ଘରେ ବସି ପାଇବେ ବ୍ୟାଙ୍କିଙ୍ଗ ସେବା

ଗଞ୍ଜାମ,୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ଖଣ୍ଡଦେଉଳୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ହୁମା ଷ୍ଟେଟ ବ୍ୟାଙ୍କ ଶାଖା ପକ୍ଷରୁ ପଞ୍ଚାୟତସ୍ତରୀୟ ପରିପୂର୍ତ୍ତି ଅଭିଯାନ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ମହାପ୍ରବନ୍ଧକ ଅନିତା ପଟ୍ଟନାୟକ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବ୍ୟାଙ୍କିଙ୍ଗ ସେବା ବର୍ତ୍ତମାନ ଘରେ ବସି ପାଇପାରିବେ ବୋଲି ମତବ୍ୟକ୍ତ କରିଥିଲେ। ସିଡିଓ ରାହୁଲ କାନ୍ତ, ଏସବିଆଇ ଆଞ୍ଚଳିକ ପ୍ରବନ୍ଧକ ଶ୍ୟାମ ସୁନ୍ଦର ଠାକୁର, ଏଲଡ଼ିଏମ ହିମାଞ୍ଚଳ ବେହେରା, ଏସବିଆଇ ସିଏମ ହରିକ୍ରିଷ୍ଣା ବେହେରା, ସ୍ଥାନୀୟ ସରପଞ୍ଚ ବୈରାଗୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଜନ ସୁରକ୍ଷା ଯୋଜନା ଅଧୀନରେ ସମସ୍ତ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନାରେ ଖାତା ଖୋଲିବା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଯୋଜନା, ନିଷ୍କ୍ରିୟ ହୋଇଯାଇଥିବା ଆକାଉଣ୍ଟ ପୁନଃ କାର୍ଯ୍ୟକ୍ଷମ, ଡିଜିଟାଲ ଧୋକାବାଡ଼ି ଇତ୍ୟାଦି ଉପରେ ବିସ୍ତୃତ ଭାବେ ଉପସ୍ଥିତ ଲୋକଙ୍କୁ ବୁଝାଇଥିଲେ। ଏହି ଅବସରରେ ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ସୁରକ୍ଷା ଯୋଜନା ଓ ଜୀବନ ଜ୍ୟୋତି ଯୋଜନାରେ ଲାଭାର୍ଣ୍ଣିତ ହିତାଧିକାରୀଙ୍କୁ ୨ ଲକ୍ଷ ଟଙ୍କାର ଚେକ ପ୍ରଦାନ କରାଯାଇଥିଲା। ହୁମା ଶାଖା ପରିଚାଳକ ପ୍ରଦୀପ ପରିଡା, ଆସ୍କା ଆରବିଓ ମ୍ୟାନେଜର ଦୁର୍ଯ୍ୟୋଧନ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବ୍ଲକ ପିଇଓ ମାଳିମାନୀ ଏବଂ ବିପିଏମ ଜଳନ୍ଧର ମହାରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri