ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକଙ୍କ କାର୍‌କୁ ପଛପଟୁ ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ ବଳମ ଗ୍ରାମରେ ପଂଚାୟତରାଜ ଓ ପାନୀୟ ଜଳ ଓ ଗ୍ରାମ ଉନ୍ନୟତନ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ କାର୍‌କୁ ଧକ୍କା ଦେଇ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟ୍ଟାପନ୍ନ ରହିଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟାରେ ବଳମ ସ୍ଥିତ ଜାଗୃତି ଦୁର୍ଗା ପୂଜା କମିଟି ପକ୍ଷରୁ ଦୁର୍ଗାପୂଜାର ରୌପ୍ୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମ ରହିଥିଲା । ମନ୍ତ୍ରୀ ନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିଜ କାର୍‌ ଯୋଗେ ଆସୁଥିବା ବେଳେ ଆଗରେ ପୋଲିସର ଗାଡି ମଧ୍ୟ ଯାଉଥିଲା । ତେବେ ମନ୍ତ୍ରୀ ନାୟକ ଅଳ୍ପ ଦୂରରେ ଥିବା ମଳମ ଶାସନ ସାହିରେ ଜଣେ ବନ୍ଧୁଙ୍କୁ ସାକ୍ଷାତ କରିବାକୁ ଅଟକିଥିଲେ । ଫଳରେ ପୋଲିସ ପାଇଲଟିଂ ଗାଡିଟି ଆଗକୁ ଅଗ୍ରସର ହେବା ସହ ବଳମ ମୁଖ୍ୟ ଛକ ପାରି ହୋଇଥିଲା । କିଛି ସମୟ ପରେ ମନ୍ତ୍ରୀଙ୍କ କାର୍‌ଟି ବଳମ ମୁଖ୍ୟ ଛକରେ ଥିବା ମେଡିଆନ କ୍ରସିଂରେ ରାସ୍ତାର ଡାହାଣ ପାର୍ଶ୍ୱକୁ ବୁଲାଇଉଥିବା ବେଳେ ପଛପଟୁ ଏକ ବାଇକରେ ଆସୁଥିବା ନିକଟସ୍ଥ ଭାଲୁମୁଣ୍ଡା ଗ୍ରାମର ଦିଗାମ୍ବର ପ୍ରଧାନ( ୨୨) ଓ ପ୍ରଦୀପ ପଲେଇ ଉକ୍ତ କାର୍‌ଟିକୁ ପଛପଟୁ ଧକ୍କା ଦେବାସହ ରାସ୍ତା ଉପରକୁ ଛିଟିକି ପଡି ଆହତ ହୋଇଥିଲେ । ସେହିପରି ବାଇକ ଧକ୍କାରେ ମନ୍ତ୍ରୀଙ୍କ କାର୍‌ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ସେଠାରେ ଉପସ୍ଥିତ ପୋଲିସ ଉଭୟ ଆହତଙ୍କୁ ଉଦ୍ଧର କରି ଚିକିତ୍ସା ନିମନ୍ତେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ଦିଗାମ୍ବରଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଅନ୍ୟପକ୍ଷରେ ମନ୍ତ୍ରୀ ବଳମ ଦୁର୍ଗାପୂଜା ମଣ୍ଡପରେ ପହଞ୍ଚି ମା’ ଦୁର୍ଗାଙ୍କ ଦର୍ଶନ ସାରି ଜାଗୃତି ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ରୌପ୍ୟ ଜୟନ୍ତୀ ସାମାରୋହରେ କମିଟି କର୍ମକର୍ତ୍ତା ଓ ଅଂଚଳବାସୀଙ୍କୁ କେବଳ ଶୁଭେଚ୍ଛା ବାର୍ତ୍ତା ଦେଇ ନିଜର ବକ୍ତବ୍ୟ ଶେଷ କରିବାସହ ଆହତ ମାନଙ୍କୁ ଦେଖିବା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ତାଙ୍କ ସହିତ ରୌଫ୍ୟ ଜୟନ୍ତୀ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗଦେବାକୁ ଥିବା ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ ମଧ୍ୟ ଉପସ୍ଥିତ ଥିଲେ । ଏହାପରେ ଗୁରୁତର ଆହତ ଦିଗାମ୍ବରଙ୍କୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ତାନାନ୍ତରିତ କରାଯାଇଥିଲା । ଅନ୍ୟପକ୍ଷରେ ରୌପ୍ୟ ଜୟନ୍ତୀ ସାମାରୋହରେ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ମୁଖ୍ୟ ଅତିଥି ଦାୟିତ୍ୱ ନିର୍ବାହ କରିବା ସହ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri