ପଞ୍ଚାୟତିରାଜ ଦିବସ: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର,୫ା୩(ସୁନିତ୍‌ ମିଶ୍ର):ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନରୁ ହଟଛି। ପ୍ରଥମ ଥର ଲାଗି ଭାଜପା କ୍ଷମତାକୁ ଆସିବା ପରେ ପୂର୍ବରୁ ମାର୍ଚ୍ଚ ୫ ତାରିଖ ବିଜୁ ଜୟନ୍ତୀରେ ପାଳନ ହେଉଥିବା ପଞ୍ଚାୟତିରାଜ ଦିବସର ତାରିଖରେ ପରିବର୍ତ୍ତନ କରିଛି। ରାଜ୍ୟ ସରକାର ସୋମବାର ଏକ ବିଜ୍ଞପ୍ତି ପ୍ରକାଶ କରି ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ହେବ ବୋଲି ଘୋଷଣା କରିଛନ୍ତି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଏପରିକି ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୫କୁ ଯେଉଁ ସରକାରୀ ଛୁଟିଦିନ ଭାବେ ଗଣାଯାଉଥିଲା ତାକୁ ମଧ୍ୟ ପରିବର୍ତ୍ତନ କରିଦିଆଯାଇଛି। ଭାଜପା ସରକାରଙ୍କ ଏଭଳି ପଦକ୍ଷେପ ବିରୋଧରେ ଉଭୟ ବିଜେଡି ଓ କଂଗ୍ରେସ ବର୍ଷିଛନ୍ତି।
ବିଜେଡି ପକ୍ଷରୁ ଭାଜପା ସରକାରଙ୍କ ଏଭଳି ନିଷ୍ପତ୍ତି ବିରୋଧରେ ମଙ୍ଗଳବାର ଏୟାରପୋର୍ଟ ଛକଠାରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତି ତଳେ ପ୍ରତିବାଦ କରାଯାଇଛି। ବୁଧବାର ରାଜ୍ୟବ୍ୟାପୀ ବିଜେଡି ବିଜୁ ବାବୁଙ୍କ ଜୟନ୍ତୀ ପାଳନ କରିବାକୁ ଘୋଷଣା କରିଛି। ଏହାପରେ ସରକାରଙ୍କ ନିଷ୍ପତ୍ତି ବିରୋଧରେ ରାଜ୍ୟର ସବୁ ସଦର ମହକୁମାରେ ପ୍ରତିବାଦ କରାଯିବ ବୋଲି ଦଳ ପକ୍ଷରୁ ସୂଚନା ମିଳିଛି। ବିଜେଡିର ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି, ଆସନ୍ତା ୬ରେ ରାଜ୍ୟସ୍ତରରେ ଦଳ ପକ୍ଷରୁ ପ୍ରତିବାଦ କରାଯିବ। ସରକାରୀ କ୍ୟାଲେଣ୍ଡରରେ ମାର୍ଚ୍ଚ ୫ ଛୁଟି କଥା ଉଲ୍ଲେଖ ରହିଛି। ଶେଷ ମୁହୂର୍ତ୍ତରେ ନିଷ୍ପତ୍ତି ପରିବର୍ତ୍ତନର ବିରୋଧ କରାଯିବ ବୋଲି ସଞ୍ଜୟ କହିଛନ୍ତି।
ଏହି ପ୍ରସଙ୍ଗରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ନେତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, ଓଡ଼ିଆ ଅସ୍ମିତା କଥା କହି ରାଜ୍ୟରେ ଭାଜପା ସରକାରକୁ ଆସିଛି। ହେଲେ ଓଡ଼ିିଆ ଅସ୍ମିତାକୁ ଯିଏ ସୁରକ୍ଷା ଦେଇଥିଲେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଭଳି ଜଣେ ମହାପୁରୁଷଙ୍କ ଜୟନ୍ତୀରେ ତାଙ୍କୁ ଅସମ୍ମାନ କରିଛନ୍ତି। ଏହା ବିଜୁବାବୁଙ୍କ ପ୍ରତି ଅସମ୍ମାନ ବୋଲି ପ୍ରମିଳା କହିଛନ୍ତି।
ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଭକ୍ତ ଚରଣ ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରାଯିବା ଏକ ନିନ୍ଦନୀୟ ବିଷୟ। ଓଡ଼ିଆ ଅସ୍ମିତା କଥା କହୁଥିବା ସରକାର ଓଡ଼ିଆ ଅସ୍ମିତା ଭୁଲିଗଲେ। ବିଜୁବାବୁଙ୍କ ସହ ବାଜପେୟୀଙ୍କର ରହିଥିବା ସମ୍ପର୍କ କଥା ମଧ୍ୟ ଭୁଲିଗଲେ। ସରକାରଙ୍କ ଏଭଳି ନିଷ୍ପତ୍ତିକୁ ବିରୋଧ କରୁଥିବା ଭକ୍ତ କହିଛନ୍ତି।
ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି, ବିଜୁବାବୁ ଓଡ଼ିଶାର ଜଣେ ବରପୁତ୍ର ଥିଲେ ବୋଲି ଏଥିରେ କାହାରି ସନ୍ଦେହ ନାହିଁ। ଏଥିରେ ପକ୍ଷ ପ୍ରତିପକ୍ଷ କିଛି ନୁହେଁ। ବିଜୁବାବୁ କେବଳ ବିଜେଡିର ନୁହନ୍ତି, ସେ ଜାତୀୟ ସମ୍ପତ୍ତି ଥିଲେ। ତେଣୁ ତାଙ୍କ ପାଇଁ ଅସମ୍ମାନର ପ୍ରଶ୍ନ ନାହିଁ। ଦେଶରେ ଏପ୍ରିଲ ୨୪ରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ ହେଉଛି । ଓଡ଼ିଶାରେ ଆମେ କାହିଁକି ଭିନ୍ନ। ଜନତା ଦଳ ଥିବାବେଳେ ଏପ୍ରିଲ ୨୪ରେ ପଞ୍ଚାୟତ ଦିବସ ପାଳନ କରେ। ଆମେ ଯଦି କହିବା ସ୍ବାଧୀନତା ଦିବସ ଆଉ ଦିନେ ପାଳନ କରିବା ଏହା କ’ଣ ସମ୍ଭବ। ଜାତୀୟ ସ୍ରୋତରେ ଓଡ଼ିଶା ଯୁଗେ ଯୁଗେ ରହିଛି। ବିଜୁବାବୁଙ୍କ ଜୟନ୍ତୀ ବା ତିରୋଧାନ ଦିବସ ବିଜେଡି ନୁହେଁ ରାଜ୍ୟବାସୀ ପାଳନ କରିବେ। ଘଣ୍ଟେ ୨ଘଣ୍ଟା ବିଜୁ ଜୟନ୍ତୀ ପାଳନ ପାଇଁ କାହିଁକି ଗୋଟିଏ ଦିନ ଛୁଟି ହେବ ବୋଲି ପୂଜାରୀ କହିଛନ୍ତି।
ସେହିପରି ଭାଜପା ରାଜ୍ୟ ମୁଖପାତ୍ର ଅନିଲ ବିଶ୍ୱାଳ ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଖବରଦାତା ସମ୍ମିଳନୀରେ କହିଛନ୍ତି, ରାଜନୈତିକ ସ୍ବାର୍ଥ ପାଇଁ ପଞ୍ଚାୟତିରାଜ ଦିବସକୁ ବିଜେଡି ବିଭ୍ରାନ୍ତି କରିଥିଲା।
ଯେତେବେଳେ ସାରା ଦେଶ ଏପ୍ରିଲ ୨୪କୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରୁଛି, ଓଡ଼ିଶା ମଧ୍ୟ ଏହିଦିନକୁ ପଞ୍ଚାୟତିରାଜ ଦିବସ ଭାବରେ ପାଳନ କରିବା ପାଇଁ ଯାଉଛି। ମାତ୍ର ବିଜେଡିର ରାଜନୈତିକ ସ୍ବାର୍ଥରେ ବାଧା ଆସୁଥିବାରୁ ବୋଧେ ଏପ୍ରିଲ ୨୪ ଭଳି ଐତିହାସିକ ଦିନକୁ ଭୁଲିଯାଇଥିଲା ବୋଲି ଅନିଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?