ ବ୍ୟବସ୍ଥାରେ ପରବର୍ତ୍ତୀ ବଡ଼ ପରିବର୍ତ୍ତନ ହୁଏତ ଅନ୍ୟ କୌଣସି କ୍ୟାଡର୍‌ ସଂସ୍କାର କିମ୍ବା ନୂଆ ନିୟମାବଳୀ ମାଧ୍ୟମରେ ଆସି ନ ପାରେ। ବରଂ ଏହା…

ବିଧାନସଭାରେ ଛତାମଖନା ଆଇଏସ୍‌ଏସ୍‌ ପ୍ରସଙ୍ଗ ଉଠାଇଲେ ବିଧାୟକ କଳିକେଶ

ବଲାଙ୍ଗୀର,୨୫ା୯(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ ବିଧାନସଭାରେ ବଲାଙ୍ଗୀରର ଛତାମଖନା ଇନ୍‌-ଷ୍ଟ୍ରିମ୍‌ ଷ୍ଟୋରେଜ୍‌ ଷ୍ଟ୍ରକଚର (ଆଇଏସ୍‌ଏସ୍‌)ର କ୍ଷତି, ଜଙ୍ଗଲ ନିଆଁ, କାମ୍ପା ପାଣ୍ଠି, ଜଙ୍ଗଲ…

ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍‌ଟିମେଟମ୍‌: ୨୪ ଘଣ୍ଟା ମଧ୍ୟରେ…

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ…

ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ

ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ…

ଅଭ୍ୟାସ ବେଳେ ହଠାତ୍‌ କାହିଁକି ରାଗିଗଲେ କୋହଲି? ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ, ୨୬।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ସେପ୍ଟେମ୍ବର ୨୭ ତାରିଖରେ ତିରୁଭାନନ୍ତପୁରମରେ ଖେଳାଯିବ। ଏହି ମ୍ୟାଚ ପାଇଁ ଟିମ ଇଣ୍ଡିଆ ଗୁରୁବାରଠାରୁ…

ପାରାଦୀପକୁ ମେଗା ବନ୍ଦର ମାନ୍ୟତା: ସାମୁଦ୍ରିକ ଅଭିଳାଷକୁ ମିଳିବ ଅଧିକ ପ୍ରୋତ୍ସାହନ

ପାରାଦୀପ,୨୬।୯(ଶରତ ରାଉତ): ଭାରତ ସରକାର ଶୁକ୍ରବାର ଦେଶର ୪ଟି ପ୍ରମୁଖ ବନ୍ଦରକୁ ଆନୁଷ୍ଠାନିକ ଭାବେ ମେଗା ବନ୍ଦର ମାନ୍ୟତା ଦେଇଛନ୍ତି। ସେଥିମଧ୍ୟରେ ଓଡ଼ିଶାର ପାରାଦୀପ ବନ୍ଦର ରହିଛି।…

୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ

ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?