ପଞ୍ଚାୟତ ସ୍ତରୀୟ ସୁଭଦ୍ରା ସଚେତନତା ଶୋଭାଯାତ୍ରା 

ଦିଗପହଣ୍ଡି,୫ା୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ବ୍ଳକ ଅଧିନସ୍ଥ ୨୫ ଟି ପଞ୍ଚାୟତରେ ସୁଭଦ୍ରା ଯୋଜନାର ସଫଳତା ନେଇ ବୁଧବାର ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ସୁଭଦ୍ରା ଯୋଜନାର କ୍ରେଜ ବୃଦ୍ଧି ଏବଂ ଆନ୍ତର୍ଜାତିକ ମହିଳା ଦିବସ ପୂର୍ବରୁ ସୁଭଦ୍ରା ଯୋଜନାରେ ଦ୍ବିତୀୟ ପର୍ଯ୍ୟାୟ ଅର୍ଥରାଶି ଆସିବା ନେଇ ମହିଳା ମାନଙ୍କୁ ସଚେତନତା କରାଯାଇଥିଲା ।

ସମସ୍ତ ପଞ୍ଚାୟତରେ ସ୍ଥାନୀୟ ସରପଞ୍ଚ ମାନେ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ଦିଗପହଣ୍ଡି ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ କାର୍ଯ୍ୟକ୍ରମ ଗୁଡ଼ିକର ତଦାରଖ କରିଥିଲେ । ଏହି ସଚେତନତା ଶୋଭାଯାତ୍ରା କାର୍ଯ୍ୟକ୍ରମରେ ସମସ୍ତ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି , ପଞ୍ଚାୟତ ନିର୍ବାହୀ ଅଧିକାରୀ , ଅଙ୍ଗନୱାଡ଼ି କର୍ମୀ, ଅଙ୍ଗନୱାଡ଼ି ସୁପ୍ରଭାଇଜର  , ସିଆରପି , ଏମବିକେ ବୃନ୍ଦ ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ  କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri