ସରକାରୀ ଜମିରେ ବେଆଇନ ଭାବେ ଗୃହ ନିର୍ମାଣ, ମୋହନା ତହସିଲ କାର୍ଯ୍ୟାଳୟକୁ ଘେରିଲେ ପଞ୍ଚାୟତବାସୀ

ମୋହନା,୨୦।୫(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ କର୍ଚ୍ଚବାଡି ଗ୍ରାମ ପଞ୍ଚାୟତର ଶୁଖିଲା ଆମ୍ବ ଛକରେ ଜୋର୍‌ ଜବରଦସ୍ତ ଭାବେ ବାସଗୃହ ନିର୍ମାଣକୁ ନେଇ ମୋହନା ତହସିଲଦାରଙ୍କୁ ଘେରାଉ କରାଯାଇଛି। ମଙ୍ଗଳବାର ଦିନ ୧୨ଟା ସମୟରେ ମୋହନା ବ୍ଲକ ଅନ୍ତର୍ଗତ କର୍ଚ୍ଚବାଡି ପଞ୍ଚାୟତର ସରପଞ୍ଚ ଚାନ୍ଦିନୀ ମଳିକଙ୍କ ନେତୃତ୍ୱରେ ମୋହନା ବ୍ଲକ ଚେୟାରମ୍ୟାନ ରଞ୍ଜୀବ ଶବର, ପୂର୍ବତନ ସରପଞ୍ଚ କାମ୍ବି ମଳିକ, ସମିତି ସଭ୍ୟ ଟୁନା ମଳିକ, ଜିଲା ପରିଷଦ ସଭ୍ୟ ଚନ୍ଦ୍ର ମଳିକ, ନାଏବ ସରପଞ୍ଚ ମମତାଜ ପ୍ରିୟଦର୍ଶନୀ ପାଲ,ୱାର୍ଡ଼ ମେମ୍ବରଙ୍କ ସହ ଶତାଧିକ ମହିଳା ଓ ପୁରୁଷ ମୋହନା ତହସିଲଦାରଙ୍କୁ ଘେରିଛନ୍ତି।

ଶୁଖିଲା ଆମ୍ବ ଛକରେ ଥିବା ସରକାରୀ ଜମିରେ ବେଆଇନ ଭାବେ ଅନ୍ୟ ଜିଲାର ୪ ପରିବାର ଜୋର୍‌ ଜବରଦସ୍ତ କରି ଘର ନିର୍ମାଣ କରି ରହି ଆସୁଛନ୍ତି। ଏହାକୁ ବିରୋଧ କରି ବାରମ୍ବାର ମୋହନା ତହସିଲଦାରଙ୍କୁ ବହୁବାର ଲିଖିତ ଅଭିଯୋଗ କରିଥିଲେ ମଧ୍ୟ ସେଥିପ୍ରତି କର୍ଣ୍ଣପାତ କରାଯାଉ ନ ଥିବା ଅଭିଯୋଗ କରିଛନ୍ତି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ। ଯାହାକୁ ନେଇ ଆଜି ମୋହନା ତହସିଲଦାର ଚକ୍ରଧର ପାଢ଼ୀ ପଞ୍ଚାୟତର ଜନସାଧାରଣଙ୍କୁ ୩ ଦିନ ଭିତରେ ଉକ୍ତ ଜାଗାକୁ ତନଖି କରି ଜୋର୍‌ ଜବରଦସ୍ତିରେ ଗୃହ ନିର୍ମାଣ କରିଥିବା ଘରକୁ ଉଠାଯିବ ବୋଲି ପ୍ରତିଶୃତି ଦେବାପରେ ପଞ୍ଚାୟତର ଜନ ପ୍ରତିନିଧିଙ୍କ ସହ ଜନସାଧାରଣ ତହସିଲ କାର୍ଯ୍ୟଳୟରୁ ବାହାରିଥିଲେ। ଯଦି ଆଗାମୀ ଦିନରେ ସେମାନଙ୍କୁ ଉଠା ନ ଯାଏ ତା ହେଲେ ଅଞ୍ଚଳବାସୀ ରାଜ ରାସ୍ତାରେ ଜନ ଆନ୍ଦୋଳନ କରିବା ପାଇଁ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri