ବିନା ସୂଚନା ଫଳକରେ ଚାଲିଛି ପଞ୍ଚାୟତ କାର୍ଯ୍ୟାଳୟ ମରାମତି, ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତ ଦୀର୍ଘ ବର୍ଷ ଅବ୍ୟବସ୍ଥା ଘେରରେ ରହିଛି। ବର୍ତ୍ତମାନ ଲକ୍ଷାଧିକ ଟଙ୍କାରେ ଏହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ମରାମତି କାର୍ଯ୍ୟ ଚାଲୁରହିଥିଲେ ମଧ୍ୟ ନିର୍ମାଣସ୍ଥଳରେ କାମକୁ ନେଇ ସୂଚନା ଫଳକ ଟିଏ ମଧ୍ୟ ଲଗା ଯାଇପାରି ନ ଥିବା ଦେଖିବାକୁ ମିଳିଛି।

ସରକାରଙ୍କ ନିୟମ ଅନୁସାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ପ୍ରଥମେ ସୂଚନା ଫଳକର ଆବଶ୍ୟକତା ପଡିଥାଏ। କାରଣ ଜନସାଧାରଣ ଏହା ଉପରେ ନିହାତି ଭାବରେ ଅବଗତ ହେବା ଜରୁରୀ ଅଛି। ଏପରି ସ୍ଥଳେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଫଳକ ଲଗାଇବା ବାଧ୍ୟତାମୂଳକ କାର୍ଯ୍ୟ ଅଟେ। ହେଲେ ଥୁଆମୂଳ ରାମପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗ୍ରାମପଞ୍ଚାୟତ ପକ୍ଷରୁ ପ୍ରାୟ ୨ ଲକ୍ଷ ୫୦ ହାଜର ଟଙ୍କାରୁ ଊଦ୍ଧର୍‌ବ ଟଙ୍କା ଅଟକଳରେ ଉକ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଗୃହ ମରାମତି ଚାଲିଛି ହେଲେ ଏଥିରେ ସୂଚନାଫଳକ ଲଗା ଯାଇପାରିନାହିଁ। ଫଳରେ ଜନସାଧାରଣ ଏହି କାମ କେଉଁ ପାଣ୍ଠିରୁ ଅନୁଦାନ ଆସି ଏଥିରେ କେତେ ଖର୍ଚ୍ଚ କରାଯାଉଛି, କେବେ ଆରମ୍ଭ ହେଲା କେବେ ଶେଷ ହେବାକୁ ଯାଉଛି, କେଉଁ ଠିକାଦାରଙ୍କ ଦ୍ବାରା କାର୍ଯ୍ୟ କରାଯାଉଛି ତାହା ଜାଣିବା ଠାରୁ ଜନସାଧାରଣ ବଞ୍ଚିତ ରହିଛନ୍ତି। ତେବେ ଏହା ଉପରେ ବ୍ଳକ ପ୍ରଶାସନ କେଉଁ ଭଳି ଭାବରେ ପଦକ୍ଷେପ ଗ୍ରହଣ କରୁଛନ୍ତି ସେନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରୁଅଛି। ଏନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ଟଙ୍କଧର ସାହୁଙ୍କୁ ପଚାରିଲେ ମୁ ଏ ବିଷୟରେ କିଛି କହିପାରିବି ନାହିଁ ଆପଣ ସରପଞ୍ଚଙ୍କ ପଚାରନ୍ତୁ ବୋଲି ଉତ୍ତର ରଖିଥିବା ବେଳେ ସରପଞ୍ଚ ବିଜୟା ମାଝିଙ୍କୁ ପଚାରିଲେ ମୁଁ କିଛି ଜାଣି ନାହିଁ ମୋ ସ୍ବାମୀ ସବୁ ବୁଝିଛନ୍ତି ତାଙ୍କୁ ପଚାରନ୍ତୁ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri