ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ବୟାନ:  ବାପାଙ୍କ ଠାରୁ ପୁଅ ଭିନେ ହୋଇଥିଲେ…

ଭିନେଭୁବନେଶ୍ୱର,୩୦।୯: ପଞ୍ଚାୟତିରାଜ ମନ୍ତ୍ରୀ ରବୀ ନାରାୟଣ  ନାୟକ  ସୋମବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ  ବଡ଼ ବୟାନ  ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ବାପାଙ୍କ ଠାରୁ ପୁଅ ଭିନେ ହୋଇ ଅଲଗା ପରିବାର କରିଥିଲେ ବି ଘର ମିଳିବ।  ପୂର୍ବ ସରକାରରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରାଯିବ।

ସେ ଆହୁରି ମଧ୍ୟ କହିଛନ୍ତି, ଯୋଗ୍ୟଙ୍କୁ ୬ ମାସ ଭିତରେ କାର୍ଯ୍ୟାଦେଶ ଦେବ ଭାଜପା ସରକାର। ଏହି ପ୍ରକ୍ରିୟାରେ ୨୦ରୁ ୨୨ ଲକ୍ଷ ହିତାଧିକାରୀଙ୍କୁ ଘର ମିଳିବ।  ହିତାଧିକାରୀ ଚୟନରେ ତ୍ରୁଟି ରହିଲେ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।

ଅନେକ ଯୋଜନା ଦେଶର ନାଗରିକଙ୍କ ପାଇଁ ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ। ଦେଶର କୋଟି ଲୋକ ସରକାରୀ ଯୋଜନାର ଲାଭ ଉଠାନ୍ତି। ନିଜର ଏକ ଘର ରହିବା ସମସ୍ତଙ୍କ ଜୀବନରେ ଏକ ବଡ଼ ସ୍ବପ୍ନ। କିନ୍ତୁ ଅନେକ ଲୋକ ଘର କରିବା ପାଇଁ ପର୍ଯ୍ୟାପ୍ତ ପୁଞ୍ଜି ସଂଗ୍ରହ କରିବାରେ ଅସମର୍ଥ। ଏହିପରି ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଭାରତ ସରକାରଙ୍କ ଦ୍ୱାରା ପରିଚାଳିତ।

୨୦୧୫ରେ ଭାରତ ସରକାରଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଆରମ୍ଭ ହୋଇଥିଲା। ଏହି ଯୋଜନା ଅଧୀନରେ ଲାଭ ପାଇବା ପାଇଁ କିଛି ଯୋଗ୍ୟତା ମାନଦଣ୍ଡ ସ୍ଥିର କରାଯାଇଛି। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ଲାଭ ପାଇବାକୁ ଆବେଦନକାରୀଙ୍କ ବାର୍ଷିକ ପାରିବାରିକ ଆୟ ୩ ଲକ୍ଷରୁ ଅଧିକ ହେବା ଉଚିତ ନୁହେଁ।
୩ ଲକ୍ଷରୁ କମ୍‌ ଆୟ ଥିବା ଲୋକମାନେ ଏହି ଯୋଜନାରେ ଲାଭ ପାଇପାରିବେ। ଯେଉଁମାନଙ୍କ ପାଖରେ ଚାଳ ଘର ଅଛି ସେମାନଙ୍କୁ ପକ୍କା ଘର ନିର୍ମାଣ ପାଇଁ ସରକାରଙ୍କ ତରଫରୁ ଆର୍ଥିକ ସହାୟତା ଦିଆଯିବ।
ଏହି ଯୋଜନାରେ ୨.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସବସିଡି ସରକାର ଯୋଗାଇ ଦେଇଛନ୍ତି। ଏହି ଯୋଜନା ଅଧୀନରେ ପ୍ରାପ୍ତ ପ୍ରଥମ କିସ୍ତି ହେଉଛି ୫୦ ହଜାର ଟଙ୍କା, ଦ୍ୱିତୀୟ କିସ୍ତି ହେଉଛି ୧.୫ ଲକ୍ଷ ଏବଂ ଶେଷ ଅର୍ଥାତ୍‌ ତୃତୀୟ କିସ୍ତି ହେଉଛି ୫୦ ହଜାର ଟଙ୍କା।

 


Enter your email to get our daily news in your inbox.

All Right Reserved By Dharitri.Com

ଛାଡ଼ଖାଇରେ କରୁଥିଲେ ଛେଳି ଚୋରି : ନିର୍ଧୁମ ଛେଚିଲେ ଗ୍ରାମବାସୀ

ଆନନ୍ଦପୁର,୯ା୧୧(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଚକ୍ରତୀର୍ଥ ନିକଟରୁ ଏକ ଛେଳିକୁ ବାଇକରେ ନେଇଯାଉଥିବା ବେଳେ ଗ୍ରାମବାସୀ ୨ ଜଣକୁ କାବୁ...

୩ ସନ୍ତାନ ପ୍ରସବ କଲେ ମହିଳା

ମୋହନା,୯ା୧୦(ମନ୍ମଥ ମିଶ୍ର ): ଗଜପତି ଜ଼ିଲା ମୋହନା ବ୍ଲକ ଖାରିଗୁଡା ପଞ୍ଚାୟତ ଅନ୍ତର୍ଗତ ବନ୍ଦ୍ରିରି ଗାଁର ଜଣେ ମହିଳା ରବିବାର ୩ଟି ସନ୍ତାନ ପ୍ରସବ କରିଛନ୍ତି...

କାହିଁକି ସରୁନି ପ୍ରକଳ୍ପ ପଚାରି ବୁଝିଲେ ସଚିବ

ଗଞ୍ଜାମ,୯ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ମଲାଡ଼ରେ ଥିବା ମେଗା ପାନୀୟ ଜଳ ପ୍ରକଳ୍ପକୁ ପଞ୍ଚାୟତରାଜ ବିଭାଗ ସଚିବ ତଥା କମିଶନର ଗିରିଶ ଏସ୍‌.ଏନ୍‌ ପରିଦର୍ଶନ...

ନୂଆପଡ଼ା ଉପନିର୍ବାଚନ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ନୂଆପଡ଼ା,୯।୧୧: ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ଏନେଇ ରବିବାର ଅପରାହ୍ନ ୪ଟାରୁ ନୂଆପଡ଼ାରେ ନୀରବ ଅବଧି ଆରମ୍ଭ ହୋଇଯାଇଛି। ଏପରିକି...

Video: ରତ୍ନସିଂହାସନରୁ ଓହ୍ଲାଇବ କି ଜଗନ୍ନାଥ? ଅସୁସ୍ଥ ପୁଅ ପାଇଁ ବାପାର ହୃଦୟବିଦାରକ ଗୁହାରି

ପୁରୀ,୯।୧୧: ରବିବାର ସକାଳୁ ଶ୍ରୀମନ୍ଦିର ସମ୍ମୁଖରେ ଦେଖିବାକୁ ମିଳିଥିଲା ଏକ ହୃଦୟବିଦାରକ ଦୃଶ୍ୟ, ଯାହା ଦେଖିଲେ ଯେ କେହି ବି ଭାବବିହ୍ୱଳ ହୋଇଯିବେ। ଜଣେ ଦୁଃଖି...

ନୂଆପଡ଼ା ଉପନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୯।୧୧: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍‌.ଏସ୍‌. ଗୋପାଳନ ରବିବାର ନୂଆପଡ଼ା ଉପନିର୍ବାଚନକୁ ନେଇ ବଡ଼ ସୂଚନା ଦେଇଛନ୍ତି। ନୂଆପଡ଼ାରେ ଅପରାହ୍ନ ୪ରୁ ନୀରବ ଅବଧି...

କଳାହାଣ୍ଡି ବୁଲିବେ ୧୨ ଜଣିଆ ଅଧିକାରୀ

କେସିଙ୍ଗା,୯ା୧୧(ତୁମେଶ୍ୱର ସାହୁ): ଦିଲ୍ଲୀରୁ ୧୨ ଜଣିଆ ପ୍ରଶାସନିକ ଅଧିକାରୀଙ୍କୁ କେସିଙ୍ଗା ରେଲୱେ ଷ୍ଟେସନରେ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରାଯାଇଥିଲା। ସେହି...

ନୂଆପଡ଼ାରେ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ଅଖିଳେଶ ଯାଦବ

ନୂଆପଡ଼ା,୯।୧୧: ଓଡ଼ିଶାର ନୂଆପଡ଼ା ଉପନିର୍ବାଚନ ପାଇଁ ସମାଜବାଦୀ ପାର୍ଟିର (ସପା) ସଭାପତି ତଥା ବରିଷ୍ଠ ନେତା ଅଖିଳେଶ ସିଂ ଯାଦବ ରବିବାର ଅପରାହ୍ଣରେ ଦଳୀୟ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri