ଘରେ ବସି ପାଇବେ ବ୍ୟାଙ୍କିଙ୍ଗ ସେବା

ଗଞ୍ଜାମ,୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ଖଣ୍ଡଦେଉଳୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ହୁମା ଷ୍ଟେଟ ବ୍ୟାଙ୍କ ଶାଖା ପକ୍ଷରୁ ପଞ୍ଚାୟତସ୍ତରୀୟ ପରିପୂର୍ତ୍ତି ଅଭିଯାନ ବୁଧବାର ଅନୁଷ୍ଠିତ ହୋଇଛି। ଏଥିରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ମହାପ୍ରବନ୍ଧକ ଅନିତା ପଟ୍ଟନାୟକ ଯୋଗଦେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ବ୍ୟାଙ୍କିଙ୍ଗ ସେବା ବର୍ତ୍ତମାନ ଘରେ ବସି ପାଇପାରିବେ ବୋଲି ମତବ୍ୟକ୍ତ କରିଥିଲେ। ସିଡିଓ ରାହୁଲ କାନ୍ତ, ଏସବିଆଇ ଆଞ୍ଚଳିକ ପ୍ରବନ୍ଧକ ଶ୍ୟାମ ସୁନ୍ଦର ଠାକୁର, ଏଲଡ଼ିଏମ ହିମାଞ୍ଚଳ ବେହେରା, ଏସବିଆଇ ସିଏମ ହରିକ୍ରିଷ୍ଣା ବେହେରା, ସ୍ଥାନୀୟ ସରପଞ୍ଚ ବୈରାଗୀ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଜନ ସୁରକ୍ଷା ଯୋଜନା ଅଧୀନରେ ସମସ୍ତ ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନାରେ ଖାତା ଖୋଲିବା, ପ୍ରଧାନମନ୍ତ୍ରୀ ସୁରକ୍ଷା ବୀମା ଯୋଜନା, ଅଟଳ ପେନସନ ଯୋଜନା, ନିଷ୍କ୍ରିୟ ହୋଇଯାଇଥିବା ଆକାଉଣ୍ଟ ପୁନଃ କାର୍ଯ୍ୟକ୍ଷମ, ଡିଜିଟାଲ ଧୋକାବାଡ଼ି ଇତ୍ୟାଦି ଉପରେ ବିସ୍ତୃତ ଭାବେ ଉପସ୍ଥିତ ଲୋକଙ୍କୁ ବୁଝାଇଥିଲେ। ଏହି ଅବସରରେ ଭାରତ ସରକାରଙ୍କ ପ୍ରଧାନମନ୍ତ୍ରୀ ସୁରକ୍ଷା ଯୋଜନା ଓ ଜୀବନ ଜ୍ୟୋତି ଯୋଜନାରେ ଲାଭାର୍ଣ୍ଣିତ ହିତାଧିକାରୀଙ୍କୁ ୨ ଲକ୍ଷ ଟଙ୍କାର ଚେକ ପ୍ରଦାନ କରାଯାଇଥିଲା। ହୁମା ଶାଖା ପରିଚାଳକ ପ୍ରଦୀପ ପରିଡା, ଆସ୍କା ଆରବିଓ ମ୍ୟାନେଜର ଦୁର୍ଯ୍ୟୋଧନ ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବ୍ଲକ ପିଇଓ ମାଳିମାନୀ ଏବଂ ବିପିଏମ ଜଳନ୍ଧର ମହାରଣା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri