ବ୍ଲକରେ ହେବ ପଞ୍ଚାୟତ ଭୋଟ ଗଣତି

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ବ୍ଲକରେ ହେବ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି। ଭୋଟ ଗ୍ରହଣ ପରେ ଭୋଟବାକ୍ସ ସିଲ୍‌ କରି ବ୍ଲକରେ ରହିବ। ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଗଣତି ହେବ। ପଞ୍ଚାୟତିରାଜ ବିଭାଗ କାଉଣ୍ଟିଂ ନେଇ ନୂଆ ନିୟମ ଆଣିବାକୁ ଯାଉଛି। ଏଥିପାଇଁ ଏକ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ୧୫ ଦିନ ଭିତରେ ଆପତ୍ତି ଓ ଅଭିଯୋଗ ପରେ ଚୂଡ଼ାନ୍ତ ଗେଜେଟ ନୋଟିଫିକେଶନ ପ୍ରକାଶ ପାଇବ।

ଓଡ଼ିଶା ଗ୍ରାମପଞ୍ଚାୟତ ନିର୍ବାଚନ ସଂଶୋଧନ ରୁଲ୍‌-୨୦୨୧ ଅନୁସାରେ ଭୋଟଗ୍ରହଣ ଦିନ ଗଣନା ହେବ ନାହିଁ । ନୂଆ ନିୟମ ଅନୁସାରେ ଭୋଟଗ୍ରହଣ ଶେଷ ହେବା ପରେ ପ୍ରିଜାଇଡିଂ ଅଫିସର ପ୍ରାର୍ଥୀ କିମ୍ବା ପୋଲିଂ ଏଜେଣ୍ଟଙ୍କ ଉପସ୍ଥିତିରେ ବାଲଟ ବକ୍ସ ଓ ଅନ୍ୟାନ୍ୟ ପେପର ସିଲ୍‌ କରିବେ। ସେଗୁଡ଼ିକୁ ନିର୍ବାଚନ ଅଧିକାରୀଙ୍କ ନିକଟକୁ ପଠାଯିବ। ସବୁ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ବ୍ଲକରେ ଭୋଟ ଗଣନା ହେବ। ଏହାକୁ ସେଣ୍ଟ୍ରାଲ କାଉଣ୍ଟିଂ କୁହାଯିବ। ପ୍ରାର୍ଥୀ ଓ ପୋଲିଂ ଏଜେଣ୍ଟଙ୍କ ଉପସ୍ଥିତିରେ ଧାର୍ଯ୍ୟ ଦିବସରେ ଭୋଟ ଗଣତି ହେବ।

ପୂର୍ବରୁ ଏହି ବ୍ୟବସ୍ଥା ନ ଥିଲା। ପଞ୍ଚାୟତ ନିର୍ବାଚନରେ ଯେଉଁଦିନ ଭୋଟଗ୍ରହଣ ହେଉଥିଲା ସେଦିନ ୱାର୍ଡ ମେମ୍ବର, ସରପଞ୍ଚ, ସମିତିସଭ୍ୟ ଓ ଜିଲା ପରିଷଦରେ କିଏ ଜିତିଛି ଓ କିଏ ହାରିଛି ତାହା ଜଣାପଡ଼ି ଯାଉଥିଲା। ଏବେ କିନ୍ତୁ ତାହା ହେବ ନାହିଁ। ଏଥିପାଇଁ ଏଥର ଅଧିକ ବାଲଟ ବକ୍ସ ଆବଶ୍ୟକ ପଡ଼ିବ। ଅଧିକ ବାଲଟ ବକ୍ସ ବଢ଼ାଇବାକୁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ଜିଲାପାଳଙ୍କୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri