ପଞ୍ଚାୟତରାଜ ଦିବସ ରାଜନୀତି: ସରକାରଙ୍କୁ ଘେରିଲା ବିଜେଡି

ଭୁବନେଶ୍ୱର,୪ା୩: ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ପାଳନ ନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେବା ପରେ ରାଜନୀତି ଜୋର ଧରିଛି। ବିରୋଧୀ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ଦଳ କହିଛି ”ମାର୍ଚ୍ଚ ୫ରେ ପାଳନ ନକରିବା ଦୁର୍ଭାଗ୍ୟଜନକ, ସଂକୀର୍ଣ୍ଣ ମନୋଭାବର ପରିଚୟ। ପଞ୍ଚାୟତିରାଜ ବ୍ୟବସ୍ଥାକୁ ସୁଦୃଢ଼ କରିବାରେ ବିଜୁ ବାବୁଙ୍କ ଅତୁଳନୀୟ ଅବଦାନକୁ ମନେ ପକାଇ ଦୀର୍ଘ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ଓଡ଼ିଶା ପାଳୁଥିଲା ପଞ୍ଚାୟତିରାଜ ଦିବସ। ଭାଜପା ସରକାର ଓଡ଼ିଶାବାସୀଙ୍କୁ ଏଥିରୁ ବଞ୍ଚିତ କରିବା ସଂକୀର୍ଣ୍ଣ ମନୋଭାବର ପରିଚୟ।”

ବିଜୁ ଜନତା ଦଳର ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର ଏକ ପ୍ରେସ ବିବୃତିରେ କହିଛନ୍ତି। ଦେଶରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ଲାଗୁ କରିବାରେ ଓଡିଶା ଅଗ୍ରଣୀ ରାଜ୍ୟର ମାନ୍ୟତା ପାଇଛି। ଏହା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ମୁଖ୍ୟମନ୍ତ୍ରୀତ୍ବ ସମୟରେ ହୋଇ ପାରିଥିବାରୁ ବିଜୁ ବାବୁଙ୍କ ଜନ୍ମ ଦିବସରେ ପଞ୍ଚାୟତିରାଜ ଦିବସ ପାଳନ ପାଇଁ ତତ୍କାଳୀନ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ବର୍ତ୍ତମାନର ଭାଜପା ସରକାର ଏହି ନିଷ୍ପତିକୁ ବଦଳେଇ ଦେଇ ଓଡ଼ିଶାର ଗୌରବକୁ କ୍ଷୁଣ୍ଣ କରିଛନ୍ତି। ରାଜ୍ୟ ବିଜେପି ସରକାରଙ୍କ ରକାରଙ୍କ ଏହି ଅବିଚାର ପ୍ରତି ଓଡ଼ିଶାର ଜନ ସାଧାରଣ ବିଚାର କରିବେ ବୋଲି ମିଶ୍ର କହିଛନ୍ତି।

ସୋମବାର ରାଜ୍ୟ ସରକାର ଓଡିଶାରେ ମାର୍ଚ୍ଚ ୫ ତାରିଖକୁ ଆଉ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରାନଯାଇ ଅପ୍ରେଲ ୨୪ ତାରିଖରେ ପାଳନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଲୋକସେବା ଦିବସ ମଧ୍ୟ ଅପ୍ରେଲ ୨୪ ତାରିଖରେ ପାଳନ କରାଯିବ। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ମାର୍ଚ୍ଚ ୫ ତାରିଖ ହେଉଛି ଓଡିଶାର ମହାନ ବରପୁତ୍ର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ । ଏହାକୁ ରାଜ୍ୟ ସରକାର ମହାସମାରୋହରେ ପାଳନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ତେବେ ଏହି ଦିବସକୁ ସରକାରୀ ଛୁଟି ଭାବେ ପାଳନ କରାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri