Posted inରାଜ୍ୟ

ପଞ୍ଚାୟତ, ପୌର ନିର୍ବାଚନରେ ୫୦% ସ୍ଥାନ ସଂରକ୍ଷଣ ରହିବ

ଭୁବନେଶ୍ୱର, ୨।୯(ବ୍ୟୁରୋ): ସ୍ଥାନ ସଂରକ୍ଷଣକୁ ନେଇ ଗତ ୩ ବର୍ଷ ହେବ ପୌର ନିର୍ବାଚନ ହୋଇପାରୁନାହିଁ। ଏହା ୫୦ ପ୍ରତିଶତରୁ ଊର୍ଦ୍ଧ୍ୱ ହୋଇଥିବାରୁ ସରକାର ଅଡୁଆରେ ପଡ଼ିଥିଲେ। ଏଥିଯୋଗୁ ସମ୍ପୂର୍ଣ୍ଣ ପ୍ରସ୍ତୁତି ସତ୍ତ୍ୱେ ପୌର ନିର୍ବାଚନ ହୋଇପାରି ନ ଥିଲା। ସ୍ଥାନ ସଂରକ୍ଷଣକୁ ୫୦ ପ୍ରତିଶତ ଭିତରେ ସୀମିତ ରଖିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ତେବେ ସୁପ୍ରିମକୋର୍ଟ ଏନେଇ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ। ଓଡ଼ିଶା ପୌର ଆଇନ ୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଆଇନ ୨୦୦୩କୁ ସଂଶୋଧନ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଶେଷ କରିଛନ୍ତି। ଏହି ଆଇନକୁ ଚଳିତ ବିଧାନସଭାରେ ଅନୁମୋଦନ କରିବା ନେଇ ଆପାତତଃ ସ୍ଥିର ହୋଇଛି। ବୁଧବାର ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି। ଏଥିସହିତ ଆସନ୍ତା ପଞ୍ଚାୟତ ନିର୍ବାଚନରେ ମଧ୍ୟ ସ୍ଥାନ ସଂରକ୍ଷଣକୁ ୫୦ ପ୍ରତିଶତରେ ସୀମିତ ରଖାଯିବ। ତେବେ ଅନୁସୂଚିତ ଅଞ୍ଚଳରେ ଥିବା ଜିଲାଗୁଡିକରେ ସରପଞ୍ଚ, ଜିଲା ପରିଷଦ,
ସମିତି ସଭ୍ୟ ଇତ୍ୟାଦି ପାଇଁ ଶତପ୍ରତିଶତ ଆଦିବାସୀମାନଙ୍କ ପାଇଁ ସଂରକ୍ଷଣ ରହିବ। ବୁଧବାର ସା ୬ଟା ୧୫ ମିନିଟ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଥିବା ସୂଚନା ମିଳିଛି। ବିଧାନସଭାର ମୌସୁମୀ ଅଧିବେଶନ ଚାଲିଥିବାରୁ କ୍ୟାବିନେଟ୍‌ ନିଷ୍ପତ୍ତି ସମ୍ପର୍କିତ କୌଣସି ସୂଚନା ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri