ଦୋଷ ଲଦାଲଦିରେ ଶେଷ ହେଲା ପଞ୍ଚାୟତ ସମିତି ବୈଠକ

ମୋରଡ଼ା,୨୫।୮(ସ୍ମାରକ ମାଜୀ): ମୟୁରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାର୍ଯ୍ୟାଳୟ ପରିସରରେ ଥିବା କନ୍‌ଫରେନ୍ସ ହଲ୍‌ରେ ବ୍ଲକ ଅଧ୍ୟକ୍ଷା ପାନମଣି ମାର୍ଣ୍ଡିଙ୍କ ଅଧ୍ୟକ୍ଷତାରେ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି l

ବୈଠକରେ ମୁଖ୍ୟଧ୍‌ ଅତିଥି ଭାବେ ବିଧାୟକ ରାଜକିଶୋର ଦାସଯୋଗ ଦେଇଥିବା ବେଳେ ବିଡିଓ ଜର୍ଜ ଡୁଙ୍ଗଡୁଙ୍ଗ, ଉପାଧ୍ୟକ୍ଷ ଜ୍ୟୋତିଲାଲ ବାରିକ, ସହକାରୀ ଯନ୍ତ୍ରୀ, ୧୬ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ ପ୍ରମୁଖ ଉପସ୍ଥିତ ଥିଲେ।

ଆଇଟିଡିଏ, ମୃତ୍ତିକା ସଂରକ୍ଷଣ, ଲୋଧା ଉନ୍ନୟନ ସଂସ୍ଥା, ଶିଶୁ ବିକାଶ ଯୋଜନାର କର୍ମଚାରୀ ଉପସ୍ଥିତ ରହି ବିଭାଗ ଦ୍ୱାରା ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଅବଗତ କରାଇଥିଲେ। ଅନ୍ୟପକ୍ଷେ ଜନସାଧାରଣଙ୍କ ସମସ୍ୟା ଆଲୋଚନା କରିବା ବଦଳରେ ନିଜ ନିଜ ସମସ୍ୟା ସମ୍ପର୍କିତ ଆଲୋଚନା କରିଥିଲେ। ଯାହାକୁ ନେଇ ବ୍ଲକ ଅବ୍ୟବସ୍ଥା ମଧରେ ଗତି କରୁଛି ବୋଲି ସାଧାରଣରେ ଆଲୋଚନା ହୋଇଛି l
ଅନ୍ୟପକ୍ଷେ ବସୁଧା ଯୋଜନାରେ ଲୋକଙ୍କୁ ପାନୀୟ ଜଳ ଯୋଗାଇବାକୁ ନେଇ ପରସ୍ପର ଉପରେ ଦୋଷ ଲଦାଲଦି ହୋଇଥିଲେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ଏବଂ ବିଦ୍ୟୁତ୍‌ ବିଭାଗର ଦୁଇ କନିଷ୍ଠ ଯନ୍ତ୍ରୀ l ଏହା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

ଜୀବିତ ଅଛନ୍ତି ମୋଜତାବା ଖାମେନେଇ; ଇରାନ ପ୍ରଥମ ଥର ପାଇଁ କହିଲା…

ତେହରାନ,୨୫।୮: ଇରାନର ମୋଜତାବା ଖାମେନେଇଙ୍କ ସ୍ଥିତି ସମ୍ପର୍କରେ ଥିବା ରହସ୍ୟର ସମାଧାନ ହୋଇଛି। ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମୟରେ ମୋଜତାବା ଖାମେନେଇ ଆହତ ହୋଇଥିଲେ।…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

ଫେସବୁକ୍‌ ଲାଇଭ୍‌ରେ ଆସି ଏମିତି କ’ଣ କହିଦେଲେ ମମତା: ଶୁଣିକି ଛାନିଆ ହେଲା ଭାଜପା!

କୋଲକାତା,୨୫।୮: ପଶ୍ଚିମବଙ୍ଗ ରାଜନୀତିରେ ଜାରି ରହିଥିବା ରାଜନୈତିକ ଟଣାଓଟରା ମଧ୍ୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କ ବଡ଼ ବୟାନ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri