ଛେଣ୍ତିପଦା ବ୍ଲକସଭା ଗୃହରେ ପଞ୍ଚାୟତିରାଜ ଓ ଲୋକ ସେବା ଦିବସ

ଛେଣ୍ଡିପଦା,୫।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସଭାଗୃହ ଠାରେ ଶୁକ୍ରବାର ପଞ୍ଚାୟତି ରାଜ ଓ ଲୋକସେବା ଦିବସ ପାଳିତ ହୋଇଯାଇଛି। ଛେଣ୍ଡିପଦା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଶ୍ବନାଥ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଅତିଥିମାନେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ବିରତ୍ୱକୁ ବିଶଦ ଭାବେ ବର୍ଣ୍ଣନା କରିବା ସହିତ ପଞ୍ଚାୟତିରାଜରେ ବିଜୁ ପଟ୍ଟନାୟକଙ୍କ ଅବଦାନ ଉପରେ ଅଲୋକପାତ କରିଥିଲେ। ଅନ୍ୟତମ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଛେଣ୍ଡିପଦା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାହୁ, ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।