ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର ମହକୁମାସ୍ଥିତ ଗୁଡହାଣ୍ଡି ମଞ୍ଚଠାରେ ଆୟୋଜିତ ଏକ ସରକାରୀ କାର୍ଯ୍ୟ କ୍ରମରେ ଯୋଗ ଦେଇଥିଲେ। ଏଥିରେ କଳାହାଣ୍ଡି ଜିଲାର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ମନ୍ତ୍ରୀ ନାୟକ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ଆମପାଣିଠାରେ ଦଳୀୟ ନେତା ଓ କର୍ମୀମାନେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଏହାପରେ କଳାହାଣ୍ଡିର ଆରଧ୍ୟ ଦେବତା ପ୍ରଭୁ ବୁଢ଼ାରଜାଙ୍କ ମନ୍ଦିର ଦର୍ଶନ କରିବା ପରେ କୋକସରାସ୍ଥିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ନାୟକ ଯୋଗ ଦେଇଥିଲେ। ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲାପରିଷଦ କଳାହାଣ୍ଡି ଦୟାମୟ ପାଢ଼ୀ ସ୍ବାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ମନ୍ତ୍ରୀ ନାୟକ ଧର୍ମଗଡ, କୋକସରା, କଳମପୁର, ଜୟପାଟଣା ଓ ଜୁନାଗଡ଼ ବ୍ଲକ ନିମନ୍ତେ ୩୯. ୯୨ କୋଟି ଅଟକଳ ମୂଲ୍ୟରେ ୧୭୨ଟି ପ୍ରକଳ୍ପର ଲୋକାର୍ପଣ ଓ ୨୪୬. ୪୫ କୋଟି ଅଟକଳ ମୂଲ୍ୟର ୨୬୯ ଗୋଟି ନୂତନ ପ୍ରକଳ୍ପର ଶିଳାନ୍ୟାସ କରିବା ସହ ଡିସେମ୍ବର ସୁଦ୍ଧା ସମଗ୍ର ଜିଲାରେ ପାନୀୟ ଜଳ ଯୋଗାଇବୁ ବୋଲି କହିଛନ୍ତି। ଏହା ସହ ୧୫୦ ଜନସଂଖ୍ୟା ବିଶିଷ୍ଟ ଗାଁକୁ ପ୍ରଧାନମନ୍ତ୍ରୀ ସଡ଼କ, ୧୫୦ରୁ କମ୍‌ ଥିବା ଗାଁକୁ ମେଟାଲିଙ୍ଗ ରାସ୍ତା, ଲୋକଙ୍କ ବହୁ ମତ ଆକାରରେ କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ ଉଦ୍‌ବୋଧନ ଦେଇଥିଲେ। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ତନ୍ମୟ ଦରୱାନ, ଧର୍ମଗଡ଼ ଉପଜିଲାପାଳ ପ୍ରେକ୍ଷା ଅଗ୍ରୱାଲ, ପଞ୍ଚାୟତ ସମିତି ଅଧ୍ୟକ୍ଷ ରୀତା ଅଗ୍ରୱାଲ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଷୀ, ଲାଞ୍ଜିଗଡ ବିଧାୟକ ପ୍ରଦୀପ କୁମାର ଦିଶାରୀ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂ ଦେଓ, ବିଡ଼ିଓ, ଡ. ହିମାଞ୍ଚଳ ମାଝୀ, ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଓମ୍‌ଫେଡ ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ ପ୍ରମୁଖ ଉପସ୍ଥିତ ରହି ନିଜ ନିଜ ବକ୍ତବ୍ୟ ରଖିଥିଲେ। ଏହି କାର୍ଯ୍ୟକ୍ରମରେ ସମସ୍ତ ଅଧିକାରୀ, କର୍ମଚାରୀ, ନିର୍ବାଚିତ ସଭ୍ୟସଭ୍ୟା ସମେତ ପ୍ରତ୍ୟେକ ବ୍ଲକରୁ ଶତାଧିକ ମହିଳା ଓ ପୁରୁଷ ଯୋଗ ଦେଇଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ

ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା…

ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…

ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…

କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri