ବିନା ସୂଚନା ଫଳକରେ ଚାଲିଛି ପଞ୍ଚାୟତ କାର୍ଯ୍ୟାଳୟ ମରାମତି, ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୧୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ଗ୍ରାମ ପଞ୍ଚାୟତ ଦୀର୍ଘ ବର୍ଷ ଅବ୍ୟବସ୍ଥା ଘେରରେ ରହିଛି। ବର୍ତ୍ତମାନ ଲକ୍ଷାଧିକ ଟଙ୍କାରେ ଏହି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଗୃହର ମରାମତି କାର୍ଯ୍ୟ ଚାଲୁରହିଥିଲେ ମଧ୍ୟ ନିର୍ମାଣସ୍ଥଳରେ କାମକୁ ନେଇ ସୂଚନା ଫଳକ ଟିଏ ମଧ୍ୟ ଲଗା ଯାଇପାରି ନ ଥିବା ଦେଖିବାକୁ ମିଳିଛି।

ସରକାରଙ୍କ ନିୟମ ଅନୁସାରେ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ପ୍ରଥମେ ସୂଚନା ଫଳକର ଆବଶ୍ୟକତା ପଡିଥାଏ। କାରଣ ଜନସାଧାରଣ ଏହା ଉପରେ ନିହାତି ଭାବରେ ଅବଗତ ହେବା ଜରୁରୀ ଅଛି। ଏପରି ସ୍ଥଳେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୂଚନା ଫଳକ ଲଗାଇବା ବାଧ୍ୟତାମୂଳକ କାର୍ଯ୍ୟ ଅଟେ। ହେଲେ ଥୁଆମୂଳ ରାମପୁର ବ୍ଲକରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଗ୍ରାମପଞ୍ଚାୟତ ପକ୍ଷରୁ ପ୍ରାୟ ୨ ଲକ୍ଷ ୫୦ ହାଜର ଟଙ୍କାରୁ ଊଦ୍ଧର୍‌ବ ଟଙ୍କା ଅଟକଳରେ ଉକ୍ତ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଗୃହ ମରାମତି ଚାଲିଛି ହେଲେ ଏଥିରେ ସୂଚନାଫଳକ ଲଗା ଯାଇପାରିନାହିଁ। ଫଳରେ ଜନସାଧାରଣ ଏହି କାମ କେଉଁ ପାଣ୍ଠିରୁ ଅନୁଦାନ ଆସି ଏଥିରେ କେତେ ଖର୍ଚ୍ଚ କରାଯାଉଛି, କେବେ ଆରମ୍ଭ ହେଲା କେବେ ଶେଷ ହେବାକୁ ଯାଉଛି, କେଉଁ ଠିକାଦାରଙ୍କ ଦ୍ବାରା କାର୍ଯ୍ୟ କରାଯାଉଛି ତାହା ଜାଣିବା ଠାରୁ ଜନସାଧାରଣ ବଞ୍ଚିତ ରହିଛନ୍ତି। ତେବେ ଏହା ଉପରେ ବ୍ଳକ ପ୍ରଶାସନ କେଉଁ ଭଳି ଭାବରେ ପଦକ୍ଷେପ ଗ୍ରହଣ କରୁଛନ୍ତି ସେନେଇ ବୁଦ୍ଧିଜୀବୀ ମହଲରେ ପ୍ରଶ୍ନବାଚୀ ସୃଷ୍ଟି କରୁଅଛି। ଏନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ଟଙ୍କଧର ସାହୁଙ୍କୁ ପଚାରିଲେ ମୁ ଏ ବିଷୟରେ କିଛି କହିପାରିବି ନାହିଁ ଆପଣ ସରପଞ୍ଚଙ୍କ ପଚାରନ୍ତୁ ବୋଲି ଉତ୍ତର ରଖିଥିବା ବେଳେ ସରପଞ୍ଚ ବିଜୟା ମାଝିଙ୍କୁ ପଚାରିଲେ ମୁଁ କିଛି ଜାଣି ନାହିଁ ମୋ ସ୍ବାମୀ ସବୁ ବୁଝିଛନ୍ତି ତାଙ୍କୁ ପଚାରନ୍ତୁ ବୋଲି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ ।…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

ସମ୍ଭାବ୍ୟ ବାତ୍ୟାକୁ ନେଇ ନବରଙ୍ଗପୁରରେ ସତର୍କତା, ୨ ଦିନ ପାଇଁ ଛୁଟି ବାତିଲ

ନବରଙ୍ଗପୁର,୨୨।୯(ସଦାଶିବ ପ୍ରହରାଜ ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି । ଆସନ୍ତା ୨୩ ଓ ୨୪ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?