ରାତିଅଧିଆ ପଞ୍ଚାୟତ ସମିତି ବୈଠକ ବାତିଲ: ଜନପ୍ରତିନିଧିଙ୍କ ତୀବ୍ର ଅସନ୍ତୋଷ

ପୁରୁଷୋତ୍ତମପୁର,୧୮।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପଞ୍ଚାୟତ ସମିତି ବୈଠକ ହେବାନେଇ ଶୁକ୍ରବାର ଦିନ ଧାର୍ଯ୍ୟ ହୋଇଥିଲା। ହେଲେ ବୈଠକକୁ ରାତିଅଧିଆ ବାତିଲ କରିଦିଆଯାଇଛି। ଏହାକୁ ନେଇ ଜନପ୍ରତିନିଧିଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି।

ଅନ୍ୟପକ୍ଷେ ବୈଠକରେ ଯୋଗଦେବା ନେଇ ଅଧିକାଂଶ ସରପଞ୍ଚ, ସମିତି ସଭ୍ୟ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ହେଲେ ଗେଟରେ ଚାବି ପଡିଥିବା ଦେଖି ଉପସ୍ଥିତ କର୍ମଚାରୀଙ୍କୁ ପଚାରିବା ପରେ ବୈଠକ ବାତିଲ ହୋଇଥିବା ଜାଣିବାକୁ ପାଇଥିଲେ। ଫଳରେ ଏହାକୁ ନେଇ ଜନପ୍ରତିନିଧିଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା। ଏହାର ପ୍ରତିବାଦ କରି ଆସିଥିବା ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟ ବିଡିଓ ବିଜୟ କୁମାର ବେହେରାଙ୍କ ନିକଟରେ ଫେରାଦ ହୋଇ ଆଗରୁ ସୂଚନା ନ ଦେଇ କେଉଁ କାରଣରୁ ରାତିଅଧିଆ ବୈଠକ ବନ୍ଦ କରାଗଲା ବୋଲି ପ୍ରଶ୍ନ କରିଥିଲେ। କୌଣସି ସୂଚନା ନ ଦେଇ ବୈଠକ ବନ୍ଦ କରିବା ଗଣତନ୍ତ୍ରକୁ ହତ୍ୟା କରାଯାଉଛି ବୋଲି ଜନପ୍ରତିନିଧି ଅଭିଯୋଗ କରିଛନ୍ତି। ଏଭଳି ବୈଠକ ବାରମ୍ବାର ବନ୍ଦ କରାଯାଉଥିବାରୁ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ଓ ବିକାଶ ଧାରା ସମ୍ପୂର୍ଣ୍ଣ ଠପ୍‌ ହୋଇ ପଡୁଛି। ଏନେଇ ତୁରନ୍ତ ବୈଠକ ଡାକିବା ଲାଗି ଏକ ସ୍ମାରକପତ୍ର ଜିଲାପାଳ ଓ ଗଞ୍ଜାମ ଜିଲା ପରିଷଦ ଉନ୍ନୟନ ଅଧିକାରୀ ତଥା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ପ୍ରଦାନ କରିଛନ୍ତି।

ଏପରିକି ପୂର୍ବରୁ ଗତ ସେପ୍ଟେମ୍ବର ୩୦ରେ ବୈଠକ ଡାକି ତାକୁ ମଧ୍ୟ ବାତିଲ କରିଦିଆଯାଇଥିଲା। ଶେଷ ବୈଠକ ଏପ୍ରିଲ ୪ରେ ହୋଇଥିବା ବେଳେ ଦୀର୍ଘ ୭ ମାସ ବିତିଯାଇଥିଲେ ସୁଦ୍ଧା ବୈଠକ କରାଯାଉ ନ ଥିବା ଜନପ୍ରତିନିଧିମାନେ କହିଛନ୍ତି। ଅନ୍ୟପକ୍ଷେ ବାରମ୍ବାର ସମିତି ବୈଠକ ନ ହେବା ଏକ ବଡ଼ଧରଣର ଦୁର୍ନୀତି ପଦାରେ ପଡିବା ଚର୍ଚ୍ଚା ହେଉଛି। ଏନେଇ ବିଡିଓ ବିଜୟ କୁମାର ବେହେରାଙ୍କୁ ପଚାରିବାରୁ ଅଧ୍ୟକ୍ଷା ପିଙ୍କି ବେହେରା ବୈଠକ ବାତିଲ କରିବା ଲାଗି ରାତିରେ ନିର୍ଦ୍ଦେଶ ଦେଇଥିଲେ। ଫଳରେ ବୈଠକକୁ ବାତିଲ କରି ଦିଆଯାଇଥିଲା। ଏପରିକି ରାତିରେ ଗ୍ରୁପରେ ମେସେଜ କରାଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri