ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକଙ୍କ କାର୍‌କୁ ପଛପଟୁ ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ ବଳମ ଗ୍ରାମରେ ପଂଚାୟତରାଜ ଓ ପାନୀୟ ଜଳ ଓ ଗ୍ରାମ ଉନ୍ନୟତନ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ କାର୍‌କୁ ଧକ୍କା ଦେଇ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟ୍ଟାପନ୍ନ ରହିଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟାରେ ବଳମ ସ୍ଥିତ ଜାଗୃତି ଦୁର୍ଗା ପୂଜା କମିଟି ପକ୍ଷରୁ ଦୁର୍ଗାପୂଜାର ରୌପ୍ୟ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମ ରହିଥିଲା । ମନ୍ତ୍ରୀ ନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବାକୁ ନିଜ କାର୍‌ ଯୋଗେ ଆସୁଥିବା ବେଳେ ଆଗରେ ପୋଲିସର ଗାଡି ମଧ୍ୟ ଯାଉଥିଲା । ତେବେ ମନ୍ତ୍ରୀ ନାୟକ ଅଳ୍ପ ଦୂରରେ ଥିବା ମଳମ ଶାସନ ସାହିରେ ଜଣେ ବନ୍ଧୁଙ୍କୁ ସାକ୍ଷାତ କରିବାକୁ ଅଟକିଥିଲେ । ଫଳରେ ପୋଲିସ ପାଇଲଟିଂ ଗାଡିଟି ଆଗକୁ ଅଗ୍ରସର ହେବା ସହ ବଳମ ମୁଖ୍ୟ ଛକ ପାରି ହୋଇଥିଲା । କିଛି ସମୟ ପରେ ମନ୍ତ୍ରୀଙ୍କ କାର୍‌ଟି ବଳମ ମୁଖ୍ୟ ଛକରେ ଥିବା ମେଡିଆନ କ୍ରସିଂରେ ରାସ୍ତାର ଡାହାଣ ପାର୍ଶ୍ୱକୁ ବୁଲାଇଉଥିବା ବେଳେ ପଛପଟୁ ଏକ ବାଇକରେ ଆସୁଥିବା ନିକଟସ୍ଥ ଭାଲୁମୁଣ୍ଡା ଗ୍ରାମର ଦିଗାମ୍ବର ପ୍ରଧାନ( ୨୨) ଓ ପ୍ରଦୀପ ପଲେଇ ଉକ୍ତ କାର୍‌ଟିକୁ ପଛପଟୁ ଧକ୍କା ଦେବାସହ ରାସ୍ତା ଉପରକୁ ଛିଟିକି ପଡି ଆହତ ହୋଇଥିଲେ । ସେହିପରି ବାଇକ ଧକ୍କାରେ ମନ୍ତ୍ରୀଙ୍କ କାର୍‌ ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା। ସେଠାରେ ଉପସ୍ଥିତ ପୋଲିସ ଉଭୟ ଆହତଙ୍କୁ ଉଦ୍ଧର କରି ଚିକିତ୍ସା ନିମନ୍ତେ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ମାତ୍ର ଦିଗାମ୍ବରଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା । ଅନ୍ୟପକ୍ଷରେ ମନ୍ତ୍ରୀ ବଳମ ଦୁର୍ଗାପୂଜା ମଣ୍ଡପରେ ପହଞ୍ଚି ମା’ ଦୁର୍ଗାଙ୍କ ଦର୍ଶନ ସାରି ଜାଗୃତି ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ରୌପ୍ୟ ଜୟନ୍ତୀ ସାମାରୋହରେ କମିଟି କର୍ମକର୍ତ୍ତା ଓ ଅଂଚଳବାସୀଙ୍କୁ କେବଳ ଶୁଭେଚ୍ଛା ବାର୍ତ୍ତା ଦେଇ ନିଜର ବକ୍ତବ୍ୟ ଶେଷ କରିବାସହ ଆହତ ମାନଙ୍କୁ ଦେଖିବା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଥିଲେ। ତାଙ୍କ ସହିତ ରୌଫ୍ୟ ଜୟନ୍ତୀ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗଦେବାକୁ ଥିବା ଜିଲା ଭାଜପା ସଭାପତି ଅରୁଣ କୁମାର ସାହୁ ମଧ୍ୟ ଉପସ୍ଥିତ ଥିଲେ । ଏହାପରେ ଗୁରୁତର ଆହତ ଦିଗାମ୍ବରଙ୍କୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ତାନାନ୍ତରିତ କରାଯାଇଥିଲା । ଅନ୍ୟପକ୍ଷରେ ରୌପ୍ୟ ଜୟନ୍ତୀ ସାମାରୋହରେ ଦେବଗଡ ବିଧାୟକ ରୋମାଂଚ ରଞ୍ଜନ ବିଶ୍ୱାଳ ମୁଖ୍ୟ ଅତିଥି ଦାୟିତ୍ୱ ନିର୍ବାହ କରିବା ସହ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଥିଲେ ।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri