ଆଜିଠୁ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର, ୨୬ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଶେଷ ହୋଇଥିବାବେଳେ ଭୋଟ୍‌ ବାକ୍ସରେ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଛି। ଶନିବାରଠାରୁ ଭୋଟ ଗଣତି ଆରମ୍ଭ ହେବ। ଏଥିପାଇଁ ପ୍ରାର୍ଥୀମାନଙ୍କ ମନରେ ଭୟ ବଢ଼ିବାରେ ଲାଗିଛି। ୩୧୪ ବ୍ଲକ୍‌ ମୁଖ୍ୟାଳୟରେ ୩ ଦିନ (୨୬,୨୭,୨୮ ତାରିଖ) ଧରି ଭୋଟ ଗଣନା ଚାଲିବ। ସକାଳ ୮ଟାରୁ କାଉଣ୍ଟିଂ ଆରମ୍ଭ ହେବ। ୩୧୪ଟି ବ୍ଲକ୍‌ରେ ଗୋଟିଏ ଗୋଟିଏ ଜୋନ୍‌ର ଗଣତି ହେବ। କେବଳ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ୍‌ରେ ୨ଟି ଜୋନ୍‌ର କାଉଣ୍ଟିଂ ହେବ। ବ୍ଲକ୍‌ସ୍ତରରେ ଗୋଟିଏ ଗୋଟିଏ ୱାର୍ଡର କାଉଣ୍ଟିଂ ସରିବା ପରେ ମାଇକ୍‌ ମାଧ୍ୟମରେ ଘୋଷଣା କରାଯିବ।
ରାଜ୍ୟ ନିର୍ବାଚନ ଆୟୋଗର ସଚିବ ରବୀନ୍ଦ୍ରନାଥ ସାହୁ ଶୁକ୍ରବାର ଏନେଇ ଜିଲାପାଳମାନଙ୍କୁ ଚିଠି ଲେଖି କହିଛନ୍ତି, ଜିଲା ପରିଷଦ ସଭ୍ୟଙ୍କ ଭୋଟ ଗଣତି ପରେ ୧୨ନମ୍ବର ଫର୍ମରେ ଘୋଷଣା କରାଯିବ। ସମ୍ପୃକ୍ତ ବ୍ଲକ୍‌ ଉନ୍ନୟନ ଅଧିକାରୀ ତଥା ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ଫଳାଫଳ ଘୋଷଣା ହେବାପରେ ଏହାର କପି ପ୍ରାର୍ଥୀ କିମ୍ବା ପ୍ରାଧିକୃତ ଏଜେଣ୍ଟଙ୍କୁ ହସ୍ତାନ୍ତର କରାଯିବ। ଅନ୍ୟପକ୍ଷରେ ଗଣତି ବେଳେ ସୁରକ୍ଷା ବ୍ୟବସ୍ଥା ପାଇଁ ଡିଜିପିଙ୍କ ସହ ରାଜ୍ୟ ନିର୍ବାଚନ କମିଶନର ପୂର୍ବରୁ ଆଲୋଚନା କରିଥିଲେ। କୌଣସି ଗଣ୍ଡଗୋଳକୁ ଏଡ଼ାଇବା ପାଇଁ କାଉଣ୍ଟିଂ ସେଣ୍ଟର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ରହିଛି।
ଭୋଟ ଗଣନା କେନ୍ଦ୍ରରେ ଆଲୋକ ବ୍ୟବସ୍ଥା ସହ ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଗଣନା କେନ୍ଦ୍ରରେ ଅଗ୍ନି ନିର୍ବାପକ ଯନ୍ତ୍ର ରହିବା ଜରୁରୀ ବୋଲି କୁହାଯାଇଛି। ସୂଚନା ପ୍ରଦାନ ନିମନ୍ତେ ପ୍ରତ୍ୟେକ କେନ୍ଦ୍ରରେ ଆବଶ୍ୟକ ଡାକବାଜି ଯନ୍ତ୍ର (ମାଇକ୍‌)ର ବ୍ୟବସ୍ଥା ରହିଛି। ଏକ ଆଦର୍ଶ ମତଗଣନା କେନ୍ଦ୍ରର ଆକାର ୩୫X୨୦ ଫୁଟ୍‌ ରହିଥିବାବେଳେ ୮ଟି ଗ୍ରାମପଞ୍ଚାୟତର ଭୋଟ୍‌ ଗଣତି ଗୋଟିଏ ହଲ୍‌ରେ କରାଯାଇପାରିବ। ଭୋଟ ଗଣନା ଟେବୁଲ ସମ୍ମୁଖରେ ଏକ ବେଞ୍ଚରେ କାଉଣ୍ଟିଂ ଏଜେଣ୍ଟମାନଙ୍କ ବସିବା ପାଇଁ ବ୍ୟବସ୍ଥା କରାଯିବ। ଗୋଟିଏ ଟେବୁଲ ପାଇଁ ନିର୍ବାଚନ ଅଧିକାରୀ ଜଣେ କାଉଣ୍ଟିଂ ସୁପରଭାଇଜର, ୨ ଜଣ କାଉଣ୍ଟିଂ ଆସିଷ୍ଟାଣ୍ଟ ଓ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ଏହିପରି ୪ ଜଣଙ୍କୁ ନିୟୋଜିତ କରିବେ। କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତି କ୍ଷେତ୍ରରେ ୱାର୍ଡମେମ୍ବର, ସରପଞ୍ଚ ଓ ସମିତି ସଭ୍ୟ ପଦ ନିମନ୍ତେ ନିର୍ବାଚନ ଲଢ଼ୁଥିବା ପ୍ରାର୍ଥୀମାନେ କେବଳ ଜଣେ ଲେଖାଏ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବେ। ଜିଲା ପରିଷଦ ସଭ୍ୟ ପଦବୀ ନିମନ୍ତେ ଲଢ଼ୁଥିବା ପ୍ରାର୍ଥୀମାନେ ଜିଲା ପରିଷଦ ନିର୍ବାଚନ ମଣ୍ଡଳୀରେ ଥିବା ଗ୍ରାମପଞ୍ଚାୟତ ସଂଖ୍ୟା ଅନୁସାରେ କାଉଣ୍ଟିଂ ଏଜେଣ୍ଟ ନିଯୁକ୍ତ କରିପାରିବେ। ନିର୍ବାଚନ କମିଶନରଙ୍କ ଦ୍ୱାରା ଧାର୍ଯ୍ୟ ସମୟରେ ଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିରେ ନିୟୋଜିତ ଥିବା କର୍ମଚାରୀମାନେ ଭୋଟ ଗଣନା ନିମନ୍ତେ ଧାର୍ଯ୍ୟ ସମୟର ୧୫ ମିନିଟ୍‌ ପୂର୍ବରୁ କେନ୍ଦ୍ରରେ ଉପସ୍ଥିତ ରହିବେ। ଭୋଟ ଗଣନା ସମ୍ପର୍କିତ ସମସ୍ତ କାର୍ଯ୍ୟର ଭିଡିଓଗ୍ରାଫି କରାଯିବ। ସୂଚନାଯୋଗ୍ୟ, ପଞ୍ଚାୟତ ଭୋଟ ଗ୍ରହଣ ପରେ ଷ୍ଟ୍ରଙ୍ଗ୍‌ରୁମ୍‌ରେ କଡ଼ା ସୁରକ୍ଷାରେ ଭୋଟ ବାକ୍ସ ରଖାଯାଇଛି। ସେଠାରେ ୨୪ ଘଣ୍ଟିଆ ସିସିଟିଭି ବ୍ୟବସ୍ଥା ହୋଇଛି। ଏହାସହ ରାଜନୈତିକ ଦଳଙ୍କୁ ଷ୍ଟ୍ରଙ୍ଗ୍‌ରୁମ୍‌ ଜଗିବାର ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri