ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନିର୍ଦ୍ଦେଶ

କଟକ ଅଫିସ,୨୩ା୧୨: ପଞ୍ଚାୟତ ନିର୍ବାଚନ ପାଇଁ ଜାରି ହୋଇଥିବା ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତିକୁ ରାଜ୍ୟ ସରକାର ପ୍ରତ୍ୟାହାର କରିବେ। ଏଥିସହିତ ସଂରକ୍ଷଣ ସମ୍ପର୍କିତ ଏକ ସାନି ବିଜ୍ଞପ୍ତି ଡିସେମ୍ବର ୨୭ସୁଦ୍ଧା ଜାରି କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସାନି ବିଜ୍ଞପ୍ତି ଅନୁସାରେ ଆସନ୍ତା ଜାନୁୟାରୀ ୩ ତାରିଖ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ। ୫ତାରିଖ ସୁଦ୍ଧା ଅଭିଯୋଗର ସମାଧାନ କରାଯିବ। ୭ତାରିଖରେ ସଂରକ୍ଷଣ ନେଇ ରାଜ୍ୟ ନିର୍ବାଚନ ଆୟୋଗଙ୍କୁ ସରକାର ଚୂଡ଼ାନ୍ତ ତାଲିକା ଦେବେ। ମାର୍ଚ୍ଚ ୮ସୁଦ୍ଧା ନିର୍ବାଚନର ସମସ୍ତ ପ୍ରକ୍ରିୟା ସାରିବାକୁ ହାଇକୋର୍ଟର ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ଜଷ୍ଟିସ ଏ.କେ. ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠ ରାଜ୍ୟ ନିର୍ବାଚନ କମିଶନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ବୀରେନ୍ଦ୍ର ଦାସ ନାମକ ଜଣେ ସରପଞ୍ଚ ଆଶାୟୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଜାରି ସଂରକ୍ଷଣ ବିଜ୍ଞପ୍ତିକୁ ଚ୍ୟାଲେଞ୍ଜ କରିଥିଲେ। ପଞ୍ଚାୟତରାଜ ନିର୍ବାଚନ ଆଇନ ଅନୁଯାୟୀ ସରପଞ୍ଚ ନିର୍ବାଚନ ସମୟରେ ରାଜ୍ୟ ଜନସଂଖ୍ୟାର ଅନୁପାତ ଅନୁସାରେ ବିଭିନ୍ନ ବର୍ଗଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିବା କଥା। ହେଲେ ପଞ୍ଚାୟତିରାଜ ସଚିବଙ୍କ ବିଜ୍ଞପ୍ତିରେ ଏହାକୁ ଅଣଦେଖା କରାଯାଇଥିବା ଆବେଦନକାରୀ ଦାସ ଅଭିଯୋଗ କରି ହାଇକାର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ନିର୍ବାଚନ କମିଶନ ନଭେମ୍ବର ୧୬ତାରିଖରେ ବିଜ୍ଞପ୍ତି ଜାରି କରି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଆସନ ସଂରକ୍ଷଣ ତାଲିକା ଜାରି କରିଥିଲେ। ବିଜ୍ଞପ୍ତି ଅନୁସାରେ ଆଗାମୀ ପଞ୍ଚାୟତ ନିର୍ବାଚନରେ ମୋଟ ୮୫୩ ଜିଲା ପରିଷଦ ଆସନ ମଧ୍ୟରୁ ପଛୁଆବର୍ଗଙ୍କ ପାଇଁ ମାତ୍ର ୧୦୪ ଆସନ ସଂରକ୍ଷିତ ରହିଛି। ଏଥିରେ ୧୪ଟି ଜିଲା ପରିଷଦ ଆସନରେ ଗୋଟିଏ ବି ଆସନ ପଛୁଆବର୍ଗର ପ୍ରାର୍ଥୀଙ୍କ ନିମନ୍ତେ ସଂରକ୍ଷିତ ହୋଇନାହିଁ। ସେଗୁଡ଼ିକ ହେଲା ଦେବଗଡ଼, ଗଜପତି, ସୁନ୍ଦରଗଡ଼, ସମ୍ବଲପୁର, ରାୟଗଡ଼ା, ନୂଆପଡ଼ା, ନବରଙ୍ଗପୁର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଓ ଝାରସୁଗୁଡ଼ା। ଏହି ସବୁକୁ ଦୃଷ୍ଟିରେ ରଖି ପଞ୍ଚାୟତିରାଜ ସଚିବ ଜାରି କରିଥିବା ସଂରକ୍ଷଣ ବିଜ୍ଞପ୍ତିକୁ ଖାରଜ କରିବା ସହ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଇବାପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନକାରୀ ଉଚ୍ଚ ଅଦାଲତରେ ପ୍ରାର୍ଥନା କରିଥିଲେ। ଉକ୍ତ ଆବେଦନର ଶୁଣାଣି କରି ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ବର୍ଗଙ୍କ ପାଇଁ ରହିଥିବା ସ୍ଥାନ ସଂରକ୍ଷଣ ପ୍ରସଙ୍ଗରେ ରାଜ୍ୟ ସରକାର ସତ୍ୟପାଠ ମାଧ୍ୟମରେ ଜଣାଇବାକୁ ପୂର୍ବରୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଏକ ସତ୍ୟପାଠ ଦାଖଲ କରି ଆସନ ସଂରକ୍ଷଣ ପାଇଁ ଏକ ସାନି ବିଜ୍ଞପ୍ତି ଆସନ୍ତା ୨୭ତାରିଖରେ ପ୍ରକାଶ କରିବେ ବୋଲି କହିଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ସୁକାନ୍ତ ଦଳେଇ ଓ ନିରଞ୍ଜନ ହୋତା ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri