ସରକାରୀ ଜମିରେ ବେଆଇନ ଭାବେ ଗୃହ ନିର୍ମାଣ, ମୋହନା ତହସିଲ କାର୍ଯ୍ୟାଳୟକୁ ଘେରିଲେ ପଞ୍ଚାୟତବାସୀ

ମୋହନା,୨୦।୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ କର୍ଚ୍ଚବାଡି ଗ୍ରାମ ପଞ୍ଚାୟତର ଶୁଖିଲା ଆମ୍ବ ଛକରେ ଜୋର୍‌ ଜବରଦସ୍ତ ଭାବେ ବାସଗୃହ ନିର୍ମାଣକୁ ନେଇ ମୋହନା ତହସିଲଦାରଙ୍କୁ ଘେରାଉ କରାଯାଇଛି। ମଙ୍ଗଳବାର ଦିନ ୧୨ଟା ସମୟରେ ମୋହନା ବ୍ଲକ ଅନ୍ତର୍ଗତ କର୍ଚ୍ଚବାଡି ପଞ୍ଚାୟତର ସରପଞ୍ଚ ଚାନ୍ଦିନୀ ମଳିକଙ୍କ ନେତୃତ୍ୱରେ ମୋହନା ବ୍ଲକ ଚେୟାରମ୍ୟାନ ରଞ୍ଜୀବ ଶବର, ପୂର୍ବତନ ସରପଞ୍ଚ କାମ୍ବି ମଳିକ, ସମିତି ସଭ୍ୟ ଟୁନା ମଳିକ, ଜିଲା ପରିଷଦ ସଭ୍ୟ ଚନ୍ଦ୍ର ମଳିକ, ନାଏବ ସରପଞ୍ଚ ମମତାଜ ପ୍ରିୟଦର୍ଶନୀ ପାଲ,ୱାର୍ଡ଼ ମେମ୍ବରଙ୍କ ସହ ଶତାଧିକ ମହିଳା ଓ ପୁରୁଷ ମୋହନା ତହସିଲଦାରଙ୍କୁ ଘେରିଛନ୍ତି।

ଶୁଖିଲା ଆମ୍ବ ଛକରେ ଥିବା ସରକାରୀ ଜମିରେ ବେଆଇନ ଭାବେ ଅନ୍ୟ ଜିଲାର ୪ ପରିବାର ଜୋର୍‌ ଜବରଦସ୍ତ କରି ଘର ନିର୍ମାଣ କରି ରହି ଆସୁଛନ୍ତି। ଏହାକୁ ବିରୋଧ କରି ବାରମ୍ବାର ମୋହନା ତହସିଲଦାରଙ୍କୁ ବହୁବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ସେଥିପ୍ରତି କର୍ଣ୍ଣପାତ କରାଯାଉ ନ ଥିବା ଅଭିଯୋଗ କରିଛନ୍ତି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ। ଯାହାକୁ ନେଇ ଆଜି ମୋହନା ତହସିଲଦାର ଚକ୍ରଧର ପାଢ଼ୀ ପଞ୍ଚାୟତର ଜନସାଧାରଣଙ୍କୁ ୩ ଦିନ ଭିତରେ ଉକ୍ତ ଜାଗାକୁ ତନଖି କରି ଜୋର୍‌ ଜବରଦସ୍ତିରେ ଗୃହ ନିର୍ମାଣ କରିଥିବା ଘରକୁ ଉଠାଯିବ ବୋଲି ପ୍ରତିଶୃତି ଦେବାପରେ ପଞ୍ଚାୟତର ଜନ ପ୍ରତିନିଧିଙ୍କ ସହ ଜନସାଧାରଣ ତହସିଲ କାର୍ଯ୍ୟଳୟରୁ ବାହାରିଥିଲେ। ଯଦି ଆଗାମୀ ଦିନରେ ସେମାନଙ୍କୁ ଉଠା ନ ଯାଏ ତା ହେଲେ ଅଞ୍ଚଳବାସୀ ରାଜ ରାସ୍ତାରେ ଜନ ଆନ୍ଦୋଳନ କରିବା ପାଇଁ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ: ଦେଲେ ଗୁରୁଦାୟିତ୍ୱ, ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri