Posted inଜାତୀୟ

ଇସ୍ତଫା ଦେଲେ ୟୁପି ସରକାରଙ୍କ ପଞ୍ଚାୟତ ରାଜମନ୍ତ୍ରୀ

ଲକ୍ଷ୍ନୌ,୩୦।୮: ଉତ୍ତରପ୍ରଦେଶ ସରକାରରେ ଥିବା ପଞ୍ଚାୟତ ରାଜମନ୍ତ୍ରୀ ଭୂପେନ୍ଦ୍ର ଚୌଧୁରୀ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମଙ୍ଗଳବାର ଭୂପେନ୍ଦ୍ର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଏନେଇ ଭୂପେନ୍ଦ୍ର ନିଜ ଫେସ୍‌ବୁକ୍‌ ପୋଷ୍ଟରେ ସୂଚନା ଦେଇଛନ୍ତି। ସେ ଲେଖିଛନ୍ତି, ଭାଜପାର ପ୍ରଦେଶ ଅଧ୍ୟକ୍ଷଙ୍କ ଦାୟିତ୍ୱ ତୁଲାଇବା ପାଇଁ ମଙ୍ଗଳବାର କ୍ୟାବିନେଟ ପଦରୁ ସେ ଇସ୍ତଫା ଦେଇଛନ୍ତି। ତାଙ୍କର ପ୍ରଥମ ଏବଂ ଦ୍ୱିତୀୟ କାର୍ଯ୍ୟକାଳରେ ରାଜ୍ୟ ମନ୍ତ୍ରୀ ତଥା କ୍ୟାବିନେଟ ମନ୍ତ୍ରୀର ଦାୟିତ୍ୱ ହେଉ କିମ୍ବା ଦଳ ପକ୍ଷରୁ ଦିଆଯାଇଥିବା ସମସ୍ତ ଦାୟିତ୍ୱ ପାଇଁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି। ଭାଜପା ‘ଜଣେ ବ୍ୟକ୍ତି ଗୋଟିଏ ପୋଷ୍ଟ’ ନୀତିରେ କାର୍ଯ୍ୟ କରେ ଏବଂ ଏହି କାରଣରୁ ସେ ନିଜ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସମ୍ମୁଖରେ ଆଗକୁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ ରହିଛି ବୋଲି ଭୁପେନ୍ଦ୍ର କହିଛନ୍ତି। ସୂଚନା ମୁତାବକ, ନିକଟରେ ଭୁପେନ୍ଦ୍ର ଚୌଧୁରୀ ଭାଜପାର ୟୁପି ୟୁନିଟର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ରାଜଧାନୀ ଲକ୍ଷ୍ନୌ ସ୍ଥିତ ସୋମବାର ଭାଜପା କାର୍ଯ୍ୟାଳୟରେ ସେ ଦାୟିତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri