ରାତିରେ ଚାଲିଥିଲା ପଞ୍ଚାୟତ ଅଫିସ କାର୍ଯ୍ୟ, ସବୁ ଖାଇଯିବେ ଭାବି ଘେରିଗଲେ ଲୋକେ

ବାଲେଶ୍ୱର ଅଫିସ,୧୦।୧: ବାଲେଶ୍ୱର ଜିଲା ବସ୍ତା ବ୍ଲକ ଭେଲୋରା ପଞ୍ଚାୟତ ଅଫିସ କାର୍ଯ୍ୟାଳୟରେ ରବିବାର ଉତ୍ତେଜନା ଦେଖାଦେଇଥିଲା। ଛୁଟିଦିନରେ ରାତି ଅଧିଆ ଅଫିସ କାର୍ଯ୍ୟ ଚାଲୁଥିବା ନେଇ ଲୋକଙ୍କ ମନରେ ସନ୍ଦେହ ଆସିଥିଲା। ପରେ ସେମାନେ ଏହାକୁ ବିରୋଧ କରିଥିଲେ।
ସୂଚନାଯୋଗ୍ୟ, ଉକ୍ତ ପଞ୍ଚାୟତର କର୍ମଚାରୀ କାଳୀଚରଣ ପ୍ରଧାନଙ୍କ ସମେତ ଅନ୍ୟକିଛି ଲୋକ ସନ୍ଧ୍ୟାରେ ଅଫିସ ତାଲା ଖୋଲି ଫାଇଲ କାଢି କାଗଜ ପତ୍ର କାମ କରୁଥିଲେ। ଛୁଟିଦିନରେ ରାତି୮ଟା ସମୟରେ କାଗଜପତ୍ର କାମ ହେଉଥିବାରୁ ଏହାକୁ ଲୋକେ ସନ୍ଦେହ କରି କାଳୀଚରଣଙ୍କୁ ପଚରାଉଚରା କରିଥିଲେ। ମାତ୍ର ସେ ହଡ଼ବଡେଇ ଯିବା ସହିତ ଲୋକଙ୍କୁ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲେ । ତେଣୁ କାଳୀଚରଣ ଏବଂ ଉପସ୍ଥିତ ଲୋକେ କୌଣସି ବେଆଇନ କାର୍ଯ୍ୟର କାଗଜପତ୍ର ହେରଫେର କରୁଥିବା ସନ୍ଦେହ କରି ସ୍ଥାନୀୟ ଲୋକେ ବିରୋଧ କରିଥିଲେ । ଖବର ପାଇ ସ୍ଥାନୀୟ ସରପଞ୍ଚ ଘଟଣାସ୍ଥଳରେ ପହଞ୍ଚି ଅଫିସ କାର୍ଯ୍ୟ ହେଉଥିବା ଘଟଣାକୁ ସ୍ବୀକାର କରିଥିଲେ। ତେବେ ଅଭିଯୋଗକାରୀମାନେ ମୁଖ୍ୟ ଫାଟକରେ ତାଲା ପକାଇ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି: ଲୁଟିନେଲେ ୫୦ ତୋଳା ସୁନା, ନଗଦ ଟଙ୍କା

କୋରାପୁଟ,୧୮ା୮(ଅମିତାଭ ବେହେରା): କୋରାପୁଟ ସହରର ମେଘରାଜ ଅଞ୍ଚଳରେ ଗୋଟିଏ ରାତିରେ ମାମୁ-ଭଣଜାଙ୍କ ଘରୁ ବଡ଼ଧରଣର ଚୋରି ହୋଇଛି। ଦୁଇ ଘରୁ ପ୍ରାୟ ୫୦ ତୋଳା ସୁନା ଅଳଙ୍କାର…

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri