ପଞ୍ଚାୟତିରାଜ ଦିବସ ପାଳିତ: ୩୯ ହିତାଧିକାରୀ ପାଇଲେ ରାଶନ କାର୍ଡ

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି । ଆୟୋଜିତ ସଭାରେ ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ଏଥିରେ ମୁଖ୍ୟ ଅତିଥିଭାବେ ଯୋଗଦେଇ ଦିବସର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ବ୍ରହ୍ମପୁର ଏମ.ପି ପ୍ରତିନିଧି କେ. ହରିବନ୍ଧୁ ରେଡ୍ଡୀ, ସିଡିପିଓ ପୁଷ୍ପାଞ୍ଜଳି ଶତପଥୀ, କରପଡା ପଞ୍ଚାୟତ ସରପଞ୍ଚ ଫନୀନ୍ଦ୍ର ଚନ୍ଦ୍ର ଗୋସ୍ବାମୀ, ଫାସିଗୁଡା ସରପଞ୍ଚ ଗୈାରୀ ବିଷୋୟୀ, ନିମଖଣ୍ଡିପେଣ୍ଠ ସରପଞ୍ଚ ସସ୍ମିତା ରାଣୀ ଗୌଡ, ଗୋକର୍ଣ୍ଣପୁର ସରପଞ୍ଚ ଆରତୀ ଦୋରା, ବି. ତୁରୁବୁଡି ସରପଞ୍ଚ ଲିଙ୍ଗରାଜ ଦୋରା ପ୍ରମୁଖ ସଭାରେ ମଞ୍ଚାସିନ ଥିଲେ। ବ୍ଲକ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ୩୬ ଜଣ ହିତାଧିକାରୀ ଏବଂ ଏନଏସିର ୩ ଜଣ ହିତାଧିକାରୀଙ୍କୁ ନୂତନ ରାଶନ କାର୍ଡ ବଣ୍ଟନ କରାଯାଇଥିଲା। ସେହିପରି ବ୍ଳକ ଅଧିନସ୍ଥ ବି. ତୁରୁବୁଡି, ଗୋକର୍ଣ୍ଣପୁର, ଫାସିଗୁଡା ଏବଂ ନିମଖଣ୍ଡିପେଣ୍ଠ ପଞ୍ଚାୟତକୁ ପଞ୍ଚାୟତର ନିଜସ୍ବ ଆୟ ସକାଶେ ଶ୍ରେଷ୍ଠ ପଞ୍ଚାୟତ ରୂପେ ପୁରସ୍କୃତ କରାଯାଇଥିଲା । କାର୍ଯ୍ୟକ୍ରମକୁ ମତ୍ସ୍ୟ ସମ୍ପଦ ବିଭାଗ ଅଧିକାରୀ ନିଖିଳ କୁମାର ମହାରଣା ସଂଯୋଜନା କରିଥିବା ବେଳେ ଜିପିଇଓ ଉମେଶ ସେଠୀ, ଯୋଗାଣ ନିରୀକ୍ଷକ ବ୍ରଜେଶ୍ବର ରାଏ ପ୍ରମୁଖ ପରିଚାଳନା କରିଥିଲେ। କାର୍ଯ୍ୟକ୍ରମରେ ବ୍ଳକ ଓ ଏନଏସିର ବହୁ ଜନସାଧାରଣ ବ୍ଳକ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଉପସ୍ଥିତ ଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri