ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ

କୋକସରା,୨୨।୧୧ (ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରାଠାରେ ପଞ୍ଚାୟତସ୍ତରୀୟ କଳାକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆବାହକ ଶମ୍ଭୁ ଶଙ୍କର ମାଝି ଓ ନିବେଦକ ରାଜେନ୍ଦ୍ର ନାଏକଙ୍କ ନେତୃତ୍ୱରେ ପଞ୍ଚାୟତର ଅନେକ ଲୋକ କଳାକାରଙ୍କ ସମେତ ବାଦ୍ୟ କଳାକାର ଯୋଗଦେଇଥିଲେ । ଏହି ଅବସରରେ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ରହୁଥିବା କଳାକାରଙ୍କୁ ଅଣଦେଖା କରୁଥିବା କଳାକାରମାନେ ମତପ୍ରକାଶ କରିଥିଲେ। ଆଜି ବି ଅନେକ ଲୁକ୍କାୟିତ କଳାକାର ଭତ୍ତା ଯୋଜନାରୁ ବାଦ ପଡ଼ିଥିବା ବେଳେ ସେମାନଙ୍କୁ ବ୍ଲକ ପ୍ରଶାସନ ଚିହ୍ନଟ କରି କଳାକାରର ମାନ୍ୟତା ଦେବାକୁ ଦାବି କରିଥିଲେ। ସମ୍ମିଳନୀରେ ମୁଖ୍ୟଅତିଥି ରୂପେ ପୂର୍ବତନ ବ୍ଲକ ଉପାଧ୍ୟକ୍ଷ ପର୍ଶୁରାମ ପ୍ରଧାନୀ, ମୁଖ୍ୟବକ୍ତା ତିଲତ୍ତମା ନାଏକ, ଟେମରା ସରପଞ୍ଚ ଗୌରୀ ଦଳପତି, ବିହାରୀ ପୂଝାରୀ, କୋକସରା ସମିତି ସଭ୍ୟ ତ୍ରିଭୁବନ ନାଏକ, ପୂର୍ବତନ ପ୍ରଧାନ ଶିକ୍ଷକ ଗଗନ ବିହାରୀ ପୂଝାରୀ, ସୁଧିର ପାତ୍ର, ବିଘ୍ନେଶ୍ୱର ନାଏକ, ଶମ୍ଭୁ ଶଙ୍କର ମାଝି ପ୍ରମୁଖ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ କଳାକାର ମହେନ୍ଦ୍ର ନାଏକ, ବଟ ଠେଲା, ଜଗା ନାଏକ, ହେମନ୍ତ ବାଣୁଆ, ଦୁଷ୍ମନ୍ତ କୁମାର ପାତ୍ର, ଚୈଧୁରୀ ଦୁର୍ଗା ପ୍ରମୁଖ କଳାକାରଙ୍କ ସମେତ ଟେମେରା ପଞ୍ଚାୟତ ବିଭିନ୍ନ ଗ୍ରାମରୁ କଳାକାରମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ଟଙ୍କା ଜମାକୁ ୪ବର୍ଷ ବିତିଗଲାଣି, ବୋରୱେଲରେ ବିଦ୍ୟୁତ ସଂଯୋଗ ନାହିଁ

କେସିଙ୍ଗା, ୨୪।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଭବାନୀପାଟଣା ଉଠା ଜଳସେଚନ ନିଗମ ଲିମିଟେଡ଼ ଦାରା ଗଭୀର କୂପ ଖୋଲିବା ପାଇଁ ଗତ୨୦୨୨-୨୩ ମସିହାରେ ଚାଷୀମାନଙ୍କୁ ଆହ୍ବାନ କରିଥିଲେ।…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri