ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ ମନ୍ତ୍ରୀ ରବିନ୍ଦ୍ର କୁମାର ନାୟକ ପରିଦର୍ଶନ କରି କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିଛନ୍ତି। ବନ୍ୟା ଯୋଗୁ କ୍ଷତିଗ୍ରସ୍ତ ରିଂ ରୋଡ଼ର ବର୍ତ୍ତମାନ ସ୍ଥିତି, ମରାମତି କାର୍ଯ୍ୟ ଏବଂ ଜନସାଧାରଣଙ୍କ ସମସ୍ୟା ସମ୍ପର୍କରେ ସେ ସମ୍ପୃକ୍ତ ଅଧିକାରୀମାନଙ୍କ ସହ ଆଲୋଚନା କରିଥିଲେ। ଏହି ପରିଦର୍ଶନ ସମୟରେ ଭାଜପା କୃଷକ ମୋର୍ଚ୍ଚାର ପୂର୍ବତନ ରାଜ୍ୟ ସଭାପତି ମହେଶ୍ୱର ସାହୁଙ୍କ ଆଲୋକ ସେଠୀଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ। ସେହିପରି ଶତାଧିକ ଭାଜପା କାର୍ଯ୍ୟକର୍ତ୍ତା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ବନ୍ୟା ପ୍ରଭାବିତ ଅଞ୍ଚଳର ସ୍ଥିତି ସମ୍ପର୍କରେ ମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପରିଦର୍ଶନ ଅବସରରେ କ୍ଷତିଗ୍ରସ୍ତ ରିଂ ରୋଡ଼ର ଶୀଘ୍ର ମରାମତି ସହ ସ୍ଥାୟୀ ସୁରକ୍ଷା ବ୍ୟବସ୍ଥା ଗ୍ରହଣ ପାଇଁ ସ୍ଥାନୀୟ ଲୋକମାନେ ଦାବି ଜଣାଇଥିଲେ।

Odisha’s No.1 Odia Daily